Posted inଖେଳ

ଆସନ୍ତା ସିଜନରେ ଗୋଆରୁ ଖେଳିବେ ଦିଣ୍ଡା

ମୁମ୍ବାଇ, ୨୯ା୯ (ପି.ଟି.)-ଗତ ସିଜନରେ ବେଙ୍ଗଲ ଦ୍ୱାରା ଉପେକ୍ଷିତ ହୋଇଥିବା ସିମ୍‌ ବୋଲର ଅଶୋକ ଦିଣ୍ଡା ଆସନ୍ତା ଘରୋଇ ସିଜନରେ ଗୋଆ ରଣଜୀ ଦଳ ତରଫରୁ ଖେଳିବେ। ଦିଣ୍ଡା ଗତବର୍ଷ କହିଥିଲେ ସେ ରାଜନୀତିର ଶିକାର ହୋଇଛନ୍ତି। ସେ ଆଉ ବେଙ୍ଗଲ ତରଫରୁ ଖେଳିବେ ନାହିଁ। ବେଙ୍ଗଲ କିନ୍ତୁ ୨୦୧୯-୨୦୨୦ ସିଜନରେ ରନର୍ସ ଅପ୍‌ ହୋଇଥିଲା। ୩୬ ବର୍ଷୀୟ ଦିଣ୍ଡା ବୋଲିଂ କୋଚ୍‌ ରଣଦେବ ବୋଷଙ୍କୁ ସର୍ବ ସାଧାରଣରେ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଥିଲା। ଯାହା ଫଳରେ ସେ ବେଙ୍ଗଲ ଦଳରୁ ବାଦ୍‌ ପଡ଼ିଥିବା କୁହାଯାଉଛି। ଦିଣ୍ଡା ଗୋଆ ଦଳରେ ଯୋଗ ଦେଉଥିବା ରାଜ୍ୟ କ୍ରିକେଟ ଆସୋସିଏଶନ (ଜିସିଏ) ସମ୍ପାଦକ ବିପୁଳ ଫାଡ୍‌କେ ସ୍ପଷ୍ଟ କରିଛନ୍ତି। ଖବର ଅନୁସାରେ କୋଭିଡ୍‌-୧୯ ମହାମାରୀ ଯୋଗୁ ଯଦିଓ ଏଥର ଲୋକପ୍ରିୟ ବ୍ୟୟବହୁଳ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ବିଦେଶରେ ଖେଳାଯାଉଛି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) କିନ୍ତୁ ଏଥର ଘରୋଇ କ୍ରିକେଟ ଆୟୋଜନ ନ କରିପାରେ। ଦିଣ୍ଡା ଇତିମଧ୍ୟରେ ୪୨୦ ପ୍ରଥମ ଶ୍ରେଣୀ ଉଇକେଟ ଅକ୍ତିଆର କରି ସାରିଛନ୍ତି। ଭାରତ ତରଫରୁ ସେ ଖେଳିଥିବା ୧୩ ଅନ୍ତର୍ଜାତୀୟ ଦିନିକିଆ ଏବଂ ୯ ଅନ୍ତର୍ଜାତୀୟ ଟି୨୦ରେ ଯଥାକ୍ରମେ ୧୨ ଓ ୧୭ ଉଇକେଟ ନେଇଛନ୍ତି। ସେ ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ମଧ୍ୟ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ ଯୋଗୁ ହଠାତ୍‌ ସ୍ଥଗିତ ରହିଲା ୨ଟି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌

ଢାକା,୩୦।୧୨: ଆଜି ସକାଳେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ ଯୋଗୁ ବାଂଲାଦେଶ କ୍ରିକେଟ ବୋର୍ଡ ମଙ୍ଗଳବାର, ଡିସେମ୍ବର ୩୦, ୨୦୨୫ରେ ହେବାକୁ ଥିବା ଉଭୟ...

IPL 2026 ପୂର୍ବରୁ CSKକୁ ବଡ଼ ଝଟକା!

ନୂଆଦିଲ୍ଲୀ,୩୦।୧୨:ଝାଡ଼ଖଣ୍ଡ ଏବଂ ପୁଡୁଚେରୀ ବିଜୟ ହଜାରେ ଟ୍ରଫି ୨୦୨୫-୨୫ର ଗ୍ରୁପ ପର୍ଯ୍ୟାୟରେ ସୋମବାର, ଡିସେମ୍ବର ୨୯, ୨୦୨୫ରେ ମୁହାଁମୁହିଁ ହୋଇଥିଲେ, ଯେଉଁଥିରେ ଝାଡ଼ଖଣ୍ଡ ୧୨୩ ରନର...

ଗୌତମ ଗମ୍ଭୀରଙ୍କର ହେବ ନାହିଁ କୌଣସି କ୍ଷତି, ସମର୍ଥନରେ ବାହାରିଲେ ବିସିସିଆଇ ଅଧିକାରୀ

ନୂଆଦିଲ୍ଲୀ,୩୦।୧୨: ଘରୋଇ ଟେଷ୍ଟ ସିରିଜରେ ବିପର୍ଯ୍ୟୟଜନକ ପରାଜୟ ପରେ, ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ଚାଲିଛି। ରିପୋର୍ଟରେ ଏହା ମଧ୍ୟ...

ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ୍‌ ପୂର୍ବରୁ ହଠାତ୍‌ ସନ୍ନ୍ୟାସ ନେଇ ଚମକାଇଲେ ଏହି ଅଲରାଉଣ୍ଡର, କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୨୯।୧୨: ନ୍ୟୁଜିଲାଣ୍ଡର ଅଲରାଉଣ୍ଡର ଡଗ ବ୍ରାସୱେଲ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ବ୍ରାସୱେଲ ୬୯ଟି ଅନ୍ତର୍ଜାତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ଦଳର ପ୍ରତିନିଧିତ୍ୱ କରିଥିଲେ, ୧୨୦...

ମେଲବୋର୍ନ ପିଚ୍‌କୁ ନେଇ ବଢିଲା ଅସନ୍ତୋଷ: ମିଳିଲା ଡିମେରିଟ୍‌ ପଏଣ୍ଟ

ଦୁବାଇ, ୨୯ା୧୨: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଚତୁର୍ଥ ଆଶେସ ଟେଷ୍ଟ ଖେଳାଯାଇଥିବା ମେଲବୋର୍ନ ପିଚ୍‌କୁ ନେଇ ଅସନ୍ତୋଷ ପ୍ରକାଶ କରିବା ସହ ଶୃଙ୍ଖଳାଗତ ପଦକ୍ଷେପ...

ଟି୨୦ ବୋଲିଂରେ ନୂଆ ବିଶ୍ୱ ରେକର୍ଡ, ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୧୨: ଭୂଟାନ ସ୍ପିନର ସୋନମ ୟେଶେ ଏକ ଅନ୍ତର୍ଜାତୀୟ ପୁରୁଷ ଟି୨୦ କ୍ରିକେଟ ମ୍ୟାଚରେ ୮ ଉଇକେଟ ହାସଲ କରିବାରେ ପ୍ରଥମ ବୋଲର ହେବାର ଗୌରବ...

ମୁଖ୍ୟ ପ୍ରଶିକ୍ଷକ ପଦରୁ ବିଦା ହେବେ ଗମ୍ଭୀର! BCCI ଉପାଧ୍ୟକ୍ଷ ରାଜୀବ ଶୁକ୍ଲା ଦେଲେ ଚାଞ୍ଚଲ୍ୟକର ବୟାନ

ନୂଆଦିଲ୍ଲୀ,୨୯।୧୨: ନିକଟରେ ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ପଦରୁ ଗୌତମ ଗମ୍ଭୀରଙ୍କୁ ହଟାଇବା ନେଇ ଗୁଜବ ଜୋର ଧରିଛି। ନ୍ୟୁଜିଲାଣ୍ଡ ବିପକ୍ଷରେ ଘରୋଇ ଟେଷ୍ଟ ସିରିଜ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri