୩ରୁ ୬ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧ା୧୦(ବ୍ୟୁରୋ):ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଆନ୍ଧ୍ର ଉପକୂଳରେ ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଅକ୍ଟୋବର ୩ରୁ ୬ ତାରିଖ ମଧ୍ୟରେ ଉପକୂଳ, ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଅକ୍ଟୋବର ୩ ତାରିଖ ରାତିରୁ ଉପକୂଳ ଓଡ଼ିଶାର ବିଭିନ୍ନ ଜିଲାରେ ବର୍ଷା ହେବ। ୫ ଓ ୬ ତାରିଖ ରାତିରୁ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ଜିଲାରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବିଶେଷ କରି କଟକ, ପୁରୀ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା ଏବଂ
ଢେଙ୍କାନାଳ ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏଥିସହିତ ଗଞ୍ଜାମ, ଅନୁଗୋଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କନ୍ଧମାଳ, ନୟାଗଡ଼, ବୌଦ୍ଧ ଏବଂ ଖୋର୍ଦ୍ଧା ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବାନ ରହିଛି। ଏ ସବୁ ଜିଲାପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ଅକ୍ଟୋବର ୨ ତାରିଖରେ ଭଦ୍ରକ, ଯାଜପୁର, ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ମୟୂରଭଞ୍ଜ, କେନ୍ଦୁଝର ଏବଂ ଅନୁଗୋଳ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୬ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ତଳିଆ ଅଞ୍ଚଳରେ ପାଣି ବୁଡି ରହିବା ସମ୍ଭାବନା ରହିଛି। ଲଘୁଚାପ ଯୋଗୁ ଉପକୂଳରେ ଘଣ୍ଟାକୁ ୪୦ରୁ ୫୦ କି.ମି. ବେଗରେ ପବନ ବହିବା ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ସମୁଦ୍ରକୁ ଯାଇଥିବା ମତ୍ସ୍ୟଜୀବୀମାନେ ଅକ୍ଟେବାର ୨ ତାରିଖ ସୁଦ୍ଧା କୂଳକୁ ଫେରିଆସିବାକୁ ପରାମର୍ଶ ଦିଆଯାଇଛି। ଏଥିସହିତ ପରିସ୍ଥିତି ଉପରେ ନଜର ରଖିବାକୁ ଜିଲାପାଳମାନଙ୍କୁ ସ୍ବତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ବର୍ଷା ପରିମାଣ ସମ୍ପର୍କରେ ନିୟମିତ ସୂଚନା ଦେବା ସହିତ ତଳିଆ ଅଞ୍ଚଳଗୁଡ଼ିକ ଉପରେ ନଜର ରଖିବାକୁ ଜିଲାପାଳଙ୍କୁ ପରାମର୍ଶ ଦିଆଯାଇଛି।
ଗତ ୪୮ ଘଣ୍ଟା ମଧ୍ୟରେ ଘୂର୍ଣ୍ଣିବଳୟ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଗୋପାଳପୁରରେ ୮୦.୮ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ପୁରୀ ୩୯.୨, କୋରାପୁଟ ୨୧.୬, ଫୁଲବାଣୀ ୧୪, ମାଲକାନଗିରି ୨୨, ଦାରିଙ୍ଗବାଡ଼ି ୧୭, ନୟାଗଡ଼ ୭୦.୪, ଛତ୍ରପୁର ୫୪, ବାଲେଶ୍ୱର ୭.୬, ଚାନ୍ଦବାଲି ୯.୪, ପାରାଦୀପ ୫.୩ ଏବଂ ଭୁବନେଶ୍ୱରରେ ୧୬.୬ ମିଲିମିଟର ବର୍ଷା ହୋଇଥିବା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri