ହାତିଆ ମୁଣ୍ଡିଆ ନିଷିଦ୍ଧାଞ୍ଚଳ ଘୋଷଣା

ଖୋର୍ଦ୍ଧା ଅଫିସ,୨୮ା୯: ଖୋର୍ଦ୍ଧା ଜିଲା ତାପଙ୍ଗର ହାତିଆ ମୁଣ୍ଡିଆକୁ ନିଷିଦ୍ଧାଞ୍ଚଳ ଘୋଷଣା କରିଛି ଜିଲା ପ୍ରଶାସନ। ଏହାର ସୌନ୍ଦର୍ଯ୍ୟକୁ ଉପଭୋଗ କରିବାକୁ ପ୍ରତ୍ୟେକ ଦିନ ପର୍ଯ୍ୟଟକଙ୍କ ଗହଳି ଲାଗୁଥିବା ବେଳେ ଏଠାରେ କିନ୍ତୁ ପାଦେ ପାଦେ ବିପଦ ରହିଛି। ସ୍ଥାନୀୟ ଅଞ୍ଚଳ ଏକ ପଥର ଖଣି ହୋଇଥିବାରୁ ଅନେକ ଡିନାମାଇଟ୍‌ ଅଫୁଟା ଅବସ୍ଥାରେ ରହିଥିବାରୁ ପ୍ରଶାସନ ପକ୍ଷରୁ ମାଇକ୍‌ ଯୋଗେ ପ୍ରଚାର କରାଯାଇ ଲୋକଙ୍କୁ ସଚେତନ କରାଯାଇଛି।
ସୋମବାରଠାରୁ କେହି ତାପଙ୍ଗ ବୁଲି ନ ଯିବାକୁ ସତର୍କ କରିଛି ଜିଲା ପ୍ରଶାସନ । ବାରଣ ସତ୍ତ୍ୱେ ଯଦି କେହି ବୁଲିବାକୁ ଆସନ୍ତି ତେବେ ସେମାନଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଚେତାବନୀ ଦିଆଯାଇଛି ।
ସୂଚନଯୋଗ୍ୟ, ହାତିଆ ମୁଣ୍ଡିଆର ଅନେକ ସୁନ୍ଦର ସୁନ୍ଦର ଫଟୋ ସୋସିଆଲ ମିଡିଆରେ ଦେଖିବା ପରେ ଲୋକଙ୍କ ଗହଳି ଲାଗୁଥିଲା। ବିଶେଷକରି ଯୁବପିଢ଼ିଙ୍କୁ ଏହି ସ୍ଥାନଟି ବେଶ୍‌ ଆକୃଷ୍ଟ କରୁଥିଲା। ଏହି ଅଞ୍ଚଳ ଏକ ପଥର ଖାଦାନ ହୋଇଥିବାବେଳେ ବର୍ଷା ପରଠାରୁ ଏଠାରେ ପାଣି ଜମି ରହିଛି। ତେଣୁ ଏଠାରେ ବିପଦ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ କାଳବୈଶାଖୀ ତାଣ୍ଡବ

ଭଞ୍ଜନଗର,୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବର୍ଷା ପବନ ସହ ବଜ୍ରପାତ ହେବାରୁ ଗୋପାଳପୁର ଶାସନ ପଞ୍ଚାୟତ ରତ୍ନପୁର ଗ୍ରାମରେ ୨୨ଟି...

ରାଜପଥର ବାଇକ୍‌ ଦୁର୍ଘଟଣା, ଚାଳକ ଗୁରୁତର

ହାଟଡିହୀ,୭l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଆନନ୍ଦପୁର-ଭଦ୍ରକ ୫୩ ନମ୍ବର ରାଜ୍ୟ ରାଜପଥର ହାଟଡିହୀ ପୋଷ୍ଟ ଅଫିସ ନିକଟରେ ଏକ ବାଇକ୍‌ ଦୁର୍ଘଟଣା ଘଟି...

ଜଳସ୍ତର କମି ୧୫ ଫୁଟ୍‌ ଜାଗାରେ ୬୫ ଫୁଟ୍‌ ହେଲାଣି

ପଟ୍ଟାମୁଣ୍ଡାଇ, ୭ା୫ (କଳ୍ପତରୁ ନାୟକ):ଅସହ୍ୟ ତାତି ସାଙ୍ଗକୁ ପାଣି ସମସ୍ୟା ଲୋକଙ୍କ ଚିନ୍ତା ବଢ଼ାଇଛି। ସ୍ଥିତି ଏମିତି ଯେ ସବୁଠି ପାଣି ପାଇଁ ହାହାକାର ସ୍ଥିତି...

୬ ବନ୍ୟା ଆଶ୍ରୟସ୍ଥଳ ଅଧାପନ୍ତରିଆ

ଯାଜପୁର,୭ା୫(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା ଦେଇ ପ୍ରବାହିତ ନଦୀଗୁଡ଼ିକର ତଟବର୍ତ୍ତୀ ଅଞ୍ଚଳବାସୀଙ୍କ ସୁରକ୍ଷା ପାଇଁ ବହୁମୁଖୀ ବନ୍ୟା ଆଶ୍ରୟସ୍ଥଳ ନିର୍ମାଣ ସମ୍ପୂର୍ଣ୍ଣ ହୋଇପାରିନାହିଁ। ଆଗକୁ କିଛି ସପ୍ତାହ...

ଦାଦନ ଖଟୁଛନ୍ତି ନଗଡ଼ା ଶିଶୁ

ଯାଜପୁର/କାଳିଆପାଣି (ହର୍ଷବର୍ଦ୍ଧନ ବେହେରା/ଅସିତ ମହାନ୍ତ),୭ା୫:ଯାଜପୁର ଜିଲା ସୁକିନ୍ଦା ବ୍ଲକ ଚିଙ୍ଗୁଡିପାଳ ପଞ୍ଚାୟତ ନଗଡ଼ା ଗ୍ରାମରେ ୨୦୧୬ରେ ଅପପୃଷ୍ଟିରୁ ଶିଶୁ ମୃତ୍ୟୁ ଘଟଣା ଅନ୍ତର୍ଜାତୀୟ ଖବର ପାଲଟିଥିଲା।...

ସରକାରୀ ଅନୁଦାନ ସତ୍ତ୍ୱେ ସୁଦୃଢ଼ ହେଉନି ନଦୀବନ୍ଧ

କେନ୍ଦ୍ରାପଡ଼ା, ୭ା୫ (ଜଗନ୍ନାଥ ଧଳ):ସାଧାରଣ ଲୋକଙ୍କ ସୁରକ୍ଷା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଯୋଜନା ପ୍ରଣୟନ ସହ ଅନୁଦାନ ଯୋଗାଉଛନ୍ତି। ମାତ୍ର ଏହି ଅନୁଦାନ...

କାଲିର ବିରୋଧୀ ଆଜି ଭାଇ-ଭାଇ

ରାଜନଗର,୭ା୫(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବିଧାନସଭା ନିର୍ବାଚନମଣ୍ଡଳୀରେ ନେତାଙ୍କ ଦଳ ବଦଳ ରାଜନୈତିକ ଦୃଶ୍ୟପଟରେ ପରିବର୍ତ୍ତନ ଆଣିଛି। ଏଠାରେ ବିଧାୟକ ଧ୍ରୁବ ସାହୁଙ୍କୁ ବିଜେଡି...

୪ ଆସନରେ ନାମାଙ୍କନ ଭରି ଚର୍ଚ୍ଚାରେ ଜ୍ଞାନେନ୍ଦ୍ର

ସମ୍ବଲପୁର,୭।୫(ଭବାନୀ ଶଙ୍କର ଭୋଇ):ଚଳିତ ସାଧାରଣ ନିର୍ବାଚନରେ ବିଭିନ୍ନ ପ୍ରସଙ୍ଗକୁ ନେଇ ପ୍ରାର୍ଥୀମାନେ ଚର୍ଚ୍ଚାର ପରିସରକୁ ଆସୁଛନ୍ତି । ଏମିତି ଜଣେ ସ୍ବାଧୀନ ପ୍ରାର୍ଥୀ ହେଲେ ଜ୍ଞାନେନ୍ଦ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri