Posted inଖେଳ

ଇଂଲଣ୍ଡ ଓ ଅଷ୍ଟ୍ରେଲିଆ ଖେଳାଳିଙ୍କ ପାଇଁ ୩୬ ଘଣ୍ଟିଆ କ୍ୱାରାଣ୍ଟାଇନ୍‌

ନୂଆଦିଲ୍ଲୀ, ୧୮ା୯ (ପ.ଟି.)-ଇଂଲଣ୍ଡ ଓ ଅଷ୍ଟ୍ରେଲିଆ କ୍ରିକେଟ ଖେଳାଳିଙ୍କ ଅନୁରୋଧ ରକ୍ଷା କରାଯାଇଛି। ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଖେଳିବା ଲାଗି ୟୁନାଇଟେଡ କିଙ୍ଗଡମ୍‌ (ୟୁକେ)ରୁ ଆସି ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)ରେ ପହଞ୍ଚତ୍ବା ପରେ ସେମାନଙ୍କୁ ପୂର୍ବ ନିୟମ ଅନୁସାରେ ୬ଦିନ ପରିବର୍ତ୍ତେ ମାତ୍ର ୩୬ଘଣ୍ଟା କ୍ୱାରାଣ୍ଟାଇନ୍‌ରେ ରହିବାକୁ ପଡ଼ିବ। ୟୁକେରେ ହ୍ବାଇଟ୍‌ ବଲ୍‌ ସିରିଜ ଖେଳିସାରିବା ପରେ ଆଇପିଏଲ୍‌ ଖେଳିବା ଲାଗି ଅଷ୍ଟ୍ରେଲିଆ ଓ ଇଂଲଣ୍ଡର ୨୧ ଜଣ ଖେଳାଳି ୟୁଏଇ ମୁହାଁ ହୋଇଛନ୍ତି। ଖବର ଅନୁସାରେ ଅଷ୍ଟ୍ରେଲିଆର ଜଣେ ବରିଷ୍ଠ ଖେଳାଳି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ସୌରଭ ଗାଙ୍ଗୁଲିଙ୍କୁ ଅନୁରୋଧ କରି ଏକ ଚିଠି ଲେଖିଥିଲେ। କ୍ୱାରାଣ୍ଟାଇନ୍‌ ପିରିୟଡ ୬ ଦିନ ପରିବର୍ତ୍ତେ ୩ ଦିନ କରାଗଲେ ସେମାନେ ଟୁର୍ନାମେଣ୍ଟ ଆରମ୍ଭରୁ ଖେଳିପାରିବେ ବୋଲି ସେ କହିଥିଲେ। ଖେଳାଳିମାନଙ୍କ ଯୁକ୍ତି ହେଲା ସେମାନେ ପ୍ରଥମେ ଅଷ୍ଟ୍ରେଲିଆ ଏବଂ ପରେ ୟୁକେରେ ଏକ ବାୟୋ-ବବଲ ମଧ୍ୟରେ ରହି ଆସିଛନ୍ତି। ସେମାନେ ବହୁଦିନ ହେଲା ବାହାର ସଂସ୍ପର୍ଶରେ ଆସି ନ ଥିବାରୁ ଗୋଟିଏ ବାୟୋ-ବବଲରୁ ଅନ୍ୟଟିରେ ପ୍ରବେଶ ପାଇଁ ଅନୁମତି ଦିଆଯିବା ଉଚିତ। ଗାଙ୍ଗୁଲି ୟୁଏଇରେ ସ୍ଥାନୀୟ କର୍ତ୍ତୃପକ୍ଷଙ୍କ ସହିତ କଥାବାର୍ତ୍ତା ପରେ ସମସ୍ୟାର ସମାଧାନ ହୋଇ ପାରିଛି। କ୍ୱାରାଣ୍ଟାଇନ୍‌ ପିରିୟଡ ୩୬ ଘଣ୍ଟାକୁ ହ୍ରାସ କରାଯିବା ଦ୍ୱାରା ଚେନ୍ନାଇ ସୁପର କିଙ୍ଗ୍ସ (ଜୋସ୍‌ ହାଜଲେଉଡ ଓ ଟମ୍‌ କୁରାନ), ରାଜସ୍ଥାନ ରୟାଲ୍ସ (ଷ୍ଟିଭ୍‌ ସ୍ମିଥ୍‌, ଜୋସ୍‌ ବଟଲର, ଜ୍ରୋଫା ଆର୍ଚର) ଭଳି ଦଳ ସେମାନଙ୍କ ପ୍ରଥମ ଗେମ୍‌ରୁ ସମସ୍ତ ଖେଳାଳିଙ୍କୁ ପାଇ ପାରିବେ। ସେହିପରି କିଙ୍ଗ୍ସ ଇଲେଭେନ ପଞ୍ଜାବ ଏହାର ରୋଷ୍ଟରରେ ଗ୍ଲେନ ମାକ୍ସଓ୍ବେଲ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ଆଲେକ୍ସ କାରେଙ୍କୁ ପାଇବ ବୋଲି ଫ୍ରାଞ୍ଚାଇଜର ଜଣେ ଅଫିସିଆଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ...

ଲକ୍ଷ୍ନୌରେ ଭୟଙ୍କର ବାୟୁ ପ୍ରଦୂଷଣ: ଟସ୍ ବିଳମ୍ବ, ମାସ୍କ ପିନ୍ଧି ହାର୍ଦ୍ଦିକଙ୍କ ଫଟୋ ଭାଇରାଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ର ଟସ୍ ଘନ କୁହୁଡ଼ି...

Shubman Gill: ଟିମ୍ ଇଣ୍ଡିଆର ବଡ଼ ନିଷ୍ପତ୍ତି, ପ୍ଲେଇଂ ଇଲେଭେନରୁ ବିଦା ହେଲେ ଶୁଭମନ ଗିଲ୍

ନୂଆଦିଲ୍ଲୀ,୧୭ା୧୨: ଭାରତୀୟ କ୍ରିକେଟ୍ ଦଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି । ଦକ୍ଷିଣ ଆଫ୍ରିକା ବିପକ୍ଷ ଚତୁର୍ଥ ଟି-୨୦ ପାଇଁ ଶୁଭମନ ଗିଲଙ୍କୁ ପ୍ଲେଇଂ ଇଲେଭେନରୁ...

ହସ୍ପିଟାଲରେ ଭର୍ତ୍ତି ହେଲେ ଯଶସ୍ବୀ ଜୟସ୍ବାଲ, ହଠାତ୍ କଣ ହେଲା ଜାଣନ୍ତୁ

ନୂଆଦିଲ୍ଲୀ,୧୭ା୧୨: ଟିମ୍ ଇଣ୍ଡିଆର ଷ୍ଟାର ବ୍ୟାଟ୍ସମ୍ୟାନ୍ ଯଶସ୍ୱୀ ଜୟସ୍ୱାଲଙ୍କୁ ପୁଣେର ଆଦିତ୍ୟ ବିର୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ହରିୟାଣା ବିପକ୍ଷରେ ସୟଦ ମୁସ୍ତାକ ଅଲି ଟ୍ରଫି...

ଧୋନୀଙ୍କ ଟିମକୁ ଯିବା କଥା ଶୁଣି ବହିଲା ଲୁହର ଧାର, ୧୪.୨ କୋଟି ଟଙ୍କାରେ ନିଲାମ ଖବର…

ନୂଆଦିଲ୍ଲୀ,୧୬।୧୨: ଆଇପିଏଲ୍ ୨୦୨୬ ନିଲାମିରେ ମହେନ୍ଦ୍ର ସିଂ ଧୋନିଙ୍କର ଜଣେ ବଡ଼ ଫ୍ୟାନ୍ ତଥା ୱିକେଟକିପର-ବ୍ୟାଟର୍ କାର୍ତ୍ତିକ ଶର୍ମାଙ୍କ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK)...

IPL ନିଲାମ: ଫିଟିଲା ଭାଗ୍ୟ, ତୃତୀୟ ରାଉଣ୍ଡରେ ପୃଥ୍ୱୀ ଶ’ଙ୍କୁ କିଣିଲା ଏହି ଟିମ୍

ଆବୁଧାବି,୧୬।୧୨: କ୍ୟାରିଅରରେ ବଡ଼ ଧରଣର ଅବନତି ଦେଇ ଗତି କରୁଥିବା ୨୬ ବର୍ଷୀୟ ମହାରାଷ୍ଟ୍ରର ଓପନିଂ ବ୍ୟାଟ୍ସମ୍ୟାନ୍ ପୃଥ୍ୱୀ ଶ’ଙ୍କୁ ଆଇପିଏଲ୍ ୨୦୨୬ ମିନି-ନିଲାମରେ ପୁଣି...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri