ଭଲ ବେଳା ଆସିଛି

ସତରେ, ୟାକୁ ହିଁ କହନ୍ତି ହାତୀ ମୁଣ୍ଡରେ ସୁନା କଳସ ଢାଳିବା। ଶାହରୁଖଙ୍କ ଖୁସିି ଏବେ କହିଲେ ନ ସରେ। କାରଣ ଯେଉଁ ୟଶରାଜ ଫିଲ୍ମସ ବ୍ୟାନର ତାଙ୍କୁ ନେମ୍‌ ଫେମ୍‌ ଦେଇଛି ସେହି ବ୍ୟାନରରେ ପ୍ରସ୍ତୁତ ହେବାକୁ ଯାଉଥିବା ସିନେମାରେ ସେ ପୁଣି ଥରେ ଅଭିନୟ କରିବାକୁ ଯାଉଛନ୍ତି। ପ୍ରଯୋଜକ ଆଦିତ୍ୟ ଚୋପ୍ରା ଏହି ବିଗ୍‌ ବଜେଟ୍‌ ଫିଲ୍ମର ଟାଇଟଲ ପରଲୋକଗତ ପ୍ରଯୋଜକ ତଥା ତାଙ୍କର ପିତା ୟଶ ଚୋପ୍ରାଙ୍କ ୮୮ତମ ଜନ୍ମବାର୍ଷିକୀ ଅବସରରେ ଘୋଷଣା କରିବେ। କେବଳ ସେତିକି ନୁହେଁ, ଶାହରୁଖଙ୍କୁ ନେଇ ନିର୍ମିତ ହେବାକୁ ଯାଉଥିବା ନୂଆ ହିନ୍ଦୀ ସିନେମା ‘ପଠାନ୍‌’ର ଶୁଟିଂ ଆସନ୍ତା ମାସରେ ଇଂଲଣ୍ଡରେ ଆରମ୍ଭ ହେବାକୁ ଯାଉଛି। ତେଣୁ ଏ ନେଇ ଶାହରୁଖ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଫିଲ୍ମଟିର ନିର୍ଦ୍ଦେଶନା ଦେବେ ‘ଓ୍ବାର୍‌’ ଚଳଚ୍ଚିତ୍ରର ନିର୍ଦ୍ଦେଶକ ସିଦ୍ଧାର୍ଥ ଆନନ୍ଦ। ଅପରପକ୍ଷରେ ରାଜ କୁମାର ହିରାନୀଙ୍କ ଆଗାମୀ ଫିଲ୍ମରେ ମଧ୍ୟ ଶାହରୁଖ ଅଭିନୟ କରିବେ। କଥା କ’ଣ କି ଗତ କିଛି ବର୍ଷ ଧରି ଶାହରୁଖଙ୍କ ଅଭିନୀତ ସିନେମାଗୁଡିକ ଫ୍ଲପ୍‌ ହେଉଛି, ଯାହା ତାଙ୍କ ପାଇଁ ଚିନ୍ତାର କାରଣ ସାଜିଛି। ଏବେ ସେ ଅଭିନୟ କରିବାକୁ ଯାଉଥିବା ନୂଆ ଫିଲ୍ମଗୁଡ଼ିକ ତାଙ୍କ କ୍ୟାରିୟର ପାଇଁ ଶୁଭପ୍ରଦ ସାବ୍ୟସ୍ତ ହେବ ବୋଲି ଆଶା ରଖିଛନ୍ତି ଶାହରୁଖ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri