ରୋଗୀଙ୍କୁ କାନ୍ଧରେ ବୋହିଲେ ଆମ୍ବୁୁଲାନ୍ସ କର୍ମଚାରୀ

ଭୁବନେଶ୍ୱର, ୨୨।୯(ବ୍ୟୁରୋ): ଆମ୍ବୁୁଲାନ୍ସ କର୍ମଚାରୀଙ୍କ ନିଃସ୍ବାର୍ଥପର ସେବା ଓ ଉପସ୍ଥିତ ବୁଦ୍ଧି ଯୋଗୁ ଅନେକ ସମୟରେ ବହୁ ଜୀବନ ରକ୍ଷା ପାଇଯାଉଛି। କେତେବେଳେ ରୋଗୀଙ୍କୁ ରକ୍ତ ଦେଇ ଜୀବନ ବଞ୍ଚାଉଛନ୍ତି ତ ଆଉ କେତେବେଳେ ନିଜ ଜୀବନକୁ ବାଜି ଲଗାଇ ମହାନତା ଦେଖାଉଛନ୍ତି। ଏମିତି ଆଉଏକ ଘଟଣା କେନ୍ଦୁଝର ଜିଲାରେ ଦେଖିବାକୁ ମିଳିଛି। ଆମ୍ବୁଲାନ୍ସ କର୍ମଚାରୀମାନେ ଉପାନ୍ତ ଅଞ୍ଚଳରୁ ରୋଗୀଙ୍କୁ ନିଜ କାନ୍ଧରେ ବୋହି ହସ୍ପିଟାଲରେ ପହଞ୍ଚାଇ ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି। ମିଳିଥିବା ସୂଚନାନୁସାରେ, ରବରିଆ ଥାନା ଅନ୍ତର୍ଗତ ନିଆସଗଡ଼ିଆ ଗ୍ରାମରେ ଜଣେ ବ୍ୟକ୍ତି ଗୁରୁତର ଅସୁସ୍ଥ ହୋଇପଡିଥିଲେ। ଏ ନେଇ କଲ୍‌ ପାଇବା ପରେ ୧୦୮ ଆମ୍ବୁଲାନ୍ସ କର୍ମଚାରୀମାନେ ତୁରନ୍ତ ଉକ୍ତ ଗାଁ ଅଭିମୁଖେ ବାହାରିଥିଲେ। ମାତ୍ର ବାଟରେ ରାସ୍ତା ଅତ୍ୟନ୍ତ ଖରାପ ଥିବାରୁ ଆମ୍ବୁଲାନ୍ସଟି ଆଗକୁ ଯିବା ସମ୍ଭବ ନ ଥିଲା। ତେଣୁ କାଳ ବିଳମ୍ବ ନ କରି ଆମ୍ବୁଲାନ୍ସ କର୍ମଚାରୀମାନେ ନିଜେ ରୋଗୀଙ୍କ ନିକଟକୁ ଯାଇ ପ୍ରାୟ ଦେଢ଼କିମି କାନ୍ଧରେ ବୋହି ଆମ୍ବୁଲାନ୍ସ ନିକଟକୁ ଆଣିଥିଲେ। ଏହାପରେ ତାଙ୍କୁ ଚମ୍ପୁଆ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେହିଭଳି ନିକଟରେ ୧୦୨ ଓ ୧୦୮ ଆମ୍ବୁଲାନ୍ସ କର୍ମଚାରୀଙ୍କ ପାଇଁ ବାଟରେ ପ୍ରସବ କରିଥିବା ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ୍‌ ରାଉପୁର ଗ୍ରାମର ମହିଳା ଏବଂ ନବଜାତ ଶିଶୁଙ୍କ ଜୀବନ ବଞ୍ଚତ୍ୟାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri