ନକଲି ସେଲ୍ସଟ୍ୟାକ୍ସ ଅଫିସର ଗିରଫ

ଭୁବନେଶ୍ୱର, ୨୪।୯ (ବ୍ୟୁରୋ):ନିଜକୁ ସେଲ୍ସ ଟ୍ୟାକ୍ସ ବିଭାଗର ଜଣେ ବରିଷ୍ଠ ଅଧିକାରୀ ବୋଲି ପରିଚୟ ଦେଉଥିଲେ। ଅଭିଯୁକ୍ତ ଜଣଙ୍କ ନିଜେ ଜଣେ ଆୟକର ବିଭାଗର ପୂର୍ବତନ ଅଫିସର ହୋଇଥିବାରୁ ବ୍ୟବସାୟୀଙ୍କ ଦୋଷ ଦୁର୍ବଳତା ବେଶ୍‌ ଜାଣିଥିଲେ। ଏହାର ଫାଇଦା ଉଠାଇ ଲୋକଙ୍କ ଠାରୁଟଙ୍କା ନେଉଥିବା ଜଣେ ବ୍ୟକ୍ତିଙ୍କୁ ମାଲଗୋଦାମ ଥାନା ପୋଲିସ ଗିରଫ କରିଛି। ନକଲି ପରିଚୟ ଦର୍ଶାଇ ଟଙ୍କା ଆଦାୟ କରିବା ଏହି ବ୍ୟକ୍ତିଙ୍କ ପାଇଁ ମହଙ୍ଗା ପଡ଼ିଛି। ଗିରଫ ଅଭିଯୁକ୍ତ ଜଣଙ୍କ ହେଲେ ଜଗତସିଂହପୁର ଜିଲା ବିରିଡ଼ିି ଥାନା ଅନ୍ତର୍ଗତ ହଳଦୀପଦାର ଉମାକାନ୍ତ ରାଉତ (୫୯)। ତାଙ୍କ ବିରୋଧରେ କେସ୍‌ ନଂ. ୧୮୩/୨୦, ଆଇପିସି ଧାରା ୪୧୯, ୩୮୭, ୨୯୪, ୫୦୬ ରୁଜୁ କରାଯାଇ ତାଙ୍କୁ କୋର୍ଟ ଚାଲାଣ କରାଯାଇଛି ବୋଲି ଡିସିପି ପ୍ରତୀକ ସିଂ କହିଛନ୍ତି। ପୋଲିସଠାରୁ ମିଳିଥିବା ସୂଚନା ମୁତାବକ, ଗତ ରବିବାର ପୂର୍ବାହ୍ନ ପ୍ରାୟ ସାଢେ ୧୧ଟାରେ ଆଶିଷ କୁମାର ସାହୁ ନାମକ ଜଣେ ପ୍ରତିଷ୍ଠିତ ବ୍ୟବସାୟୀଙ୍କ ନିକଟକୁ ଏକ ଫୋନ କଲ୍‌ ଆସିଥିଲା। ତୁମର ଲକ୍ଷାଧିକ ଟଙ୍କା ଟ୍ୟାକ୍ସ ବକେୟା ରହିଛି। ଟ୍ୟାକ୍ସ ନ ଦେଲେ ଠକେଇ ଅଭିଯୋଗରେ ତୁମକୁ ଗିରଫ କରାଯିବ ବୋଲି ଅଭିଯୁକ୍ତ ଉମାକାନ୍ତ କହିଥିଲେ। ମୋତେ ଲକ୍ଷେ ଟଙ୍କା ଦିଅ। ନଚେତ୍‌ ସେଲ୍ସ ଟ୍ୟାକ୍ସ ବିଭାଗ ପକ୍ଷରୁ ଚଢାଉ କରାଯିବ ବୋଲି କହିଥିଲେ। ଏ ନେଇ ଆଶିଷ ମାଲଗୋଦାମ ଥାନାରେ ଅଭିଯୋଗ କରିବା ପରେ ପୋଲିସ ତଦନ୍ତ ଆରମ୍ଭ କରିଥିଲା। ଉମାକାନ୍ତ ପୂର୍ବରୁ ଏଭଳି ଅନେକ ଘଟଣାରେ ସମ୍ପୃକ୍ତ ଅଛନ୍ତି। ଚାକିରି ଛାଡ଼ିବା ପରେ ଏଭଳି ଅସାଧୁ ଉପାୟରେ ସେ ଅର୍ଥ ରୋଜଗାର କରୁଥିଲେ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

ନୂଆବର୍ଷରେ ମିଥୁନ ରାଶିରେ ଧନ ବର୍ଷା, ଶତ୍ରୁ ବନେଇବେ ସିଂହ ରାଶି; ୨୦୨୬ରେ ଧନୀ ହୋଇଯିବେ ଏହି ୫ରାଶି!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ନୂଆବର୍ଷ ୨୦୨୬ ଆରମ୍ଭରେ ଅନେକ ବଡ ଗ୍ରହ ଗୋଚର କରିବାକୁ ଯାଉଛନ୍ତି । ଏହାସହ, ଗୋଚର କରୁଥିବା ଏହି ଗ୍ରହମାନଙ୍କ ମଧ୍ୟରେ...

ବେଆଇନ ବେଟିଂ ଆପ ମାମଲାରେ ଇଡିର ବଡ଼ ଆକ୍ସନ: ପୂର୍ବତନ କ୍ରିକେଟର, ବଲିଉଡ ସେଲିବିଟ୍ରିଙ୍କ ସମ୍ପତ୍ତି ଜବତ, ଜାଣନ୍ତୁ କାହାଠୁ କେତେ…

ନୂଆଦିଲ୍ଲୀ,୧୯।୧୨: ବେଆଇନ ବେଟିଂ ଆପ ମାମଲାରେ ଇଡି ବଡ଼ ଆକ୍ସନ ନେଇଛି। ପୂର୍ବତନ କ୍ରିକେଟର ଓ ବଲିଉଡ ସେଲିବେଟ୍ରିଙ୍କ ସମ୍ପତ୍ତି ଜବତ କରାଯାଇଛି। ଯୁବରାଜ ସିଂଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri