କରୋନା ଟିକା ପାଇଁ ଲୋଡ଼ା ୮୦ ହଜାର କୋଟି

ନୂଆଦିଲ୍ଲୀ: ଦେଶ ମଧ୍ୟରେ ସମସ୍ତଙ୍କୁ କରୋନା ଟିକା ଯୋଗାଇଦେବା ଲାଗି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ ସରକାରଙ୍କୁ ୮୦ ହଜାର କୋଟି ଟଙ୍କା ଲୋଡ଼ା ପଡିବ। ପୁଣେ ସ୍ଥିତ ସେରମ୍‌ ଇନ୍‌ଷ୍ଟିଚ୍ୟୁଟର ଅଧ୍ୟକ୍ଷ ଆଦର ପୁନାଓ୍ବାଲା ଏଭଳି ଆକଳନ କରିଛନ୍ତି। ଏହା ଏକ ବଡ଼ ଚ୍ୟାଲେଞ୍ଜ ହୋଇଥିବା ବେଳେ ସ୍ଥିତିକୁ ସମ୍ଭାଳିବା କଷ୍ଟକର ବୋଲି ସେ ଏକ ଟୁଇଟରେ ଏହା କହିଛନ୍ତି। କରୋନା ସଂକ୍ରମଣ ବର୍ତ୍ତମାନ ସାରା ଦେଶରେ ତୀବ୍ରତର ହୋଇଛି। ଏଭଳି ସ୍ଥିତିରେ ସମସ୍ତଙ୍କୁ ଟିକା ଯୋଗାଇଦେବାର ଆବଶ୍ୟକତା ରହିଛି। ସରକାର ଏଥିଲାଗି ପ୍ରସ୍ତୁତ ଅଛନ୍ତି କି ନାହିଁ ସେ ପ୍ରଶ୍ନ ଉଠାଇଛନ୍ତି। କାରଣ ଏଥିଲାଗି ଏକ ସ୍ବତନ୍ତ୍ର ଯୋଜନା ହାତକୁ ନେବାକୁ ପଡିବ। ଘରୋଇ ବଜାର ଏବଂ ବିଦେଶୀ କମ୍ପାନୀଗୁଡିକଠାରୁ ଟିକା ସଂଗ୍ରହ କରିବା ଏବଂ ବଣ୍ଟନ କରିବାରେ ବିଭିନ୍ନ ସମସ୍ୟା ଉପୁଜିବ। ଏହି ସମସ୍ୟାକୁ କିଭଳି ସମାଧାନ କରାଯିବ ଓ ଅର୍ଥ କେଉଁଠାରୁ ଆସିବ ସେ ନେଇ ସରକାରଙ୍କ ସହ ବିଶେଷଜ୍ଞମାନେ ଆଲୋଚନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାଇଦ୍ରାବାଦରେ ‘ଓଡ଼ିଶା ନିବେଶକ ସମ୍ମିଳନୀ’: ପ୍ରଥମ ଦିନରେ ମିଳିଲା ୧୯,୫୦୦ କୋଟି ଟଙ୍କାର ନିବେଶ ପ୍ରସ୍ତାବ

ଭୁବନେଶ୍ୱର,୧୮ା୧୨: ହାଇଦ୍ରାବାଦରେ ଆୟୋଜିତ ଦୁଇ ଦିନିଆ ‘ଓଡ଼ିଶା ଇନଭେଷ୍ଟର ମିଟ୍’ର ପ୍ରଥମ ଦିନରେ ରାଜ୍ୟ ପାଇଁ ପୁଞ୍ଜିନିବେଶର ସୁଅ ଛୁଟିଛି। ଏହି ଅବସରରେ ଓଡ଼ିଶା ପ୍ରାୟ...

ଓଡ଼ିଶାରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ: ମା’ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ବୋହୂ, ୮ ମାସ ତଳେ…

ଅନୁଗୋଳ,୧୮ା୧୨(ଜ୍ୟୋତିରଞ୍ଜନ ସାହୁ): ମାତ୍ର ୮ ମାସ ତଳେ ଘରକୁ ଆସିଥିବା ବୋହୂ ନେଇଛନ୍ତି ଶାଶୁଙ୍କ ଜୀବନ। ପାରିବାରିକ କଳହରୁ ମା’ ସହ ମିଶି ଶାଶୁ କୁନି...

ଈଶାନ କିସାନଙ୍କ ଧୂଆଁଧାର ଶତକ: ସୟଦ ମୁସ୍ତାକ ଅଲି ଟ୍ରଫି ଜିତିଲା ଝାଡ଼ଖଣ୍ଡ

ପୁନେ,୧୮ା୧୨: ଅଧିନାୟକ ଇଶାନ କିଶନଙ୍କ ଧୂଆଁଧାର ଶତକ ବଳରେ ଝାଡ଼ଖଣ୍ଡ କ୍ରିକେଟ ଦଳ ଏକ ନୂଆ ଇତିହାସ ରଚିଛି। ଗୁରୁବାର ପୁଣେର MCA ଷ୍ଟାଡିୟମଠାରେ ଅନୁଷ୍ଠିତ...

ଭୁବନେଶ୍ୱର ଏମ୍‌ସକୁ ଯିବ ସ୍ୱତନ୍ତ୍ର ‘ଆମ୍ବୁଲାନ୍ସ କରିଡର’: ଆଉ ଟ୍ରାଫିକ୍‌ରେ ଫସିବେନି ରୋଗୀ

ଭୁବନେଶ୍ୱର,୧୮ା୧୨: ଜରୁରୀକାଳୀନ ସ୍ଥିତିରେ ରୋଗୀଙ୍କୁ ସୁରକ୍ଷିତ ଓ ଶୀଘ୍ର ହସ୍ପିଟାଲରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ଏକ ବଡ଼ ମାଷ୍ଟରପ୍ଲାନ୍ ପ୍ରସ୍ତୁତ କରିଛନ୍ତି। ଭୁବନେଶ୍ୱର ଖଣ୍ଡଗିରି...

୫୬,୦୦୦ ପାକିସ୍ତାନୀ ଭିକାରିଙ୍କୁ ତଢ଼ିଲା ସାଉଦି ଆରବ

ନୂଆଦିଲ୍ଲୀ,୧୮ା୧୨: ପାକିସ୍ତାନର ପେଶାଦାର ଭିକାରୀମାନେ ଏବେ ବିଶ୍ୱ ସ୍ତରରେ ଦେଶ ପାଇଁ ଏକ ବଡ଼ ଅପମାନର କାରଣ ସାଜିଛନ୍ତି। ନିକଟରେ ସାଉଦି ଆରବ ପ୍ରାୟ ୫୬,୦୦୦...

୧୪ ଲକ୍ଷର ଗାଡ଼ିରେ ୧୦ ଲକ୍ଷ ଟଙ୍କା ମୋଡିଫିକେସନ ଖର୍ଚ୍ଚ, ବ୍ୟାକଫୁଟରେ ସରକାର

ଭୁବନେଶ୍ୱର,୧୮ା୧୨: ଓଡ଼ିଶା ବନ ବିଭାଗ ପକ୍ଷରୁ କିଣାଯାଇଥିବା ମହିନ୍ଦ୍ରା ‘ଥର୍’ ଗାଡ଼ିର ମୋଡିଫିକେସନ ଖର୍ଚ୍ଚକୁ ନେଇ ଏବେ ବଡ଼ ବିବାଦ ମୁଣ୍ଡ ଟେକିଛି। ୫୧ଟି ଥର୍...

ବଡ଼ ଜାଲିଆତିର ଖୁଲାସା: ଗାଁରେ ଜନସଂଖ୍ୟା ୧୫୦୦, ତିନି ମାସରେ ୨୭,୦୦୦ ଶିଶୁ ଜନ୍ମ!

ମୁମ୍ବାଇ,୧୮ା୧୨: ମହାରାଷ୍ଟ୍ରର ଏକ ଛୋଟ ଗାଁରେ ଏପରି ଏକ ଘଟଣା ଘଟିଛି, ଯାହା ପ୍ରଶାସନର ନିଦ ହଜାଇ ଦେଇଛି। ୟବତମାଲ ଜିଲାର ଆର୍ନି ତହସିଲ ଅନ୍ତର୍ଗତ...

ଲୋକସଭାରେ ପାରିତ ହେଲା VB–G RAM G ବିଲ୍‌, କାଗଜପତ୍ର ଚିରି ଫିଙ୍ଗିଦେଲେ ବିରୋଧୀ

ନୂଆଦିଲ୍ଲୀ,୧୮ା୧୨: ପ୍ରବଳ ବିରୋଧ ମଧ୍ୟରେ ଲୋକସଭାରେ ଜି ରାମଜୀ ବିଲ୍ ପାରିତ ହୋଇଛି । ହେଲେ ବିରୋଧୀ ଦଳ ବିଲ୍ ପାସ୍ ହେବା ପରେ ପ୍ରବଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri