Posted inଖେଳ

୬ ଆଇପିଏଲ ଦଳ ସହ କୋଟାକର ସହଭାଗିତା

ଭୁବନେଶ୍ୱର, ୧।୧୦(ସ୍ପୋଟର୍‌ସ ବ୍ୟୁରୋ)- ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍ ‌(ଆଇପିଏଲ)ରେ ଦିଲ୍ଲୀ କ୍ୟାପିଟାଲ୍ସ, କିଙ୍ଗ୍ସ ଇଲେଭେନ ପଞ୍ଜାବ, କୋଲକାତା ନାଇଟ ରାଇଡର୍ସ, ମୁମ୍ବାଇ ଇଣ୍ଡିଆନ୍ସ, ରାଜସ୍ଥାନ ରୟାଲ୍ସ ଓ ସନ୍‌ରାଇଜର୍ସ ହାଇଦ୍ରାବାଦ ଆଦି ୬ଟି ଦଳ ସହିତ କୋଟାକ ମହିନ୍ଦ୍ରା ବ୍ୟାଙ୍କ ଏହାର ସହଭାଗିତା ଘୋଷଣା କରିଛି। ଅନୁଷ୍ଠାନ ପକ୍ଷରୁ ମାଇଁଟିମ୍‌ ଡେବିଟ ଓ କ୍ରେଡିଟ କାର୍ଡ ପ୍ରଚଳନ କରାଯାଇଛି। କୋଟାକ କ୍ରିକେଟ ସଂସ୍କରଣ ବର୍ଗର ଡେବିଟ ଓ କ୍ରେଡିଟ କାର୍ଡଗୁଡ଼ିକରେ ଖେଳାଳିମାନଙ୍କର ଚିତ୍ର, ଦଳର ଲୋଗୋ, ୱାଟରମାର୍କ, ଆନୁଷ୍ଠାନିକ ପତାକା ଆଦି ସ୍ଥାନୀତ ହୋଇଛି। ”କ୍ରିକେଟ ଭାରତୀୟଙ୍କ ହୃଦୟରେ ରହିଛି ଏବଂ କୋଟି କୋଟି ସମର୍ଥକ ଏହାକୁ ଅତି ଆଗ୍ରହର ସହିତ ଅନୁସରଣ କରନ୍ତି। ଚଳିତ ବର୍ଷ ବିଶେଷ ପରିସ୍ଥିତି ଯୋଗୁ କ୍ରିକେଟ ଖେଳର ଉତ୍କଣ୍ଠା ଏବଂ ଏହାପ୍ରତି ଆଗ୍ରହ ଭିନ୍ନଏକ ସ୍ତରରେ ରହିଛି। ଏହି ପରିପ୍ରେକ୍ଷୀରେ ଆମେ ୬ଟି ଶକ୍ତିଶାଳୀ ଦଳ ସହିତ ସହଭାଗିତା କରୁଛୁ ଏବଂ ମାଇଁଟିମ୍‌ ଡେବିଟ ଓ କ୍ରେଡିଟ କାର୍ଡ ପ୍ରଚଳନ କରୁଛୁ। ଭାରତର କ୍ରିକେଟପ୍ରେମୀମାନେ ଏବେ ପକେଟରେ ସେମାନଙ୍କ ପ୍ର୍ରିୟ କ୍ରିକେଟ ଦଳର ଏକ ସ୍ମୃତି ରଖିପାରିବେ ଏବଂ ପ୍ରତିଥର ସ୍ବାଇପ୍‌ରେ ସେମାନଙ୍କର ଲୟାଲଟି ଯୋଗ କରିପାରିବେ“ ବୋଲି କୋଟାକ ମହିନ୍ଦ୍ରା ବ୍ୟାଙ୍କ ଲିମିଟେଡର ପରିଚାଳନା ନିର୍ଦ୍ଦେଶକ ଏବଂ ସିଇଓ ଉଦୟ କୋଟାକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଆଶେସ ଟାଇଟଲ ବଜାୟ ରଖିଲା ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୧ା୧୨: ସ୍ଥାନୀୟ ଆଡିଲେଡ୍‌ ଓଭାଲଠାରେ ଚାଲିଥିବା ତୃତୀୟ ଆଶେସ ଟେଷ୍ଟରେ ଇଂଲଣ୍ଡକୁ ୮୨ ରନରେ ହରାଇ ଦେଇଛି ଅଷ୍ଟ୍ରେଲିଆ। ଆଉ ଦୁଇଟି ମ୍ୟାଚ ଖେଳାଯିବାକୁ ବାକି...

IND vs PAK Final: ହାରିଲା ଭାରତ, ଅଣ୍ଡର ୧୯ ଏସିଆ କପ୍ ଜିତିଲା ପାକିସ୍ତାନ

ନୂଆଦିଲ୍ଲୀ,୨୧।୧୨: ଅଣ୍ଡର ୧୯ ଏସିଆ କପରେ ଚାମ୍ପିଅନ୍ ହୋଇଛି ପାକିସ୍ତାନ । ୨୦୨୫ ଅଣ୍ଡର ୧୯ ଏସିଆ କପର ଫାଇନାଲରେ ପାକିସ୍ତାନ ଭାରତକୁ ୧୯୧ ରନରେ...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ଶୁବମନ ଗିଲଙ୍କ ସହ ହୋଇଛି ଧୋକା! ଓ୍ବାର୍ଲଡକପ ଟିମ୍‌ରୁ ବାଦ ଦିଆଯିବା ପରେ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆ ଘୋଷଣା କରିଥିଲେ, ସେତେବେଳେ ଶୁବମନ ଗିଲଙ୍କ ନାମ ତାଲିକାରେ...

ଟିମ ଇଣ୍ଡିଆ ଜିତି ପାରିବନି ୨୦୨୬ ଟି-୨୦ ବିଶ୍ୱକପ? ଜାଣନ୍ତୁ ୩ ବଡ଼ କାରଣ

ନୂଆଦିଲ୍ଲୀ,୨୧।୧୨: ୨୦୨୬ ଟି୨୦ ବିଶ୍ୱକପ ଫେବୃଆରୀ ଏବଂ ମାର୍ଚ୍ଚରେ ଅନୁଷ୍ଠିତ ହେବ। ବିଶ୍ୱକପର ପ୍ରଥମ ମ୍ୟାଚ ଫେବୃଆରୀ ୭ରେ ଖେଳାଯିବ ଏବଂ ଫାଇନାଲ ମାର୍ଚ୍ଚ ୮ରେ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ

ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri