୪.୩୪ ଲକ୍ଷ କୋଟି ଋଣ କରିବେ ସରକାର

ନୂଆଦିଲ୍ଲୀ: ଆର୍ଥିକ ବର୍ଷ ୨୦୨୦-୨୧ର ଦ୍ୱିତୀୟାର୍ଦ୍ଧରେ କେନ୍ଦ୍ର ସରକାର ୪.୩୪ ଲକ୍ଷ କୋଟି ଟଙ୍କାର ଋଣ କରିବେ। କୋଭିଡ୍‌ ଯୋଗୁ ଦେଶର ଅର୍ଥ ବ୍ୟବସ୍ଥା ସଙ୍କଟ ଦେଇ ଗତି କରୁଛି। ସରକାରଙ୍କୁ ଅଧିକ ଖର୍ଚ୍ଚ କରିବାକୁ ପଡୁଥିବାରୁ ଏଭଳି ଋଣ କରାଯିବା ନେଇ ଯୋଜନା ରହିଛି ବୋଲି ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ବୁଧବାର ସୂଚନା ଦିଆଯାଇଛି। ଚଳିତ ଆର୍ଥତ୍କ ବର୍ଷରେ କେନ୍ଦ୍ର ସରକାର ମୋଟ ୧୨ ଲକ୍ଷ କୋଟି ଟଙ୍କା ଋଣ କରିବା ଲାଗି ଲକ୍ଷ୍ୟ ଧାର୍ଯ୍ୟ କରିଥିବା ଅର୍ଥନୈତିକ ବ୍ୟାପାର ସଚିବ ତରୁଣ ବଜାଜ କହିଛନ୍ତି। ସେପ୍ଟେମ୍ବର ସୁଦ୍ଧା ଚଳିତ ଆର୍ଥତ୍କ ବର୍ଷର ପ୍ରଥମ ୬ ମାସରେ ସରକାର ୭.୬୬ ଲକ୍ଷ କୋଟି ଟଙ୍କା ଋଣ କରିଛନ୍ତି। ଦ୍ୱିତୀୟାର୍ଦ୍ଧରେ ଆଉ ୪.୩୪ ଲକ୍ଷ କୋଟି ଟଙ୍କା ଋଣ କରିବାକୁ ଯୋଜନା ରଖାଯାଇଛି। ଚଳିତ ଆର୍ଥତ୍କ ବର୍ଷର ପ୍ରଥମ ୬ ମାସରେ ମୋଟ ଋଣର ୫୮% ଡେଟେଡ ସିକ୍ୟୁରିଟି ଦ୍ୱାରା ସଂଗ୍ରହ କରାଯାଇଛି। ଏପ୍ରିଲ-ସେପ୍ଟେମ୍ବର ସମୟରେ ସରକାରଙ୍କ ଋଣ ୭.୬୬ ଲକ୍ଷ କୋଟି ଟଙ୍କା ରହିଛି। କୋଭିଡ୍‌ ସଂକ୍ରମଣ ବଢିବା ଯୋଗୁ ସରକାର ଯୋଜନାରେ ମଧ୍ୟ ପରିବର୍ତ୍ତନ କରିଛନ୍ତି। ବଜାରରୁ ଋଣ ଉଠାଇବା ଯୋଜନାକୁ ୫୦%ରୁ ଊର୍ଦ୍ଧ୍ୱ କରାଯାଇ ମୋଟ ୧୨ ଲକ୍ଷ କୋଟି ଟଙ୍କା ଧାର୍ଯ୍ୟ କରାଯାଇଛି। ଚଳିତ ଆର୍ଥତ୍କ ବର୍ଷ ବିତ୍ତୀୟ ନିଅଣ୍ଟ ୭.୮୦ ଲକ୍ଷ କୋଟି ଟଙ୍କା ରହିବ ବୋଲି ବଜେଟରେ ନିର୍ମଳା ସୀତାରାମନ କହିଥିଲେ। ଏହା ୨୦୧୯-୨୦ରେ ୭.୧ଲକ୍ଷ କୋଟି ଟଙ୍କା ରହିଥିଲା। ସରକାର ବିତ୍ତୀୟ ନିଅଣ୍ଟକୁ ଭରଣାକରିବା ଲାଗି ଡେଟେଡ୍‌ ସିକ୍ୟୁରିଟି ଆଣ୍ଡ ଟ୍ରେଜେରି ବିଲ୍‌ ଦ୍ୱାରା ପୁଞ୍ଜି ଉଠାଣ କରୁଛନ୍ତି।
ଏପ୍ରିଲ-ଅଗଷ୍ଟ ବିତ୍ତୀୟ ନିଅଣ୍ଟ ବଜେଟ ଲକ୍ଷ୍ୟର ୧୦୯%
ଚଳିତ ଆର୍ଥତ୍କ ବର୍ଷ ଏପ୍ରିଲରୁ ଅଗଷ୍ଟ ମାସ ମଧ୍ୟରେ ବିତ୍ତୀୟ ନିଅଣ୍ଟ ବଜେଟ ଧାର୍ଯ୍ୟ ଲକ୍ଷ୍ୟର ୧୦୯% ଟପିଛି। ଏହି ସମୟରେ ବିତ୍ତୀୟ ନିଅଣ୍ଟ ୮.୭ ଲକ୍ଷ କୋଟି ଟଙ୍କା ରହିଥିବା ସରକାରୀ ଡାଟାରୁ ସାମ୍ନାକୁ ଆସିଛି। ସରକାରଙ୍କ ନେଟ୍‌ ଟିକସ ସଂଗ୍ରହ ୨.୮୪ ଲକ୍ଷ କୋଟି ଟଙ୍କା ରହିଥିବା ବେଳେ ମୋଟ ଖର୍ଚ୍ଚ ୧୨.୫ ଲକ୍ଷ କୋଟି ଟଙ୍କା ରହିଛି। କରୋନା ଯୋଗୁ ଟିକସ ସଂଗ୍ରହ କମିଥିବା ବେଳେ ସରକାରଙ୍କ ଖର୍ଚ୍ଚ ବଢିଛି। ୨୦୨୦-୨୧ରେ ବିତ୍ତୀୟ ନିଅଣ୍ଟ ମୋଟ ଜିଡିପିର ୮% ରହିବ ବୋଲି ଅର୍ଥ ବିଶେଷଜ୍ଞଙ୍କ ଦ୍ୱାରା ଆକଳନ କରାଯାଇଛି। ବିତ୍ତୀୟ ନିଅଣ୍ଟ ୩.୫% ରହିବ ବୋଲି ସରକାର ତାଙ୍କ ଆକଳନରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

୨ଦିନ ଯାଏ ଆସିବନି ଅନଲାଇନରେ ଅର୍ଡର! ଡେଲିଭରି ଏଜେଣ୍ଟ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୧୨: ୨୦୨୬ରେ ଦରମା ବୃଦ୍ଧିରେ କୌଣସି ବିରାମ ନାହିଁ, ହାରାହାରି ୯% ବୃଦ୍ଧି ପାଇଁ ପ୍ରସ୍ତୁତି ଯୁନିୟନଗୁଡ଼ିକ ଚାକିରି ସୁରକ୍ଷା, ଅଧିକ ମଜୁରୀ, ନିରାପଦ କାର୍ଯ୍ୟ...

ନୂଆବର୍ଷରେ ମହଙ୍ଗା ଯୋଇଯିବ ଏହିସବୁ ଔଷଧ, ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୬।୧୨:ସରକାର ଅତ୍ୟାବଶ୍ୟକ ଔଷଧ ପାଇଁ ସୁଲଭ ଏବଂ ନିରାପଦ କଞ୍ଚାମାଲ ସୁନିଶ୍ଚିତ କରିବା ପାଇଁ ନୂତନ ପଦକ୍ଷେପ ନେଉଛନ୍ତି, କିନ୍ତୁ ଔଷଧ ଶିଳ୍ପ ବିଶେଷଜ୍ଞମାନେ ଭୟ...

Gold Silver Price: ରେକର୍ଡ ଭାଙ୍ଗିଲା ସୁନା ଦର, ରୂପା ଏକାଥରେ ୮ ହଜାର…..

ନୂଆଦିଲ୍ଲୀ,୨୬।୧୨:  ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି କିନ୍ତୁ ସୁନା ଏବଂ ରୂପାର ଚମକ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ । ବର୍ଷର ଶେଷ ଦିନଗୁଡ଼ିକରେ...

୯ ଟଙ୍କା ଛୁଇଁଲାଣି ଅଣ୍ଡା ଦର: କେବେ ମିଳିବ ଆଶ୍ୱସ୍ତି, କାହିଁକି ହେଉଛି ମହଙ୍ଗା?

ଭୁବନେଶ୍ୱର,୨୬।୧୨: ଭାରତର ଅନେକ ସହରରେ ଗୋଟିଏ ଅଣ୍ଡା ଦର ୮ ଟଙ୍କା କିମ୍ବା ତା’ଠାରୁ ଅଧିକରେ ବିକ୍ରି ହେଉଥିବା ବେଳେ ଏହି ଶୀତଦିନେ ଅଣ୍ଡା ଦର...

Post Officeର ଏହି ସ୍କିମ୍‌ରେ କରନ୍ତୁ ନିବେଶ: ମିଳିବ ୧୭ ଲକ୍ଷ ଟଙ୍କା, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୨୬।୧୨: ଆଜିର ଦୁନିଆରେ ସମସ୍ତେ ଏକ ସୁରକ୍ଷିତ ଭବିଷ୍ୟତ ଚାହାଁନ୍ତି। ଯଦି ଆପଣ ଧୀରେ ଧୀରେ ଏକ ବଡ଼ ପାଣ୍ଠି ଗଠନ କରିବାକୁ ଚାହୁଁଛନ୍ତି, ତେବେ...

୬ଦିନରେ ସାରି ଦିଅନ୍ତୁ ଏହି ଜରୁରୀ କାମ, ନ ହେଲେ କଟିଯିବ…

ନୂଆଦିଲ୍ଲୀ,୨୫।୧୨: ବର୍ଷ ଶେଷ ହେବାକୁ ଆଉ ମାତ୍ର ଛଅ ଦିନ ବାକି ଥିବାରୁ, ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମାପ୍ତ କରିବାର ଶେଷ ତାରିଖ ପାଖେଇ ଆସୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri