Posted inRasifala

ରାଶିଫଳ: ଶୁକ୍ରବାର, ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ
ଶୁଭେତ୍ସୁଙ୍କ ପରାମର୍ଶରେ ନୂଆ ନୂଆ କାମ କରିବା ସକାଶେ ମନ ବଳାଇବେ। କୃତ୍ତିକା ନକ୍ଷତ୍ରର ଦୈହିକ ଦୁର୍ବଳତା ସଙ୍ଗକୁ ଧୈର୍ଯ୍ୟହରା ଓ ନୈରାଶ୍ୟ ବ୍ୟସ୍ତ ଓ ବିବ୍ରତ କରାଇପାରେ। ଠିକ୍‌ ବୁଝାମଣା ମାଧ୍ୟମରେ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ଟଙ୍କା ଖର୍ଚ୍ଚ ହୋଇଯିବା କାରଣରୁ ଦୁଃଖ ପ୍ରକାଶ କରିପାରନ୍ତି।
ବୃଷ
ବୃଷ

ଶନି ଦୃଷ୍ଟ ଶୁକ୍ରଜନିତ ବିଭିନ୍ନ ସମସ୍ୟା ଜାଲରେ ଛନ୍ଦି ହୋଇ ମନୋବଳ ଭାଙ୍ଗିଲାଭଳି ଅନୁଭବ କରିବେ। ଅଟକି ରହିଥିବା କାମର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ ଭଲରେ ଚାଲିବ। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି।

ମିଥୁନ
ମିଥୁନ
ଆଜି ଚତୁର୍ଥକେନ୍ଦ୍ରସ୍ଥ ବୁଧାଦିତ୍ୟ ଯୋଗ ସହ ଚନ୍ଦ୍ରଙ୍କ ସଂଯୋଗରୁ ସଂଗଠନ, ରାଜନୀତି, ଆନୁଷ୍ଠାନିକ କାମ କ୍ଷେତ୍ରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ବ୍ୟବସାୟୀମାନେ ନୂତନ ବ୍ୟବସାୟ ଯୋଡିବା ପାଇଁ ଚିନ୍ତା କରିପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ସଂଯମତାର ଅଭାବ ଓ ଧନହାନି ଦୁଶ୍ଚିନ୍ତାର କାରଣ ହୋଇପାରେ।
କର୍କଟ
କର୍କଟ
ଆଜିର ରବି ସହ ବୁଧ ସଂଯୋଗ ପ୍ରଭାବରେ ଯେକୌଣସି କାମ କରନ୍ତୁନା କାହିଁକି ବିଶେଷ ଭାବେ ଖର୍ଚ୍ଚ କରିବାକୁ ପଡିପାରେ। କୌଣସି ଗୋଟିଏ ସ୍ଥାନରେ ସ୍ଥିର ଭାବରେ ରହିପାରିବେ ନାହିଁ। ଆଲୋଚନା ପରିସରରେ ବିପକ୍ଷ ବ୍ୟକ୍ତିମାନଙ୍କ ଅକାଟ୍ୟ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ।
ସି˚ହ
ସି˚ହ
ଧନାଧିପତି ଧନଭାବସ୍ଥ ଯୋଗୁ ଆର୍ଥିକ ଦିଗରୁ ଉପକୃତ ହେବେ କିନ୍ତୁ ପୂର୍ଣ୍ଣ ଆବଶ୍ୟକତା ଅପୂରଣୀୟ ରହିବ। ପାରସ୍ପରିକ ସହଯୋଗ ପାରିବାରିକ ଜୀବନକୁ ସରସ ସୁନ୍ଦର କରିପାରେ। ଆଲୋଚନା ପରିସରରେ ସତକଥା କହି ବିବାଦ ଘେରରେ ପଡି ପାରନ୍ତି,ଏଣୁ ଭାବିଚିନ୍ତି କହନ୍ତୁ।
କନ୍ୟା
ପାପଯୁକ୍ତ ଗୁରୁଙ୍କ ଯୋଗୁ ଜମିଜମା ବିବାଦକୁ କେନ୍ଦ୍ରକରି ହଠାତ୍‌ କୌଣସି ମିଥ୍ୟା ଗୁଜବ ମନକୁ ଚହଲାଇ ଦେବ। ଆ ତ୍ମୀୟଙ୍କ ଅସହଯୋଗ, ଅସମ୍ମାନ ପାଇ ଦୁଃଖିତ ହେବେ। କୌଣସି ସମ୍ପର୍କୀୟ ବନ୍ଧୁଙ୍କୁ ଅର୍ଥ କିମ୍ବା ଅଳଙ୍କାର ଦେବା ନେବାକୁ କେନ୍ଦ୍ରକରି ସାମାନ୍ୟ ଝଗଡା ସୃଷ୍ଟି ହୋଇପାରେ।
ତୁଳା
ତୁଳା
ଶୁକ୍ର ଓ ବୃହସ୍ପତିଙ୍କ ଷଡାଷ୍ଟକ ସ୍ଥିତି କାରଣରୁ ପଡୋଶୀ କିମ୍ବା ବନ୍ଧୁଙ୍କ ଜରିଆରେ ଆଶା ଫଳବତୀ ନ ହୋଇପାରେ। ସାମାଜିକ ସ୍ତରରେ ଅନୁଷ୍ଠାନ ପାଇଁ ସତ୍‌ସଙ୍ଗୀଙ୍କ ପ୍ରେରଣା ମିଳିପାରେ। ପିଲାଙ୍କ ଆଚରଣରେ ଅସନ୍ତୋଷ ବ୍ୟକ୍ତ କରି ମନେ ମନେ ବିରକ୍ତ ପ୍ରକାଶ କରିପାରନ୍ତି।
ବିଛା
ବିଛା
ଏକାଦଶସ୍ଥ ତିନୋଟି ଗ୍ରହ ପ୍ରଭାବରୁ ଦୀର୍ଘଦିନରୁ ଯାହା ମନରେ ଆଶାବାନ୍ଧି ବସିଛନ୍ତି ଆଜି ତାହା ଅବଶ୍ୟ ପାଇବେ। ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ, ଅବଶ୍ୟ ଅପକୃତ ହେବେ। କଳା, ସାହିତ୍ୟ, ସାମ୍ବାଦିକତା, ସଭା ସମିତି ଓ ମନୋରଞ୍ଜନରେ ଆଗ୍ରହୀ ହେବେ।
ଧନୁ
ଧନୁ
ନୂତନଭାବରେ ଆରମ୍ଭ କରିବାକୁ ଯାଉଥିବା ଯୋଜନାଟିକୁ କାର୍ଯ୍ୟକାରୀ କରିବାରେ ସାମୟିକ ସମସ୍ୟା ଆସିପାରେ। ପୂର୍ବରୁ ଅପେକ୍ଷା କରିବାକୁ କହିଥିବା ବନ୍ଧୁଙ୍କୁ ନିର୍ଦ୍ଦିଷ୍ଟ ସ୍ଥାନରେ ନ ପାଇ ବ୍ୟସ୍ତ ହୋଇ ପଡିବେ। ବିବାଦୀୟ ଘଟଣାରେ ଦୁଃସାହସିକ ପଦକ୍ଷେପ ନେବା ଠିକ୍‌ ହେବନି।
ମକର
ମକର

ସ୍ବରାଶିସ୍ଥ ଶନି ପ୍ରଭାବରୁ କର୍ମକ୍ଷେତ୍ରରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ହଠାତ୍‌ ସମସ୍ୟା ଭିତରକୁ ଟାଣି ହୋଇପାରନ୍ତି। ପରିବାର ସକାଶେ ଧାର କରଜ କରି କାମ ତୁଲାଇ ନେବାକୁ ବାଧ୍ୟ ହେବେ। କର୍ମ କ୍ଷେତ୍ରରେ ସମସ୍ୟା ସୃଷ୍ଟିହେଲେ ମଧ୍ୟ ଆପଣ ଯଥାସମ୍ଭବ ସମାଧାନ କରିବାରେ ସମର୍ଥ ହୋଇପାରନ୍ତି।

କୁମ୍ଭ
କୁମ୍ଭ
କର୍ମାଧିପତି ମଙ୍ଗଳଙ୍କ ପୂର୍ଣ୍ଣଦୃଷ୍ଟି ପ୍ରଭାବରେ ପ୍ରତ୍ୟେକ କର୍ମ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ କାରିପାରିବେ। ଆଜିର ପ୍ରତ୍ୟୁଷ ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ। ଦୀର୍ଘ ଦିନରୁ ଲାଗି ରହିଥିବା ପୁରାତନ ରୋଗପୀଡାରୁ ବିଶେଷ କଷ୍ଟ ପାଇବେ। କଚେରି ମାମଲାରେ ବିଜୟଲାଭ କରିବାର ସମ୍ଭାବନା ରହିଛି।
ମୀନମୀନ

ପାରିବାରିକ ସହମତିରେ ଆଗାମୀ କାଲିର ଯୋଜନା ପ୍ରସ୍ତୁତ କରିପାରନ୍ତି। ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ ତଥାପି ବାକ୍‌ ଅସଂଯମତା ଯୋଗୁଁ ସୁସମ୍ପର୍କ ବ୍ୟାହତ ହୋଇପାରେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ବୁଝାମଣା ସମ୍ପର୍କରେ ଉନ୍ନତି ଘଟିବାର ଆଶା ରହିଛି। ପରୋକ୍ଷ ଶତ୍ରୁତା ସାମୟିକ ପ୍ରଗତିର ଗତିରୋଧ କରିପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଡିସେମ୍ବର ୩୧ ତାରିଖ – Daily Horoscope

ମେଷ ଆଜିର ଜନ୍ମ ଚନ୍ଦ୍ର ପ୍ରଭାବରେ ପ୍ରତ୍ୟୁଷ ଯାତ୍ରାରେ ସମସ୍ୟାର ସମ୍ମୁଖୀନ ହେବେ। ଉତ୍ତମ ବୁଝାମଣା ଏବଂ ଉତ୍ସାହଜନିତ ପାରିବାରିକ ଜୀବନ ସୁମଧୁର ହେବ। କାର୍ଯ୍ୟକୁଶଳତା...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ ପରିସ୍ଥିତିରେ ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ପରିବାରରେ ପୂର୍ବ ସ୍ଥିରୀକୃତ ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri