Posted inଖେଳ

ପୂର୍ବତନ ଆଇଏଏଏଫ୍‌ ମୁଖ୍ୟ ଲାମିନେ ଡିଆକଙ୍କୁ ଜେଲ୍‌

ପ୍ୟାରିସ୍‌,୧୭।୯(ଏପି): ଇଣ୍ଟରନ୍ୟାଶନାଲ ଆସୋସିଏଶନ ଅଫ୍‌ ଆଥଲେଟିକ ଫେଡେରେଶନ (ଆଇଏଏଏଫ୍‌) ପୂର୍ବତନ ଅଧ୍ୟକ୍ଷ ତଥା ସେନେଗାଲର ଜଣାଶୁଣା ବ୍ୟବସାୟୀ ଲାମିନ୍‌ ଡିଆକଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ ହୋଇଛି। ବ୍ୟାପକ ଡୋପିଂ ସତ୍ତ୍ୱେ ବହୁ ପରିମାଣରେ ଉତ୍କୋଚ ନେଇ ସେ ରୁଷୀୟ ଆଥଲେଟମାନଙ୍କୁ ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବାକୁ ସୁଯୋଗ ଦେଇଥିଲେ। ଏଥିରେ ବହୁ ପରିମାଣର ଅର୍ଥ ସେ ଲାଞ୍ଚ ନେଇଥିଲେ। ଏହି ଅଭିଯୋଗରେ ତାଙ୍କୁ ବୁଧବାର ପ୍ୟାରିସ୍‌ର ଏକ କୋର୍ଟ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ୮୭ ବର୍ଷୀୟ ଡିଆକ୍‌ ୧୯୯୯ରୁ ୨୦୧୫ ପର୍ଯ୍ୟନ୍ତ ଆଇଏଏଏଫ୍‌ର ମୁଖ୍ୟ ଭାବେ କାର୍ଯ୍ୟ କରିଥିଲେ। ଜେଲ ଦଣ୍ଡ ସହ ତାଙ୍କ ଉପରେ ୫,୯୦,୦୦୦ ଆମେରିକୀୟ ଡଲାର ଜରିମାନା ଧାର୍ଯ୍ୟ କରାଯାଇଛି। ଡିଆକ ବିରୋଧରେ ଏକାଧିକ ଦୁର୍ନୀତି ଅଭିଯୋଗ ଆସିଛି। ଜୁନ୍‌ରେ ଡିଆକଙ୍କ ବିରୋଧାର କୋର୍ଟରେ ଟ୍ରାଏଲ ଆରମ୍ଭ ହୋଇଥିଲା। ଏହି ମାମଲାରେ ଡିଆକଙ୍କ ସମେତ ତାଙ୍କ ପୁଅ ପାପା ମାସାଟା ଡିଆକ୍‌ ଓ ଅନ୍ୟ ୫ ଜଣ ମଧ୍ୟ ଦୋଷୀ ସାବ୍ୟସ୍ତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

ଟି-୨୦ ବିଶ୍ୱକପ ପାଇଁ ଚୟନ ହୋଇଥିବା ଭାରତୀୟ ଦଳ ଉପରେ ପ୍ରଶ୍ନ ଉଠାଇଲେ ୱାସିମ ଜାଫର, କହିଲେ ଇଶାନ-ୱାଶିଂଟନଙ୍କ ବଦଳରେ…

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଇଶାନ କିଷାନ ଦଳକୁ ଫେରିଛନ୍ତି। ଉପ-ଅଧିନାୟକ ଶୁବମନ ଗିଲ...

ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri