Posted inRasifala

ରାଶିଫଳ: ଶନିବାର, ସେପ୍ଟେମ୍ବର ୨୬ ତାରିଖ – Daily Horoscope

ମେଷ
ଆଜି ବିଶେଷ ଭ୍ରମଣଜନିତ ଶାରୀରିକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ବନ୍ଧୁମାନଙ୍କ ଗହଣରେ ନୂତନ ସ୍ଥାନ ପରିଦର୍ଶନରେ ଯାଇପାରନ୍ତି। ବ୍ୟବସାୟିକ ସ୍ଥିତି କେତେକାଂଶରେ ଚିନ୍ତାଜନକ ସ୍ଥିତିକୁ ଆସି ଯାଇପାରେ। ବିବାଦୀୟ ଘଟଣାଠାରୁ ଦୂରେଇ ରହିବା ଭଲ ହେବ।
ବୃଷ
ବୃଷ

କୌଣସି ନୂତନ ଯୋଜନା କରିବା ସକାଶେ ମନ ବଳାଇପାରନ୍ତି। ଆସନ୍ତାକାଲିର ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁ ଧଉଡ କରିବାକୁ ପଡିବ। ବନ୍ଧୁଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବାରୁ ବ୍ୟସ୍ତତା ବୃଦ୍ଧି ପାଇବ। ସାମୟିକ ପୁରାତନ ରୋଗରୁ ପୀଡ଼ା ଅନୁଭବ କରିପାରନ୍ତି।

ମିଥୁନ
ମିଥୁନ
ପୂର୍ବ କଥାକୁ ଦୋହରାଇ ପାଖ,ପଡୋଶୀ/ଆତ୍ମୀୟ ସ୍ବଜନମାନଙ୍କ ସହ ସମ୍ପର୍କ ହ୍ରାସ ଘଟିପାରେ। ପରିବାର ସଦସ୍ୟଙ୍କୁ ସନ୍ଦେହ କରି ସମସ୍ୟା ଭିତରକୁ ଟାଣି ହୋଇପାରନ୍ତି। ଜମିଜମା ସମ୍ପର୍କୀୟ ସମସ୍ୟାକୁ କେନ୍ଦ୍ର କରି ମାନସିକ ସ୍ଥିରତା ରହି ନ ପାରେ।
କର୍କଟ
କର୍କଟ
ପ୍ରିୟଜନଙ୍କ ସହାୟତାରେ ଅର୍ଥ ସମ୍ପର୍କୀୟ କୌଣସି ଅନୁଚିନ୍ତା ସାୟାହ୍ନେ ଦୂର ହେବ। ଦୀର୍ଘଦିନରୁ ଅଟକି ରହିଥିବା କର୍ମକ୍ଷେତ୍ରର ସ୍ଥିତି ଅନୁକୂଳ ହୋଇପାରେ। ଅଫିସ୍‌ରୁ ଫେରନ୍ତା ବାଟରେ କୌଣସି ମୂଲ୍ୟବାନ ଦ୍ରବ୍ୟ ଲାଭ ହେବାର ସୂଚନା ରହିଛି। ପରିବାର ସଦସ୍ୟମାନଙ୍କ ନିକଟରୁ ସ୍ନେହ ଶ୍ରଦ୍ଧାନୁରାଗୀ ହୋଇପାରନ୍ତି।
ସି˚ହ
ସି˚ହ
ଆଜି ପରିବାରର ଦାବି ଅନୁଯାୟୀ ଗୃହକୁ ସୌଖୀନ ପଦାର୍ଥ ଆଣିପାରନ୍ତି। କର୍ମ କ୍ଷେତ୍ରରେ ଏକ ମାମୁଲି ଘଟଣାରେ ସହକର୍ମୀଙ୍କ ସହ ଉଚ୍ଚବାଚ ଘଟିପାରେ। ଶିଳ୍ପ,ବାଣିଜ୍ୟ ଓ ପରିବହନ,ଏଜେନ୍ସି, ସାମ୍ବାଦିକତାରେ ପ୍ରଶଂସିତ ହେବେ। ବନ୍ଧୁମାନଙ୍କ ସହ ଭ୍ରମଣରେ ଯିବାକୁ ପରିବାରରୁ ପୂର୍ଣ୍ଣ ସମର୍ଥନ ପାଇବେ ନାହିଁ।
କନ୍ୟା
ବିଭିନ୍ନ ସମସ୍ୟା ବିଷୟରେ ଚିନ୍ତାକରି ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ। ସ୍ବାର୍ଥର ବଶବର୍ତ୍ତୀ ହୋଇ ନିଜର ଆତ୍ମୀୟମାନେ ହଠାତ୍‌ ଶତ୍ରୁତା କରିପାରନ୍ତି। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟକୁ ଯିବା ପୂର୍ବରୁ କୌଣସି ସମସ୍ୟାର ସମ୍ମୁଖୀନ ହେବାକୁ ପଡିପାରେ।
ତୁଳା
ତୁଳା
ଶାରୀରିକ ସ୍ବାସ୍ଥ୍ୟ ଭଲ ରହୁ ନ ଥିବାରୁ ମାନସିକ ଅବସ୍ଥା ଖରାପ ଦିଗକୁ ଗତି କରିବ। ଆଜି ଦିନଟିରେ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ। କୌଣସି ଜିନିଷ କ୍ରୟ କରିବା ସକାଶେ ହଠାତ୍‌ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡିପାରେ।
ବିଛା
ବିଛା
କର୍ମକ୍ଷେତ୍ର ସକାଶେ ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ। ଘରଭଡାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହେବାର ସମ୍ଭାବନା ରହିଛି। ଈର୍ଷାପରାୟଣ ମନୋଭାବ ପୋଷଣ କରି ନିକଟ ସମ୍ପର୍କୀୟମାନେ ଶତ୍ରୁତା କରିପାରନ୍ତି। ଭୁଲ୍‌ ବୁଝାମଣା ଜନିତ ସୁସମ୍ପର୍କ ନଷ୍ଟ ହେବାର ଆଶଙ୍କା ଦେଖାଦେବ।
ଧନୁ
ଧନୁ
ଆଜି କର୍ମକ୍ଷେତ୍ରରେ ଈର୍ଷା ପରାୟଣ ବନ୍ଧୁଙ୍କ ସହ ଝଗଡା ଲାଗିପାରେ। ପୂର୍ବାଷାଢା ନକ୍ଷତ୍ରର ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ଯୋଗୁଁ ମନ ଖୁସି ରହିବ। ପରିବାରର ଆବଶ୍ୟକତାକୁ ଉପଲବ୍ଧ କରି ଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି।
ମକର
ମକର

ଆଜି ଆପଣ ପାଖ ପଡୋଶୀମାନଙ୍କ ସହ ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡିବେ। ସନ୍ଧ୍ୟା ସମୟରେ ପରିବାର ସହ ସୁଖଭ୍ରମଣ ଯୋଗ ରହିଛି। କଳା, ସାହିତ୍ୟ, ସଭାସମିତି ଓ ରାଜନୈତିକ ସ୍ତରରେ ଟେନ୍ସନ ଲାଗି ରହିବ। ଠିକଣା ଜାଗାରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇପାରନ୍ତି।

କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ନିଜର ସ୍ଥିତିକୁ ସୁଦୃଢ କରିବାରେ ସମର୍ଥ ହେବେ। ନିଜର ଲୋକମାନେ ଯେତେ ପ୍ରକାରର ସମସ୍ୟା ସୃଷ୍ଟି କଲେ ଆପଙ୍କର କୌଣସି ଅସୁବିଧା ହେବ ନାହିଁ। ଆଜି ଏକ ଭିନ୍ନ ପରିସ୍ଥିତିରେ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ।
ମୀନମୀନ

ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣି ହୋଇଯିବାର ସୂଚନା ରହିଛି। ଉତ୍ତରଭାଦ୍ରବ ନକ୍ଷତ୍ର ଚେଷ୍ଟା କରୁଥିବା କାମରେ ଓ ସଫଳତାରେ ଆନନ୍ଦ ଅନୁଭବ କରିବେ। ଅପରାହ୍ନରେ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ। ଅଟକି ରହିଥିବା କାମଟି ଅପରାହ୍ନେ ଆଶା କରୁଥିବା କାମ ସମ୍ପନ୍ନ ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

ରାଶିଫଳ: ଶନିବାର, ଡିସେମ୍ବର ୧୩ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ନୂତନ ଆନନ୍ଦ, ଉତ୍ସାହ ଓ ଉଦ୍ଦୀପନାର ସହ ଦିନଟି ଉପଭୋଗ୍ୟ ରହିବ। ଶତ୍ରୁକ୍ଷେତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୨ ତାରିଖ – Daily Horoscope

ମେଷ ହାତକୁ ନେଇଥିବା କାମଟି ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ରହିବ ନାହିଁ। ଶୁକ୍ରଙ୍କ ପ୍ରଭାବରୁ ଅର୍ଥ ଓ ବିଳାସପୂର୍ଣ୍ଣ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ।...

ରାଶିଫଳ: ଗୁରୁବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ନେଇ ମାନସିକ ଉଦ୍‌ବେଗ ବୃଦ୍ଧି ପାଇବ। ଅର୍ଥର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ତ୍ୱରାନ୍ବିତ କରିବ। ଆଲୋଚନା...

ରାଶିଫଳ: ବୁଧବାର, ଡିସେମ୍ବର ୧୦ ତାରିଖ – Daily Horoscope

ମେଷ ଆଜି ପାପଯୁକ୍ତ ଚନ୍ଦ୍ର କୋଣସ୍ଥାନରେ ରହିଥିବାରୁ ସନ୍ତାନଙ୍କ ସମସ୍ୟା ଦୁଶ୍ଚିନ୍ତାର କାରଣ ହେବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବାରୁ ଆଶ୍ୱସ୍ତି ଲାଭ କରିବେ। ଜଳ, ତୈଳ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri