ସଂସଦ ଢାଞ୍ଚାରେ ଚାଲିବ ବିଧାନସଭା

ଭୁବନେଶ୍ୱର, ୨୩।୯(ବ୍ୟୁରୋ):କୋଭିଡ୍‌-୧୯ ମହାମାରୀକୁ ଦୃଷ୍ଟିରେ ରଖି ଏଥର ସଂସଦୀୟ ଢାଞ୍ଚାରେ ବିଧାନସଭା ମୌସୁମୀ ଅଧିବେଶନ ଚାଲିବ। ଏ ନେଇ ମଙ୍ଗଳବାର ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୂଚନା ଦେଇଛନ୍ତି।

କେବଳ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମକୁ ଛାଡି ବିଧାନସଭା କାର୍ଯ୍ୟାବଳୀ ଅନୁଯାୟୀ ସମସ୍ତ କାର୍ଯ୍ୟ ସମ୍ପାଦନ ହେବ। ଯେପରି କି ଶୂନ୍ୟକାଳ, ମୁଲତବୀ, ମୋଶନ, ଧ୍ୟାନ ଆକର୍ଷଣକାରୀ ପ୍ରସ୍ତାବ ଆଦି ଚାଲିବ। ବିଧାୟକମାନେ ପରସ୍ପର ମଧ୍ୟରେ ୪ ଫୁଟ୍‌ ବ୍ୟବଧାନରେ ବସିବେ ପାର୍ଲାମେଣ୍ଟରେ ଏମ୍‌ପିଙ୍କ ସିଟ୍‌ ସମ୍ମୁଖରେ ଯେପରି ସିଲ୍‌ଡ କାଚ ଲଗାଯାଇଛ ବିଧାନସଭାରେ ସଦସ୍ୟମାନଙ୍କ ସିଟ୍‌ ସମ୍ମୁଖରେ ମଧ୍ୟ କାଚ ଲଗାଯିବ। ଦର୍ଶକ ଗ୍ୟାଲେରିରେ ବିଧାୟକମାନଙ୍କର ବସିବା ସୁବିଧା କରାଯିବ। ଯେଉଁ ବରିଷ୍ଠ ବିଧାୟକମାନେ ଗୃହ କାର୍ଯ୍ୟରେ ଯୋଗ ଦେଇ ପାରିବେ ନାହିଁ ସେମାନେ ଆଗୁଆ ସୂଚନା ଦେବେ। ନିଜ ଘର ଜିଲା ମୁଖ୍ୟାଳୟ କିମ୍ବା ଓକାକ୍‌ରେ ଭିଡିଓ କନ୍‌ଫରେନ୍ସରେ ଗୃହ କାର୍ଯ୍ୟରେ ଭାଗ ନେଇ ପାରିବେ। ସମସ୍ତ ଗଣମାଧ୍ୟମର ଗୋଟିଏ ଲେଖାଏ ଟିମ୍‌କୁ ଅନୁମତି ପ୍ରଦାନ କରାଯିବ।

ପ୍ରାକ୍‌ ପ୍ରସ୍ତୁତିକୁ ନେଇ ମଙ୍ଗଳବାର ବାଚସ୍ପତି ବିଧାନସଭା ପରିଦର୍ଶନ କରିଥିଲେ। ସେପ୍ଟେମ୍ବର ୨୯ରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବ। ଅକ୍ଟୋବାର ୭ ଯାଏ ଚାଲିବ। ଏଥିରେ ୮ଟି କାର୍ଯ୍ୟ ଦିବସ ରହିଛି। ଆସନ୍ତା ୨୭ ଓ ୨୮ ତାରିଖରେ ବିଧାୟକ, ସେମାନଙ୍କର ସୁରକ୍ଷା କର୍ମୀ, ଡ୍ରାଇଭର, ବିଧାନସଭା କର୍ମଚାରୀଙ୍କର କୋଭିଡ୍‌-୧୯ ପରୀକ୍ଷା କରାଯିବ। ତେବେ ଗୃହ ପରିଚାଳନା ନେଇ ଆସନ୍ତା ୨୫ ତାରିଖରେ ଏକ ସର୍ବଦଳୀୟ ବୈଠକ ଡକାଯାଇଛି। ବୈଠକରେ କୋଭିଡ୍‌କୁ ନେଇ କିପରି ଗୃହ ପରିଚାଳନା ହେବ ସେ ନେଇ ବିଭିନ୍ନ ଦଳର ନେତମାନଙ୍କ ସହ ବାଚସ୍ପତି ଆଲୋଚନା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri