ଓଡ଼ିଶା ଜିଏସ୍‌ଟି ସଂଗ୍ରହ ୨୨% କମିଛି

ନୂଆଦିଲ୍ଲୀ : ଚଳିତ ବର୍ଷ ମାର୍ଚ୍ଚରୁ ଜୁଲାଇ ସମୟ ମଧ୍ୟରେ ଓଡ଼ିଶାରେ ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ସଂଗ୍ରହ ୨୨.୬% କମିଛି। ଏହି ଅବଧିରେ ଏଠାରେ ୨୯୬୬ କୋଟି ଟଙ୍କା ଜିଏସ୍‌ଟି ଆଦାୟ ହୋଇଛି। ଦେଶର ବଡ ରାଜ୍ୟଗୁଡିକରେ ଜିଏସ୍‌ଟି ସଂଗ୍ରହ ପ୍ରାୟ ୨୦% ଉର୍ଦ୍ଧ୍ୱ କମିଥିବା ଲୋକସଭାରେ ସରକାର ଦେଇଥିବା ଡାଟାରୁ ସାମ୍ନାକୁ ଆସିଛି। ତାମିଲନାଡୁ,ଗୁଜରାଟ ଏବଂ ମହାରାଷ୍ଟ୍ର ଭଳି ଶିଳ୍ପ ଉନ୍ନତ ରାଜ୍ୟଗୁଡିକ ତୁଳନାରେ ଓଡ଼ିଶା, ବିହାର, ମଧ୍ୟପ୍ରଦେଶ, ଆସାମ ଭଳି ରାଜ୍ୟରେ ଜିଏସ୍‌ଟି ସଂଗ୍ରହ ଉପରେ ବେଶି ପ୍ରଭାବ ପଡିନାହିଁ। ତାମିଲନାଡୁରେ ଜିଏସ୍‌ଟି ଆଦାୟ ୩୪% କମିଥିବା ବେଳେ ଗୁଜରାଟରେ ୩୦% ଏବଂ ମହାରାଷ୍ଟ୍ରରେ ୨୮.୫% ଖସିଛି। କେବଳ ଛତିଶଗଡରେ ଜିଏସ୍‌ଟି ହ୍ରାସ ୧୭% ରହିଛି। ଅରୁଣାଚଳ ପ୍ରଦେଶ, ଲାକ୍ଷାଦୀପ, ଆଣ୍ଡାମାନ ନିକୋବର ଏବଂ ସିକିମରେ ଗତ ବର୍ଷ ଏହି ସମୟ ତୁଳନାରେ ଚଳିତ ବର୍ଷ ଟିକସ ସଂଗ୍ରହ ଅପେକ୍ଷାକୃତ ଉନ୍ନତ ରହିଛି। ଚଳିତ ଆର୍ଥତ୍କ ବର୍ଷ ଏପ୍ରିଲ-ଅଗଷ୍ଟ ସମୟ ଅବଧିରେ ଦେଶ ମଧ୍ୟରେ ନେଟ୍‌ ପ୍ରତ୍ୟକ୍ଷ ଟିକସ ସଂଗ୍ରହ ୩୧.୧% କମିଛି। ସେହିଭଳି ପରୋକ୍ଷ ଟିକସ ସଂଗ୍ରହ ୧୧.୨% ହ୍ରାସ ହୋଇଛି। ଉତ୍ତରାଖଣ୍ଡରେ ଜିଏସ୍‌ଟି ସଂଗ୍ରହ ସବୁଠାରୁ ବେଶି ପ୍ରଭାବିତ ହୋଇଛି। ଏଠାରେ ଆଦାୟ -୪୨.୨% ରହିଛି। ସେହିଭଳି ଗୋଆରେ ୪୦% ପରୋକ୍ଷ ଟିକସ କମିଛି। ମୋଟ ୩୬ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳ ମଧ୍ୟରୁ ୩୪ଟି ରାଜସ୍ବ କ୍ଷତି ସହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଅଧ୍ୟାପକରେ ଚାଲିଛି ଶିକ୍ଷାଦାନ: ଏକମାତ୍ର ସରକାରୀ ମହିଳା ମହାବିଦ୍ୟାଳୟ ଅବହେଳିତ

ଭବାନୀପାଟଣା, ୨୨ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ସର୍ବପୁରାତନ ଏକମାତ୍ର ସରକାରୀ ମହିଳା ମହାବିଦ୍ୟାଳୟ ମୁଖ୍ୟାଳୟ ଭବାନୀପାଟଣା ସହରରେ ଥାଇ ମଧ୍ୟ ଅବହେଳିତ ହୋଇପଡିଛି। ୪୫ବର୍ଷ...

ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର: ଘରେ ଲଗାଇଦେଲେ ନିଆଁ, ପରେ…

ଉଦଳା,୨୨।୧୨: ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର । ପୋଡ଼ି ମାରିବାକୁ ସ୍ବାମୀ ଘରେ ନିଆଁ ଲଗାଇ ଦେଇଥିଲେ। ଏଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ...

ମଣ୍ଡିରେ ପଡ଼ିଛି ଧାନ: ଚାଲିଛି ନେତାଙ୍କ ଟଣା ଓଟରା

ଭୁବନେଶ୍ୱର,୨୨।୧୨: ମଣ୍ଡିରେ ଚାଷୀଙ୍କ ଧାନ କିଣା ସମସ୍ୟା ନେଇ ପ୍ରତିକ୍ରିୟା ରଖିଲା ବିଜେଡି। ସମବାୟ ମନ୍ତ୍ରୀଙ୍କୁ ବିଜେଡି ବରିଷ୍ଠ ଉପ ସଭାପତି ସଞ୍ଜୟ ଦାସବର୍ମା ଟାର୍ଗେଟ...

ଆଜି ଜାତୀୟ ଗଣିତ ଦିବସ: ଅଧିକ ଗବେଷଣା ପ୍ରତି ଆଗ୍ରହ ଆବଶ୍ୟକ

ଗଣିତର ବିକାଶ ବିନା କୌଣସି ସଭ୍ୟତାର ବିକାଶ ସମ୍ଭବ ନୁହେଁ। ଆଜକୁ ୪୦୦୦ ବର୍ଷ ପୂର୍ବେ ଭାରତର ଉତ୍ତର-ପଶ୍ଚିମାଞ୍ଚଳରେ ଗଢ଼ିଉଠିଥିବା ସିନ୍ଧୁ ସଭ୍ୟତାର ଭଗ୍ନାବଶେଷରୁ ସେମାନଙ୍କର...

ପୁଅ IPLରେ ଚୟନ ହେବା ପରେ ଖୁସି ହେଲେ ପପୁ, ଦହି-ପୋଡି କରି ଗାଁ ଲୋକଙ୍କୁ…

ନୂଆଦିଲ୍ଲୀ,୨୨।୧୨: ପୂର୍ଣ୍ଣିଆର ସ୍ୱାଧୀନ ସାଂସଦ ପପ୍ପୁ ଯାଦବ ତାଙ୍କ ପୁଅ ସାର୍ଥକ ରଞ୍ଜନଙ୍କ IPL ଦଳରେ ଚୟନ ହେବା ପରେ ଖୁସି ହୋଇ ଭୋଜି ଦେଇଥିଲେ...

ଚିଟ୍‌ଫଣ୍ଡ ଜମାକାରୀଙ୍କ ପାଇଁ ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୨୨।୧୨: ଚିଟ୍‌ଫଣ୍ଡ ଜମାକାରୀଙ୍କ ପାଇଁ ଆସିଲା ବଡ଼ ଖବର। କ୍ଷୁଦ୍ର ଚିଟ୍‌ଫଣ୍ଡ ଜମାକାରୀଙ୍କୁ ଟଙ୍କା ଫେରସ୍ତ ନେଇ ଅର୍ଥ ବିଭାଗର ବିଜ୍ଞପ୍ତି ପ୍ରସଙ୍ଗରେ ଭାଜପା ଜିଲା...

ଦାରିଙ୍ଗବାଡିରେ ନୂଆ ଇନ୍ସପେକ୍ଟର: ଅଞ୍ଚଳରେ ପୂର୍ବରୁ ରହିଛି ଅଭିଜ୍ଞତା

ଦାରିଙ୍ଗବାଡି,୨୨।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ଯୋଗଦାନ କରିଛନ୍ତି। ସେ ଏବେ ଅତିରିକ୍ତ ଥାନା ଅଧିକାରୀ...

ମୁଁ ସମ୍ପୂର୍ଣ୍ଣ ଭାଙ୍ଗିପଡ଼ିଥିଲି…ଅବସର କଥା କହି ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୨୨।୧୨: ଭାରତୀୟ କ୍ରିକେଟର ସବୁଠାରୁ ସଫଳ ଅଧିନାୟକଙ୍କ ମଧ୍ୟରୁ ଜଣେ ରୋହିତ ଶର୍ମା ତାଙ୍କ କ୍ୟାରିୟର ବିଷୟରେ ଏକ ଖୁଲାସା କରିଛନ୍ତି। ଏହା ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri