Posted inRasifala

ରାଶିଫଳ: ସୋମବାର, ସେପ୍ଟେମ୍ବର ୨୮ ତାରିଖ – Daily Horoscope

ମେଷ
ଆଜି ଶନି ସହ ଚନ୍ଦ୍ର ଯୋଗରୁ ପାରିବାରିକ ସ୍ଥିତିକୁ ନେଇ ମାନସିକ ସ୍ଥିତି ଭଲ ରହିବନାହିଁ । ବହୁତ ଦିନରୁ ଅଟକି ରହିଯାଇଥିବା ସବୁ କାମ ସୁବିଧାରେ ହେବା ଦୁରୂହ ହୋଇପଡିବ । ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ ନ କଲେ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ । ବ୍ୟବସାୟ, ବାଣିଜ୍ୟ ଓ ପରିବହନରେ ଶିଥିଳତା ଦେଖାଦେବ ।
ବୃଷ
ବୃଷ

କେତୁ ନକ୍ଷତ୍ରସ୍ଥ ଶୁକ୍ର ହେତୁ ଅପୂରଣୀୟ ଆଶା ଓ ଅଭିଳାଷ ମନରେ ଲଘୁ କ୍ରୋଧ ସୃଷ୍ଟି କରିପାରେ । ପୁରୁଣା ସମ୍ପର୍କ, ଜମିଜମା, ଗାଡି ମୋଟରରୁ ଭଲ ଲାଭ ପାଇବେ । ନିର୍ମାଣାଧୀନ କାର୍ଯ୍ୟ ସମସ୍ୟା ବହୁଳ ରହିବ । ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରିପାରିଲେ ଉପକୃତ ହେବେ ।

ମିଥୁନ
ମିଥୁନ
ମଙ୍ଗଳ ଦୃଷ୍ଟ ବୁଧ ହେତୁ ସାଧାରଣ ଘଟଣାରେ ଝଗଡା ଲାଗିଥିବା ଗତକାଲିର ଘଟଣାବଳୀ ମନକୁ ବିବ୍ରତ କରିପାରେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପ୍ରାପ୍ତି ହୋଇପାରେ । କର୍ମକ୍ଷେତ୍ରର ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ ।
କର୍କଟ
କର୍କଟ
ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ଦୂରଯାତ୍ରା ଓ ବନ୍ଧୁ ମିଳନଜନିତ ସାମୟିକ ଆନନ୍ଦ ଅନୁଭବ କରିବେ । ଦୀର୍ଘଦିନର ଆଶା ଫଳବତୀ ହେବ କିନ୍ତୁ ଏଥି ସକାଶେ ଆପଣଙ୍କୁ କିଛି ଖର୍ଚ୍ଚାନ୍ତ ହେବାକୁ ପଡିପାରେ । ବ୍ୟବସାୟ, ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକର ସମ୍ମୁଖୀନ ହୋଇପାରନ୍ତି ।
ସି˚ହ
ସି˚ହ
ରାଶିରେ ଶୁକ୍ରଙ୍କ ପ୍ରଭାବରେ ସୁଚିନ୍ତିତ ଯୋଜନାକୁ ବାସ୍ତବରୂପ ଦେବା ଦିଗରେ ଚେଷ୍ଟା କରି ସଫଳ ହେବେ । ପାରିବାରିକ କ୍ଷେତ୍ରରେ ବିଭିନ୍ନ ସମସ୍ୟା ଲାଗି ରହିଲେ ମଧ୍ୟ ଚେଷ୍ଟାରୁ ବିରତ ହେବେ ନାହିଁ । ବନ୍ଧୁଗହଣରେ ଆଲୋଚନା ପରିସରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି ।
କନ୍ୟା
ଶୁକ୍ର ଓ ବୁଧଙ୍କ ପ୍ରଭାବରୁ କଳା, ସଙ୍ଗୀତ, କ୍ରୀଡା, ଚଳଚ୍ଚିତ୍ର ଓ ସାହିତ୍ୟ, ସାମ୍ବାଦିକତାରେ ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ସହମତିିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି। ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତତା ବୃଦ୍ଧି ପାଇବ ।
ତୁଳା
ତୁଳା
ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବା ସଙ୍ଗକୁ ସାମାଜିକ ସ୍ତରରେ ଆନୁଷ୍ଠାନିକ କାର୍ଯ୍ୟ ତଥା ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ମିଳିବ । କିନ୍ତୁ ଦ୍ୱିତୀୟ ଭାବ ମଙ୍ଗଳ ଦ୍ୱାରା ପ୍ରଭାବିତ ହୋଇଥିବାରୁ କଠୋର ବାକ୍ୟାଳାପ ଦ୍ୱାରା ସମ୍ପର୍କହାନି ଘଟିପାରେ । ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି।
ବିଛା
ବିଛା
ଦୁର୍ବଳ ଭାଗ୍ୟାଧିପଜନିତ ପ୍ରତ୍ୟେକ କ୍ଷେତ୍ରର ପରିସ୍ଥିତି ଆପଣଙ୍କ ପାଇଁ ଅନୁକୂଳ ନ ହୋଇପାରେ । ମନୋରଞ୍ଜନ କାର୍ଯ୍ୟରେ ସାମିଲ୍‌ ହୋଇପାରନ୍ତି, କିନ୍ତୁ ପୂର୍ଣ୍ଣ ଉପଭୋଗ୍ୟ ହୋଇପାରିବ ନାହିଁ । ସ୍ବାସ୍ଥ୍ୟ ସମସ୍ୟା ଲାଗି ରହିବା କାରଣରୁ ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ ।
ଧନୁ
ଧନୁ
କୌଣସି ପରିଚିତ ବ୍ୟକ୍ତିଙ୍କ କାର୍ଯ୍ୟକଳାପ ଆପଣଙ୍କ କର୍ମ କ୍ଷେତ୍ରକୁ ବିଶୃଙ୍ଖଳିତ କରିପାରେ । ଆର୍ଥିକ ଦିଗରୁ କିଛିଟା ସମସ୍ୟା ଲାଗି ରହିବ, ଅବଶ୍ୟ ସମାଧାନର ପନ୍ଥା ଖୋଜି ପାଇବେ । ଉତ୍ତରାଷାଢା ନକ୍ଷତ୍ର ପିଲାମାନଙ୍କ ସଫଳତାରେ ଆନନ୍ଦ
ଅନୁଭବ କରିବେ ।
ମକର
ମକର

ଯେତେ ସତର୍କରେ ଚଳିଲେ ମଧ୍ୟ ଅନ୍ୟମାନଙ୍କ ଶ୍ରଦ୍ଧାଭାଜନ ହୋଇପାରିବେ ନାହିଁ । ଘରେ ବସି ରହିଥିଲେ ମଧ୍ୟ ବିଭିନ୍ନ ପ୍ରକାରର ମିଥ୍ୟା ଅଭିଯୋଗ ଆପଣଙ୍କ ଉପରକୁ ଆସିପାରେ । ମଙ୍ଗଳ ଷଷ୍ଠାଧିପ ବୁଧ ଦୃଷ୍ଟିରେ ଥିବାରୁ ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ ।

କୁମ୍ଭ
କୁମ୍ଭ
ବ୍ୟୟସ୍ଥାନରୁ ଶନିଙ୍କ ଦୃଷ୍ଟି ପ୍ରଭାବରୁ ବିଗିଡି ଯାଉଥିବା ଯୋଜନା କ୍ରମଶଃ ସ୍ବାଭାବିକ ହୋଇପାରେ । କର୍ମକ୍ଷେତ୍ର ପ୍ରତି ଉଦାସୀନ ହେବେ, ଯଦ୍ଦ୍ବାରା କି ଆପଣଙ୍କୁ ଏଥି ସକାଶେ କେତେକ କଟୁକ୍ତି ଶୁଣିବାକୁ ପଡିପାରେ । ଅଭାବ ସୁଧାରିବାକୁ ଯାଇ ଧାର ଉଧାର କରିବାକୁ ପଡିବ । ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବାର ଆଶା ରହିଛି ।
ମୀନମୀନ

ଶନିଙ୍କ ଦୃଷ୍ଟିରୁ ବନ୍ଧୁ ସମ୍ପର୍କ କ୍ଷୁଣ୍ଣ ହୋଇପାରେ । ବନ୍ଧୁ ମାନଙ୍କ ପରାମର୍ଶ ଅନୁଶାରେ ସମସ୍ୟା ସମାଧାନ ହେବା ଦିଗରେ ଚେଷ୍ଟା କରିପାରନ୍ତି। ନିଜ ଲୋକ ମାନଙ୍କ ଈର୍ଷାପରାୟଣତା କାରଣରୁ ହଠାତ୍‌ ବିରୋଧୀ ପକ୍ଷ ସକ୍ରିୟ ହୋଇ ଉଠିବେ । ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର , ଏପ୍ରିଲ ୩୦ ତାରିଖ – Daily Horoscope

ମେଷ ଆପଣ ସାଧାରଣ ସ୍ଥିତିରୁ ଅସାଧାରଣ ସ୍ଥିତିରେ ଉପନୀତ ହେବାର ସୁଯୋଗ ପ୍ରାପ୍ତ କରିବେ। ଏପରିକି ପାରିବାରିକ ଓ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ...

ରାଶିଫଳ: ସୋମବାର, ଏପ୍ରିଲ ୨୯ ତାରିଖ – Daily Horoscope

ମେଷ ଆଜି ନବମସ୍ଥ ଚନ୍ଦ୍ର ହେତୁ ପଡ଼ୋଶୀ, ବନ୍ଧୁବାନ୍ଧବ, ସହକର୍ମୀଙ୍କ ସହ ଆମତ୍ୀୟତା ବେଶ୍‌ ଜମିବ। ବନ୍ଧୁଙ୍କ ସହ ଧାରକରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ...

ରାଶିଫଳ: ରବିବାର, ଏପ୍ରିଲ ୨୮ ତାରିଖ – Daily Horoscope

ମେଷ ଆଜି ନିଜ ରାଶି ଓ ଦ୍ୱାଦଶ ସ୍ଥାନରେ ଏକାଧିକ ଗ୍ରହ ଅବସ୍ଥାନ କରୁଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ରହିବ। ଅଫିସ୍‌ କାମରୁ ଜମା ଫୁରୁସତ୍‌...

ରାଶିଫଳ: ଶନିବାର, ଏପ୍ରିଲ ୨୭ ତାରିଖ – Daily Horoscope

ମେଷ ଆଜି ଜଣେ ସମ୍ପର୍କୀୟଙ୍କ ଦ୍ୱାରା ସ୍ଥଗିତ କାମଟି ସମ୍ପନ୍ନ ହୋଇଯିବାର ବହୁତ ସମ୍ଭାବନା ରହିଛି। କୃତ୍ତିକା ନକ୍ଷତ୍ର ଅନ୍ୟକୁ ନିର୍ଦ୍ଦେଶ ଦେବେ କିନ୍ତୁ ନିଜକୁ...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୬ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ଭ୍ରାତୃ ବିରୋଧ, ସହକର୍ମୀ ସହ ଝଗଡ଼ାର ଆଶଙ୍କା ରହିଛି। ଚନ୍ଦ୍ରଙ୍କ ପ୍ରତି ଶନିଙ୍କ ଦୃଷ୍ଟିରୁ ଋଣବାଡ଼ି, ବ୍ୟବସାୟରେ ପ୍ରତିବନ୍ଧକ ଚିନ୍ତାର...

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri