ବୋହୂକୁ ବଳାତ୍କାର ଅଭିଯୋଗରେ ଶ୍ବଶୁର ଗଲେ ଜେଲ, ବାଳସୁଧାର ଗୃହରେ ଦିଅର

ଦିଗପହଣ୍ଡି,୨୦।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଞ୍ଚଳରେ ବୋହୂଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ଅଭିଯୁକ୍ତ ଶ୍ବଶୁରଙ୍କୁ ରବିବାର ଗିରଫ କରି କୋର୍ଟ ଚାଲାଣ କରିଛି। ଥାନାରେ ମାମଲା ନଂ.୨୦୪/୨୦ ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ୍‌ ଜେଲ ହାଜତକୁ ପଠାଇ ଦିଆଯାଇଛି। ସେହିପରି ଅନ୍ୟତମ ଅଭିଯୁକ୍ତ ଦିଅରଙ୍କୁ ବ୍ରହ୍ମପୁର ଜୁଭେନାଇଲ ଜଷ୍ଟିସ ବୋର୍ଡରେ ହାଜର କରାଯିବା ପରେ ତାଙ୍କୁ ବ୍ରହ୍ମପୁରସ୍ଥିତ ବାଳ ସୁଧାର ଗୃହକୁ ପଠାଇ ଦିଆଯାଇଛି।
ଆଇଆଇସି ବସନ୍ତ କୁମାର ସେଠୀଙ୍କ ସୂଚନାନୁସାରେ, ଗତ ୧୫ ତାରିଖ ସକାଳେ ଜଣେ ବିବାହିତ ମହିଳା ଥାନାରେ ପହଞ୍ଚି ତାଙ୍କୁ ଯୌତୁକ ନିର୍ଯାତନା ସହ ବଳାତ୍କାର କରାଯାଇଥିବା ସମ୍ପର୍କରେ ଲିଖିତ ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ଅଭିଯୁକ୍ତମାନଙ୍କ ବିରୋଧରେ ମାମଲା ରୁଜୁ କରାଯାଇଥିଲା। ୨୦୧୭ ମାର୍ଚ୍ଚ ୭ ତାରିଖରେ ମହିଳାଙ୍କ ବିବାହ ହୋଇଥିଲା। ଶ୍ୱଶୁର ଘର ଲୋକଙ୍କ ଦାବି ପ୍ରକାରେ ସମସ୍ତ ଯୌତୁକ ସାମଗ୍ରୀ ସମେତ ନଗଦ ୧ ଲକ୍ଷ ଟଙ୍କା ଦିଆଯାଇଥିଲା। ପରେ ଅଧିକା ଯୌତୁକ ପାଇଁ ତାଙ୍କୁ ଶାରୀରିକ ଓ ମାନସିକ ନିର୍ଯାତନା ଦିଆଯାଉଥିଲା। ଶ୍ବଶୁର ବାପଘର ଲୋକଙ୍କୁ ମିଛ କହି ମାନସିକ ଅନଗ୍ରସର ଭାବେ ଚିକିତ୍ସିତ ହେଉଥିବା ତାଙ୍କ ପୁଅ ଙ୍କୁ ବିବାହ କରାଇ ଦେଇଥିଲେ। ସ୍ବାମୀଙ୍କ ଅନୁପସ୍ଥିତିରେ ଦିଅର ତାଙ୍କୁ ଛୁରି ଦେଖାଇ ଭୟଭୀତ କରିବା ସହ ଏକାଧିକ ଥର ବଳାତ୍କାର କରିଥିବା ଏତଲାରେ ଉଲ୍ଲେଖ ରହିଛି। ଏପରିକି ଶ୍ବଶୁର ମଧ୍ୟ ତାଙ୍କୁ ଘରେ କେହି ନ ଥିବା ସୁଯୋଗ ନେଇ ବହୁବାର ବଳାତ୍କାର କରିଥିବା ପୀଡ଼ିତା ତାଙ୍କ ଏତଲାରେ ଉଲ୍ଲେଖ କରିବା ସହ ତଦନ୍ତକାରୀ ପୋଲିସ ଅଧିକାରୀଙ୍କ ନିକଟରେ ବୟାନ ଦେଇଛନ୍ତି। ଶାଶୁ ଓ ନଣନ୍ଦ ସମସ୍ତ ବିଷୟ ଅବଗତ ଥିଲେ ମଧ୍ୟ ପ୍ରତିକାର କରା ନ ଯାଇ ଗର୍ଭାବସ୍ଥାରେ ତାଙ୍କୁ ଡାକ୍ତରୀ ଚିକିତ୍ସା ତ ଦୂରର କଥା ସେମାନେ ତାଙ୍କୁ ମିଳିତ ଭାବେ ବାପ ଘରୁ ଅଧିକା ୨ ଲକ୍ଷ ଟଙ୍କା ଯୌତୁକ ଆଣିବା ପାଇଁ କହି ବାପ ଘରକୁ ବିଦା କରିଦେଲେ। ସେଠାରେ ସେ ଏକ କନ୍ୟା ସନ୍ତାନ ଜନ୍ମ କରିବା ପରେ ମଧ୍ୟ କେହି ଦେଖିବାକୁ ଗଲେ ନାହିଁ। ପରବର୍ତ୍ତୀ ଅବସ୍ଥାରେ ଶ୍ବଶୁର ତାଙ୍କୁ ଜୀବନରେ ମାରିଦେବାକୁ ଷଡ଼ଯନ୍ତ୍ର ଚଳାଇଥିବା ଏତଲାରେ ଉଲ୍ଲେଖ ରହିଛି। ପୀଡ଼ିତା ଓ ଅଭିଯୁକ୍ତ ଦ୍ୱୟଙ୍କ ବ୍ରହ୍ମପୁର ବଡ଼ ଡାକ୍ତରଖାନା ରେ ଡାକ୍ତରୀ ମାଇନା କରାଯିବା ପରେ କୋର୍ଟ ଚାଲାଣ କରାଯାଇଥିବା ଆଇଆଇସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri