Posted inଜାତୀୟ

ଭାରତୀୟ ଯବାନ ଚାଇନାକୁ ଦେଇଛନ୍ତି କଡ଼ା ଜବାବ: ରାଜନାଥ

ନୂଆଦିଲ୍ଲୀ, ୧୫।୯: ଏଲ୍‌ଏସିରେ ଭାରତୀୟ ଯବାନ ଚାଇନାକୁ କଡ଼ା ଜବାବ ଦେଇଛନ୍ତି। ଏସମ୍ପର୍କରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ମଙ୍ଗଳବାର ଲୋକ ସଭାରେ ସୂଚନା ଦେଇଛନ୍ତି। ଜୁନ୍‌ ୧୫ରେ ଗଲଓ୍ବାନରେ ହୋଇଥିବା ସଂଘର୍ଷରେ ଭାରତୀୟ ଯବାନ ଚାଇନାର ବହୁ କ୍ଷତି କରିଛନ୍ତି। ଏଲ୍‌ଏସିରେ ପୂର୍ବ ସ୍ଥିତିରେ ପରିବର୍ତ୍ତନ ଆଣିବା ଲାଗି ଚାଇନା ସୈନ୍ୟ ଉଦ୍ୟମ କରିଥିଲେ। ତେବେ ଏହାକୁ ଭାରତୀୟ ବୀର ଯବାନ ପଣ୍ଡ କରିଦେଇଥିବା ରାଜନାଥ କହିଛନ୍ତି। ଦୁଇଦେଶ ମଧ୍ୟରେ ଥିବା ସୀମା ବିବାଦ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ। ଉଭୟ ପକ୍ଷଙ୍କ ସହମତିରେ ଏହାର ଶାନ୍ତିପୂର୍ଣ୍ଣ ସମାଧାନ ହେବା ଆବଶ୍ୟକ ବୋଲି ରାଜନାଥ କହିଛନ୍ତି। ସ୍ଥିତିର ମୁକାବିଲା ଲାଗି ଭାରତୀୟ ଯବାନ ସର୍ବଦା ପ୍ରସ୍ତୁତ। ସମଗ୍ର ଦେଶ ଯବାନଙ୍କ ପଛରେ ଏକଜୁଟ ହୋଇ ଛିଡ଼ା ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲଦାଖ ଗସ୍ତ କରି ଯବାନଙ୍କ ମନୋବଳ ବଢ଼ାଇଛନ୍ତି। ଚାଇନା ଲଦାଖରେ ୩୮ ହଜାର ବର୍ଗ କିଲୋମିଟର ଜମିରେ ଅନଧିକୃତ କବ୍‌ଜା କରିଛି। ୧୯୬୩ରେ ଏକ ସୀମା ଚୁକ୍ତି ଅନୁସାରେ ପାକିସ୍ତାନ ଭାରତର ୫୧୮୦ ବର୍ଗ କିଲୋମିଟର ଜମିକୁ ଚାଇନାକୁ ଅବୈଧ ଭାବେ ପ୍ରଦାନ କରିଛି। ତେବେ ଏସବୁର ସମାଧାନ ପାଇଁ ଭାରତ ସରକାରଙ୍କ ପକ୍ଷରୁ ଉଦ୍ୟମ ଜାରି ରହିଥିବା ସେ କହିଛନ୍ତି। ଭାରତ ଚାଇନା ପ୍ରସଙ୍ଗରେ ବିରୋଧୀ ଦଳ ପକ୍ଷରୁ ଚର୍ଚ୍ଚା କରିବା ଲାଗି ଦାବି ହେଉଥିବାବେଳେ ରାଜନାଥଙ୍କ ଏଭଳି ମନ୍ତବ୍ୟ ବେଶ୍‌ ଗୁରୁତ୍ୱ ରଖୁଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri