‘ମାର୍ଚ୍ଚ ସୁଦ୍ଧା ଭାରତରେ କରୋନା ଟିକା’

ନୂଆଦିଲ୍ଲୀ,୨୯।୯: ମହାମାରୀ କରୋନାର ପ୍ରାଦୁର୍ଭାବ ଦିନକୁ ଦିନ ବଢ଼ି ଚାଲିଥିବାବେଳେ ୨୦୨୧ ମାର୍ଚ୍ଚ ମାସ ସୁଦ୍ଧା ଭାରତରେ ପ୍ରଥମ କରୋନା ଟିକା ଉପଲବ୍ଧ ହେବ ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ହର୍ଷବର୍ଦ୍ଧନ ସୋମବାର ପ୍ରକାଶ କରିଛନ୍ତି। ଏଥିଲାଗି ଯୁଦ୍ଧକାଳୀନ ଭିତ୍ତିରେ ପ୍ରୟାସ ଜାରି ରହିଛି ବୋଲି ମିଡିଆକୁ ସମ୍ବୋଧନ କରି କହିଛନ୍ତି। ଭାରତରେ ୩ଟି କରୋନା ଟିକା ଲାଗି ଗବେଷଣା ଜାରି ରହିଛି। ପର୍ଯ୍ୟାୟକ୍ରମେ ପରୀକ୍ଷା ନିରୀକ୍ଷା ମଧ୍ୟ କରାଯାଉଛି। କ୍ଲିନିକାଲ ଟ୍ରାଏଲ ସଫଳ ହେବା ପରେ ଟିକା ଭାରତରେ ଉପଲବ୍ଧ ହେବ ବୋଲି ହର୍ଷବର୍ଦ୍ଧନ ପ୍ରକାଶ କରିଛନ୍ତି।
ଭାରତରେ ବିଶ୍ୱର ଦ୍ୱିତୀୟ ସର୍ବାଧିକ କରୋନା ରୋଗୀ ରହିଥିବାବେଳେ ଆକ୍ରାନ୍ତଙ୍କ ସଂଖ୍ୟା ୬୦.୮୦ ଲକ୍ଷ ଛୁଇଁଲାଣି। ୯୫,୬୦୬ ବ୍ୟକ୍ତିଙ୍କ ଜୀବନ ଗଲାଣି। ଯଦିଓ ୫୦.୧୭ ଲକ୍ଷ ଭୂତାଣୁ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି, ତଥାପି ଭାରତରେ ୯.୬୫ ଲକ୍ଷ ଆକ୍ଟିଭ୍‌ ମାମଲା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୮୨,୧୭୦ ନୂଆ ମାମଲା ସାମ୍ନାକୁ ଆସିଛି। ମହାରାଷ୍ଟ୍ରରେ ସର୍ବାଧିକ ୧୩.୩୯ ଲକ୍ଷ କରୋନା ରୋଗୀ ରହିଥିବାବେଳେ ୩୫,୫୭୧ ଜଣଙ୍କ ପ୍ରାଣ ଗଲାଣି। ଏଥିସହ ଆନ୍ଧ୍ରପ୍ରଦେଶ, ତାମିଲନାଡ଼ୁ, କର୍ନାଟକ, ଉତ୍ତରପ୍ରଦେଶ, ଦିଲ୍ଲୀ, ପଶ୍ଚିମବଙ୍ଗ ଆଦି ରାଜ୍ୟରେ ରୋଗୀ ସଂଖ୍ୟା ବଢ଼ିବାରେ ଲାଗିଛି। ବିଭିନ୍ନ ପଦକ୍ଷେପ ସତ୍ତ୍ୱେ ସଂକ୍ରମଣ କମିବାର ନାଁ ନେଉନାହିଁ। ବିଶ୍ୱର ବିଭିନ୍ନ ଦେଶ ଟିକା ପ୍ରସ୍ତୁତିରେ ଲାଗିଥିବାବେଳେ ମାର୍ଚ୍ଚ ସୁଦ୍ଧା ଭାରତୀୟ ଟିକା ଉପଲବ୍ଧ ହେବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି। ଇଣ୍ଡିଆନ୍‌ କାଉନ୍‌ସିଲ ଅଫ୍‌ ମେଡିକାଲ ରିସର୍ଚ୍ଚ (ଆଇସିଏମ୍‌ଆର୍‌)ର ୧୦୦ ବର୍ଷର ଘଟଣାକ୍ରମ ସମ୍ପର୍କରେ କହିବା ଅବସରରେ ସଂସ୍ଥା ସହ ଯୋଡ଼ି ହୋଇ ରହିଥିବା ବୈଜ୍ଞାନିକଙ୍କ କାର୍ଯ୍ୟଧାରା ଅତୁଳନୀୟ ବୋଲି ହର୍ଷବର୍ଦ୍ଧନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

ନୂଆ ବର୍ଷର ଉପହାର! 3ଟି ନୂଆ ଏୟାରଲାଇନ୍ସକୁ ସରକାରଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୨୪।୧୨: ନୂଆ ବର୍ଷରେ ଦେଶବାସୀ ତିନୋଟି ନୂତନ ବିମାନ ସେବାର ଉପହାର ପାଇବାକୁ ଯାଉଛନ୍ତି । କେନ୍ଦ୍ର ସରକାର ଦେଶରେ ତିନୋଟି ନୂତନ ବିମାନ ସେବାକୁ...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

ଅନୁ ଗର୍ଗ ହେଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ, ନୂଆବର୍ଷରେ ନେବେ ଦାୟିତ୍ବ

ଭୁବନେଶ୍ବର,୨୪।୧୨: ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର...

ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ

କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ...

ପାସ୍ତା, ପିଜା-ବର୍ଗର ନେଲା କି ଯୁବତୀଙ୍କ ଜୀବନ? ଜାଣନ୍ତୁ କ’ଣ କହୁଛନ୍ତି ଡାକ୍ତର

ନୂଆଦିଲ୍ଲୀ,୨୪।୧୨: ନିକଟରେ, ଉତ୍ତର ପ୍ରଦେଶର ଆମରୋହାରୁ ଜଣେ ୧୧ଶ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଖବର ପ୍ରକାଶିତ ହୋଇଥିଲା। ପରିବାର ଦାବି କରିଥିଲେ ଯେ ଝିଅଟିର ଖାଦ୍ୟରେ...

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri