Posted inଖେଳ

ଏହି ଖେଳାଳିଙ୍କ ଫିଲ୍ଡିଂ ଦେଖି ସଚିନ ତେନ୍ଦୁଲକର କହିଲେ, ଅବିଶ୍ୱସନୀୟ

କରୋନା ସମୟରେ ଆଇପିଏଲ ପ୍ରତିଦିନ ଦର୍ଶକଙ୍କୁ ମନୋରଞ୍ଜନ ଯୋଗାଇବାରେ ସହାୟକ ହେଉଛି। ପ୍ରତିଦିନ ଚୌକା, ଛକାର ମଜା ନେଉଛନ୍ତି ଦର୍ଶକ। ଗତ ରବିବାର ରାଜସ୍ଥାନ ରୟାଲ୍ସ ଏବଂ କିଙ୍ଗସ ଏକାଦଶ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଥିଲା। ରାହୁଲ ଟୟୋଟିଆଙ୍କ ବ୍ୟାଟିଂ ସହିତ ଦର୍ଶକ ନିକୋଲାସ ପୁରନଙ୍କ ଏକ ରୋମାଞ୍ଚକର ଫିଲ୍ଡିଂକୁ ଭୁଲି ପାରିବେ ନାହିଁ। ନିକୋଲାସଙ୍କ ଆଶ୍ଚର୍ଯ୍ୟଜନକ ଫିଲ୍ଡିଂ ଦେଖି ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର ମଧ୍ୟ ଚକିତ ହୋଇଯାଇଛନ୍ତି। ସୋସିଆଲ ମିଡିଆରେ ନିକୋଲାସଙ୍କ ଫିଲ୍ଡିଂର ପ୍ରଶଂସା ହେଉଛି। ରାଜସ୍ଥାନ ରୟାଲ୍ସ ଇନିଂସର ୮ତମ ଓଭରରେ ସଞ୍ଜୁ ସାମସନ ଏକ ଧମାକାଦାର ଶଟ ଖେଳିଥିଲେ। ଲାଗୁଥିଲା ଯେ ଏହି ବଲ ସୀମା ପାରରେ ପହଞ୍ଚିବ ଏବଂ ୬ ରନ୍‌ ହେବ। କିନ୍ତୁ ନିକୋଲାସ ସୁପରମ୍ୟାନ୍‌ଙ୍କ ପରି ଆକାଶରେ ଡେଇଁ ୬ ରନ୍‌କୁ ରୋକିଥିଲେ। ବଲ୍‌ ତଳେ ପଡ଼ିବା ପୂର୍ବରୁ ସେ ବଲକୁ ପଡିଆକୁ ଭିତରକୁ ପକାଇଥିଲେ। ତାଙ୍କ ଶରୀର ସଂପୂର୍ଣ୍ଣ ବାୟୁରେ ଝୁଲୁଥିଲା। ତାଙ୍କର ଆଶ୍ଚର୍ଯ୍ୟଜନକ ଫିଲ୍ଡିଂ ଦେଖି ସମସ୍ତେ ଛିଡା ହୋଇ ରହିଥିଲେ। ସାମସନ ଏହା ଛକା ନୁହେଁ ବୋଲି ନିଜେ ବିଶ୍ୱାସ କରିପାରି ନ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକା ମୋବାଇଲ୍‌ ନ ଦେଖାଇବାରୁ ପ୍ରେମିକ ମୁଣ୍ଡକୁ ଚଢ଼ିଗଲା ପିତ୍ତ: ରାସ୍ତା ମଝିରେ କଲେ…

ଭୁବନେଶ୍ୱର,୨୨ା୧୨(ତ୍ରିନାଥ ମହାନ୍ତି):ପ୍ରେମିକା ମୋବାଇଲ୍‌ ନ ଦେଖାଇବାରୁ ପ୍ରେମିକ ମୁଣ୍ଡକୁ ପିତ୍ତ ଚଢ଼ିଗଲା। ରାସ୍ତା ମଝିରେ ପ୍ରେମିକାଙ୍କୁ ଗୋଡ଼ାଇ ପିଟିଲେ। ଏଭଳି ଘଟଣା ଇନ୍‌ଫୋଭ୍ୟାଲି ଥାନା ପିତାପଲ୍ଲୀ...

ଧାନକିଣା: ଟୋକନ ଅପେକ୍ଷାରେ ଚାଷୀ

ପଦ୍ମପୁର,୨୨।୧୨(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ମଣ୍ଡି ଖୋଲିବାର ୨୫ ଦିନ ବିତିଯାଇଛି। ମାତ୍ର ଅଧିକାଂଶ ଚାଷୀଙ୍କ ପାଖରେ ଏଯାଏ ଟୋକନ ପହଞ୍ଚି ପାରିନାହିଁ। ଯେଉଁ...

ମୋବାଇଲ ସ୍କ୍ରିନ୍‌ ଆସକ୍ତି

କାଳେ ନିଦରୁ ଉଠିବାରୁ ଆରମ୍ଭ କରି ରାତିରେ ଶୋଇବା ପର୍ଯ୍ୟନ୍ତ, ଆଖି ସବୁଠାରୁ ଅଧିକ ଯେଉଁ ବସ୍ତୁଟିକୁ ଦେଖୁଛି, ତାହା ହେଉଛି ଆମ ମୋବାଇଲ୍‌ ସ୍କ୍ରିନ୍‌।...

ବରଗଡ଼ ଧନୁଯାତ୍ରା ମହୋତ୍ସବ: ସାଜସଜ୍ଜାରେ ଆଗୁଆ, ପ୍ରଚାରରେ ପଛୁଆ

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ। ଏହି ମହୋତ୍ସବର ଭିନ୍ନ ଏକ ପରିଚୟ ରହିଛି। ଅନେକ ସ୍ଥାନରେ ଏବେ ଧନୁଯାତ୍ରା ଚାଲିଛି। ହେଲେ...

୧.୩ ଲକ୍ଷ ଘର ଅନ୍ଧାରରେ: ଚିନ୍ତାରେ ସରକାର

ସାନ୍‌ ଫ୍ରାନ୍ସିସ୍କୋ,୨୨ା୧୨:ସାନ୍‌ ଫ୍ରାନ୍ସିସ୍କୋରେ ବିଜୁଳି ବିଭ୍ରାଟରୁ ୧ ଲକ୍ଷ ୩୦ ହଜାର ଘର ଏବଂ ବ୍ୟବସାୟ ପ୍ରତିଷ୍ଠାନ ଅନ୍ଧାରରେ ରହିଥିବା ପାସିଫିକ୍‌ ଗ୍ୟାସ୍‌ ଆଣ୍ଡ ଇଲେକ୍ଟ୍ରିକ୍‌...

ଗଣତନ୍ତ୍ର କାହିଁକି ଦୋଷୀ ହେବ

ସନ ପଦ୍ଧତି ମଧ୍ୟରୁ ଗଣତନ୍ତ୍ର ହିଁ ସର୍ବୋତ୍କୃଷ୍ଟ। ଗଣତନ୍ତ୍ର ଶାସନର ଅର୍ଥ ଗଣଙ୍କର ଶାସନ, ନିଜକୁ ଶାସନ କରିବା। ହେଲେ ଏଥିରେ ଜନତାର ଶାସନ ପ୍ରତ୍ୟକ୍ଷ...

ଘରୁ ଖାଦ୍ୟ ନେଇଗଲେ ଆତଙ୍କବାଦୀ: ଜଙ୍ଗଲକୁ ଘେରାବନ୍ଦୀ

ଜମ୍ମୁ,୨୨ା୧୨:ଜମ୍ମୁ-କଶ୍ମୀରର ଉଧାମପୁର ଜିଲା ଅନ୍ତର୍ଗତ ଏକ ଗ୍ରାମରେ ଆତଙ୍କବାଦୀମାନେ ଜଣକ ଘରେ ପଶି ଖାଦ୍ୟ ନେଇ ଜଙ୍ଗଲ ମଧ୍ୟକୁ ଖସି ପଳାଇଥିବା ସୂଚନା ମିଳିଛି। ସେମାନଙ୍କୁ...

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri