ହାଇକୋର୍ଟରେ ଦଶହରା ମାମଲା: ଯେତିକି ଉଚ୍ଚର ମୂର୍ତ୍ତି ହୋଇଛି, ସେତିକି ରହିବ

କଟକ ଅଫିସ,୧୭।୯: ଦଶହରାରେ ମୃଣ୍ମୟୀ ମୂର୍ତ୍ତି ନିର୍ମାଣକୁ ନେଇ ଲାଗିଥିବା ବିବାଦରେ ହାଇକୋର୍ଟ ବୁଧବାର ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଯେଉଁ ପୂଜା କମିଟି ଯେତିକି ଉଚ୍ଚତାର ମୃଣ୍ମୟୀ ମୂର୍ତ୍ତି ନିର୍ମାଣ କରିଛନ୍ତି, ସେତିକି ଉଚ୍ଚତା ପର୍ଯ୍ୟନ୍ତ ଅନୁମତି ମିଳିବ। ଏ ନେଇ ଡିସିପିଙ୍କ ନିକଟରେ ବୁଧବାର ସନ୍ଧ୍ୟା ୭ଟା ସୁଦ୍ଧା ଆବେଦନପତ୍ର ଦାଖଲ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ତେବେ କେତେ ସଂଖ୍ୟକ ପୂଜା କମିଟି ଆବେଦନପତ୍ର ଦାଖଲ କରିଛନ୍ତି, ତାହା ସ୍ପଷ୍ଟ ହୋଇନି। ଏ ସମ୍ପର୍କରେ କୌଣସି ମତାମତ ଦେବାକୁ ଡିସିପି ପ୍ରତୀକ ସିଂ ମନା କରିଥିଲେ।
ଯେଉଁ ପୂଜା କମିଟି ୪ଫୁଟର ମୂର୍ତ୍ତି ନିର୍ମାଣ କରିଛନ୍ତି ସେମାନେ ଏବେ ସେହି ଉଚ୍ଚତାର ମୂର୍ତ୍ତି ପୂଜା କରିବେ। ଏହାଛଡା ଯେଉଁମାନେ ୭ଫୁଟର ମୂର୍ତ୍ତି ନିର୍ମାଣ କରିଛନ୍ତି ସେମାନେ ମଧ୍ୟ ଅପରିବର୍ତ୍ତିତ ରହିବେ। କଟକର ଅଧାରୁ ଅଧିକ ପୂଜା କମିଟି ବର୍ତ୍ତମାନ ସୁଦ୍ଧା ମୂର୍ତ୍ତି ନିର୍ମାଣ କାର୍ଯ୍ୟ ପ୍ରାୟ ଶେଷ କରିସାରିଲେଣି। ନିଜ ମୂର୍ତ୍ତିର ଫଟୋ ଓ ପୂଜା କମିଟିର କାଗଜପତ୍ର ଡିସିପିଙ୍କ ନିକଟରେ ଦାଖଲ କରିବାକୁ ନିର୍ଦ୍ଦେଶ ରହିଥିଲା। କାଗଜପତ୍ର ଯାଞ୍ଚ କରିବା ପରେ ପୋଲିସର ଏକ ଟିମ୍‌ ପୂଜାମଣ୍ଡପ ଅନୁଧ୍ୟାନରେ ଯିବ ବୋଲି ଜଣାପଡ଼ିଛି। ହାଇକୋର୍ଟରେ ରୁଜୁ ହୋଇଥିବା ଏହି ମାମଲାରେ ବୁଧବାର ବିସ୍ତୃତ ଶୁଣାଣି କରାଯାଇଥିଲା। ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ମହମ୍ମଦ ରଫିକ୍‌ ଏବଂ ବିଚାରପତି ଜଷ୍ଟିସ୍‌ ବି.ଆର. ଷଡଙ୍ଗୀଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରି ମାମଲାର ରାୟ ପ୍ରକାଶ କରିଥିଲେ। ଅନ୍ୟପକ୍ଷରେ ରାଜ୍ୟ ସ୍ବତନ୍ତ୍ର ରିଲିଫ କମିଶନରଙ୍କ ଅନ୍ୟ ଏକ ନିୟମକୁ ନେଇ ମଧ୍ୟ ହାଇକୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିଲା। ମଣ୍ଡପର ୩ ପାର୍ଶ୍ୱ ଆବଦ୍ଧ କରାଯାଇ ପୂଜା ହେବ ବୋଲି କମିଶନରଙ୍କ ଗାଇଡ୍‌ଲାଇନରେ ଉଲ୍ଲେଖ କରାଯାଇଥିଲା। ହାଇକୋର୍ଟ ଏହି ଘଟଣାରେ କୌଣସି ହସ୍ତକ୍ଷେପ କରି ନ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri