ଆନ୍ଧ୍ରକୁ ଏନ୍‌ଜିଟିଙ୍କ ନିର୍ଦ୍ଦେଶ: ଅନ୍ୟ ରାଜ୍ୟ ଅଭିଯୋଗ ଶୁଣ

ଭୁବନେଶ୍ୱର,୨୦ା୯(ବ୍ୟୁରୋ): ପୋଲାଭରମ୍‌ ପ୍ରକଳ୍ପ ନେଇ ଗୋଦାବରୀ ଉପରମୁଣ୍ଡରେ ଥିବା ରାଜ୍ୟଗୁଡିକ ସମସ୍ୟା କଥା ବୁଝ । ଏକ ମିଳିତ ବୈଠକ ଡାକି ସେମାନଙ୍କ ସମସ୍ୟା ସମାଧାନ ଦିଗରେ ପଦକ୍ଷେପ ନିଅ। ଶନିବାର ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି) ପୋଲାଭରମ ପ୍ରକଳ୍ପ ଅଥରିଟି(ପିପିଏ) ଏବଂ ଆନ୍ଧ୍ର ସରକାରଙ୍କୁ ଏଭଳି ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ଦୁଇମାସ ମଧ୍ୟରେ କେନ୍ଦ୍ରୀୟ ଜଳ ଆୟୋଗ(ସିଡବ୍ଲ୍ୟୁସି), ଗୋଦାବରୀ ଜଳ ବିବାଦ ଟ୍ରିବ୍ୟୁନାଲ (ଡବ୍ଲ୍ୟୁଆରଡିଟି), ପିପିଏ ଏବଂ ଆନ୍ଧ୍ରପ୍ରଦେଶ ସରକାରଙ୍କ ଜଳ ସମ୍ପଦ ବିଭାଗ, ଓଡ଼ିଶା ସମେତ ତେଲଙ୍ଗାନା ଏବଂ ଛତିଶଗଡ଼ ସରକାରଙ୍କ ଅଧିକାରୀଙ୍କ ସହ ଏକ ମିଳିତ ବୈଠକ କରି ପ୍ରକଳ୍ପକୁ ନେଇ ଦେଖାଦେଇଥିବା ବିବାଦର ସମାଧାନ କରିବାକୁ ଏନ୍‌ଜିଟି ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ଆନ୍ଧ୍ରପ୍ରଦେଶ ଜଳ ସମ୍ପଦ ବିଭାଗ ଏବଂ ପୋଲାଭରମ ପ୍ରକଳ୍ପ ଅଥରିଟି ପ୍ରଭାବ ନେଇ ପରୀକ୍ଷା କରିବେ। ପ୍ରକଳ୍ପ ଉପରମୁଣ୍ଡରେ ଥିବା ଲୋକଙ୍କ ସ୍ବାର୍ଥ ରକ୍ଷା ଲାଗି କି ପ୍ରତିକାର ବ୍ୟବସ୍ଥା କରାଯାଇଛି, ଡ୍ୟାମ୍‌ ସୁରକ୍ଷା ବୈଠକରେ ସୂଚନା ଦେବାକୁ ପରାମର୍ଶ ଦିଆଯାଇଛି। ନିର୍ଦ୍ଦେଶନାମା ବିଷୟରେ କେନ୍ଦ୍ର ଜଳ ଶକ୍ତି ମିଶନ, କେନ୍ଦ୍ର ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ, ତେଲଙ୍ଗାନା, ଓଡ଼ିଶା, ଛତିଶଗଡ଼, ଆନ୍ଧ୍ରପ୍ରଦେଶ କେନ୍ଦ୍ରୀୟ ଜଳ ଆୟୋଗ ଏବଂ ପିପିଏକୁ ଅବଗତ କରାଇବାକୁ ଏନ୍‌ଜିଟି ନିର୍ଦ୍ଦେଶ ଦେଇଛନ୍ତି। ପୋଲାଭରମ ପ୍ରକଳ୍ପକୁ ଓଡ଼ିଶା ବିରୋଧ କରିଆସୁଛି। ଏହି ପ୍ରକଳ୍ପ ଦ୍ୱାରା ମାଲକାନଗିରି ଜିଲାର ବହୁ ଗ୍ରାମ ଓ ଚାଷଜମି ମଧ୍ୟ ବୁଡିଯିବ। ଓଡ଼ିଶା ସରକାର ଏହାକୁ ଦୀର୍ଘଦିନ ଧରି ବିରୋଧ କରି ଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri