Posted inଖେଳ

ଟସ୍‌ ପୂର୍ବରୁ ମ୍ୟାଚ୍‌ ରେଫରୀଙ୍କୁ ଏମିତି ପ୍ରଶ୍ନ ପଚାରିଥିଲେ ଧୋନୀ,ସମସ୍ତେ ହସି ହସି ଗଡିଲେ

ଇଣ୍ଡିଆନ ପ୍ରିମିୟର ଲିଗର ପ୍ରଥମ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ଏମଏସ ଧୋନୀ ଟସ୍‌ ଜିଣି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲେ। ତେବେ ଟସ ପୂର୍ବରୁ ଧୋୀ ମ୍ୟାଚ୍‌ ରେଫରୀଙ୍କୁ ଏପରି ପ୍ରଶ୍ନ ପଚାରିଥିଲେ ଯେ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ଧୋନୀ ଟସ ଜିତିବା ମାତ୍ରେ ତାଙ୍କୁ ପ୍ରଶ୍ନ କରୁଥିବା ପୂର୍ବତନ କ୍ରିକେଟର ମୁରଲୀ କାର୍ତ୍ତିକଙ୍କୁ କହିଥିଲେ ଯେ, ସେ ସାମାଜିକ ଦୂରତା ସମ୍ପର୍କରେ ମ୍ୟାଚ ରେଫରୀଙ୍କଠାରୁ କିଛି ଜାଣିବାକୁ ଚାହୁଁଛନ୍ତି। ଏହାପରେ ସେ ରେଫରୀଙ୍କୁ ପଚାରିଥିଲେ ଯେ, ଆମେ ସାମାଜିକ ଦୂରତା ମଧ୍ୟରେ ପ୍ରଥମ ସ୍ଲିପ ନେଇପାରିବା କି ନାହିଁ। ଧୋନୀଙ୍କ ମଜାଳିଆ ପ୍ରଶ୍ନ ଶୁଣି ମ୍ୟାଚ ରେଫରି ଏବଂ ନିକଟରେ ଠିଆ ହୋଇଥିବା ଅନ୍ୟମାନେ ହସିଥିଲେ। ଆଇପିଏଲ ୨୦୨୦ର ପ୍ରଥମ ମ୍ୟାଚରେ ଏମଏସ ଧୋନୀ ୪୩୭ ଦିନ ପରେ କ୍ରିକେଟ ପଡିଆକୁ ଓହ୍ଲାଇଥିଲେ। ଗତ ୨୦୧୯ ବିଶ୍ୱକପ ସେମିଫାଇନାଲରେ ତାଙ୍କର ଶେଷ ମ୍ୟାଚ ଖେଳିଥିଲେ। ସେବେଠାରୁ ସେ ଦୂରେଇ ରହିଥିଲେ। ଆଇପିଏଲ ଆରମ୍ଭ ପୂର୍ବରୁ ଅନ୍ତର୍ଜାତୀୟ କ୍ରିକେଟରୁ ଧୋନୀ ଅବସର ନେଇଥିଲେ। ଆଇପିଏଲ୍‌ର ପ୍ରଥମ ମ୍ୟାଚ୍‌ରେ ଧୋନୀଙ୍କ ନେତୃତ୍ୱଧୀନ ଚେନ୍ନାଇ ସୁପର୍‌ କିଙ୍ଗ୍ସ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri