Posted inଖେଳ

୬ ବଲ୍‌ରେ ୬ ଛକା: ଯୁବରାଜଙ୍କ ଏହି ବିରଳ ରେକର୍ଡକୁ ପୁରିଲା ୧୩ ବର୍ଷ; ପୋଷ୍ଟ ଲେଖି ମନେପକାଇଲେ

ନୂଆଦିଲ୍ଲୀ,୧୯।୯: ୨୦୦୭ରେ ଇଲଂଣ୍ଡ ବିପକ୍ଷରେ ଖେଳାଯାଉଥିବା ଟି-୨୦ ମ୍ୟାଚ୍‌ରେ ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବତନ ଅଲରାଉଣ୍ଡର ଯୁବରାଜ ସିଂହ ଗୋଟିଏ ଓଭରରେ ୬ଟି ଛକା ମାରି ରେକର୍ଡ କରିଥିଲେ। ଶନିବାର ଉକ୍ତ ରେକର୍ଡକୁ ୧୩ ବର୍ଷ ପୁରିଛି।

ଷ୍ଟୁଆର୍ଟ ବ୍ରୋଡ୍‌ଙ୍କ ପ୍ରତିଟି ବଲ୍‌ରେ ଯୁବରାଜ ଛକା ମାରିବାର ଉକ୍ତ ରେକର୍ଡ ଆଜିବି ପ୍ରଶଂସକଙ୍କ ମାନସପଟରୁ ହଟିନାହିଁ। ନିଜେ ଯୁବରାଜ ମଧ୍ୟ ଏହି ମୂହୁର୍ତ୍ତକୁ ମନେ ପକାଇ ନିଜର ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ପୋଷ୍ଟ କରିଛନ୍ତି। ଏହାର କ୍ୟାପ୍‌ଶନରେ ସେ ଲେଖିଛନ୍ତି-୧୩ ବର୍ଷ, ସମୟ କିଭଳି ବିତିଯାଇପାରେ। ତେବେ ଏହି ପୋଷ୍ଟରେ ବ୍ରୋଡ୍‌ କମେଣ୍ଟ କରିଥିବା ଦେଖାଯାଇଛି। ସେ କହିଛନ୍ତି, ଉକ୍ତ ରାତିରେ ସମୟ ତୁଳନାରେ ବଲ୍‌ ବେଶୀ ଜୋରରେ ଦୌଡ଼ିଥିଲା। ଏହାର ଉତ୍ତରରେ ଯୁବରାଜ ଲେଖିଛନ୍ତି, ହଁ ବନ୍ଧୁ, ଏଭଳି ଏକ ରାତି, ଯାହାକୁ କେବେ ବି ଭୁଲିପାରିବା ନାହିଁ। ଏହାଛଡ଼ା ପୂର୍ବ କ୍ରିକେଟର ଗୌତମ ଗମ୍ଭୀର ଫିଲ୍ମ ଲାଇନ୍‌ ଭଳି ପ୍ରତିକ୍ରିୟା ଦେଇ ଲେଖିଛନ୍ତି, ଏହି ରେକର୍ଡ ମୋତେ ଦେଇଦିଅ ଠାକୁର।

ତେବେ ଯୁବରାଜଙ୍କ ଏହି ପୋଷ୍ଟକୁ ଏଯାବତ ୪ ଲକ୍ଷରୁ ଅଧିକ ଲୋକ ପସନ୍ଦ କରିଛନ୍ତି। ସେହିଭଳି ୩୯୦୦ରୁ ଅଧିକ କମେଣ୍ଟ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୋଟ୍‌ ଛାପା କାରଖାନାରେ କିପରି ପାଇବେ ଚାକିରି, ଜାଣନ୍ତୁ କେତେ ମିଳିବ ଦରମା, ଏମିତି କରନ୍ତୁ ଆବେଦନ…

ନୂଆଦିଲ୍ଲୀ,୨୦ା୧୨: ସରକାରୀ ଚାକିରି ପାଇଁ ପ୍ରସ୍ତୁତ ହେଉଥିବା ଯୁବତୀଯୁବକମାନଙ୍କ ପାଇଁ ନୋଟ୍‌ ଛାପା କାରଖାନାରେ କାମ କରିବାର ସ୍ବପ୍ନ ବିଶେଷ ଗୁରୁତ୍ୱପୂର୍ଣ୍ଣ। ଯଦି ଆପଣ ମଧ୍ୟ...

ଶସ୍ତା ହେବ ଔଷଧ, କମ୍ପାନୀଗୁଡ଼ିକ ସହ ଏକ ଆଶ୍ଚର୍ଯ୍ୟଜନକ ଚୁକ୍ତି କରିଛନ୍ତି ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଔଷଧ ମୂଲ୍ୟ ହ୍ରାସ ପାଇଁ ସବୁଠାରୁ ବଡ଼ ପଦକ୍ଷେପ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ରୋଗୀମାନଙ୍କୁ...

ଦାମୀ କାର ଭିତରେ ସିକ୍ରେଟ୍‌ ଚ୍ୟାମ୍ବର: ପୁଷ୍ପା ଷ୍ଟାଇଲରେ ଗଞ୍ଜେଇ ଚାଲାଣ ବେଳେ ମାଡ଼ିବସିଲା…

ବଲାଙ୍ଗୀର,୨୦।୧୨:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୨୬ ନଂ ଜାତୀୟ ରାଜପଥରେ ପୁଷ୍ପା ଷ୍ଟାଇଲରେ ଏକ କ୍ରେଟା କାରରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ମାଡ଼ିବସିଲା...

ତାହେରପୁରରେ ଲ୍ୟାଣ୍ଡ କରିପାରିଲାନି ମୋଦିଙ୍କ ହେଲିକପ୍ଟର, ହଠାତ୍….

ନୂଆଦିଲ୍ଲୀ, ୨୦।୧୨:  ଖରାପ ପାଗ ଯୋଗୁଁ ଲ୍ୟାଣ୍ଡ କରିପାରିଲାନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହେଲିକପ୍ଟର । ଘନ କୁହୁଡ଼ି ଯୋଗୁଁ ପଶ୍ଚିମବଙ୍ଗର ତାହେରପୁରରେ ଅବତରଣ କରିପାରିନଥିଲା।...

୩୦ବର୍ଷ ପରେ ବିରଳ ନବପଞ୍ଚମ ମହାଯୋଗ, ଶିନଙ୍କ କୃପାରେ ନୂଆବର୍ଷରେ ଧନୀ ହେବେ ମକର ସହ ଏହି ୨ରାଶି

ନୂଆବର୍ଷ ୨୦୨୬ର ଆରମ୍ଭ ଜ୍ୟୋତିର୍ବିଦମାନଙ୍କ ପାଇଁ ବହୁତ ଖାସ୍ ହବାକୁ ଯାଉଛି । ଜାନୁଆରୀ ୧୪ ତାରିଖରେ ମକର ସଂକ୍ରାନ୍ତି ପଡୁଥିବା ବେଳେ ଏହାର ପରଦିନ...

ପାକିସ୍ତାନକୁ କଲେ ଖୁବ ପ୍ରଶଂସା, ଟ୍ରମ୍ପଙ୍କୁ କହିଲେ ଶାନ୍ତି ଦୂତ, ରୁବିଓଙ୍କ ବୟାନକୁ ନେଇ ହେଉଛି ଖୁବ ଚର୍ଚ୍ଚା!

ଓ୍ବାଶିଂଟନ,୨୦।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବିବାଦକୁ ଉଲ୍ଲେଖ କରି ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ କହିଛନ୍ତି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ...

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉବେଳେ ଅଣ୍ଡାମାଡ଼ କଲା ଯୁବ କଂଗ୍ରେସ

ଭୁବନେଶ୍ୱର,୨୦ା୧୨: ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏହି ଅଭିଯୋଗରେ ଗର୍ଜନ କରିଛି ଯୁବ କଂଗ୍ରେସ। ରାଜଧାନୀ ଭୁବନେଶ୍ବରରେ ବିକ୍ଷୋଭ ପ୍ରଦର୍ଶନ ସହ ଅଣ୍ଡାମାଡ଼ କରିଛି ଯୁବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri