ଧର୍ମେନ୍ଦ୍ରଙ୍କ ରୋଡ ଶୋରେ ଭାଜପା-ବିଜେଡି କର୍ମୀ ମୁହାଁମୁହିଁ

ଧର୍ମେନ୍ଦ୍ରଙ୍କ ରୋଡ ଶୋରେ ଭାଜପା-ବିଜେଡି କର୍ମୀ ମୁହାଁମୁହିଁ
ବାରିପଦା ଅଫିସ,୨୫।୪: ମୟୂରଭଞ୍ଜ ଜିଲା ଅଧୀନ ଲୋକ ସଭା ଓ ୭ ବିଧାନସଭା ପାଇଁ ଆସନ୍ତା ୨୯ ତାରିଖରେ ଚତୁର୍ଥ ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ଏହି ଆସନ ଗୁଡିକରେ ନିଜ ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ଉଭୟ ଭାଜପା ଓ ବିଜେଡି ପକ୍ଷରୁ ଜିଲା ସାରା ପ୍ରତିଦିନ ବିଭିନ୍ନ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ଏହି ପରିପ୍ରେକ୍ଷୀରେ ବାରିପଦା ସହରରେ ଭାଜପା ଲୋକ ସଭା ପ୍ରାର୍ଥୀ ଇଂ ବିଶେଶ୍ୱର ଟୁଡୁ ଓ ବାରିପଦା ବିଧାନସଭା ପ୍ରାର୍ଥୀ ପ୍ରକାଶ ସୋରେନଙ୍କୁ ସାଙ୍ଗରେ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅପରାହ୍ନରେ ରୋଡ ଶୋ କରିଥିଲେ। ଏହି ରୋଡ ଶୋ ବିଜେଡି କାର୍ଯ୍ୟାଳୟ ନିକଟରେ ପହଞ୍ଚିବା ବେଳକୁ ବିଜେଡି-ଭାଜପା କର୍ମୀମାନେ ମୁହାଁ ମୁହିଁ ହେବା ଭଳି ପରିସ୍ଥିତି ସୃଷ୍ଟି ହୋଇଥିଲା। ପରେ ପୋଲିସର ହସ୍ତକ୍ଷେପ ପରେ ପରିସ୍ଥିତି ଶାନ୍ତ ପଡିଥିଲା।
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ଦିନିକିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସି ଯଶିପୁର ନିର୍ବାଚନମଣ୍ଡଳୀର ମହର୍ଦ୍ଧାପଳାସ, ରାଇରଙ୍ଗପୁର ନିର୍ବାଚନମଣ୍ଡଳୀର ଭିତରମୁଣ୍ଡା, ସାରସକଣା ନିର୍ବାଚନମଣ୍ଡଳୀର ବିଜାତଳା, ବାଙ୍ଗିରିପୋଷି ନିର୍ବାଚନମଣ୍ଡଳୀର କୁଳିଅଣା ଓ ଉଦଳା ନିର୍ବାଚନମଣ୍ଡଳୀର ଉଦଳାରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବା ସହ ସାଧାରଣ ସଭାରେ ଉଦ୍‌ବୋଧନ ଦେଇଥିଲେ। ଭାଜପା ନେତା ଓ କର୍ମୀମାନେ ରୋଡ ଶୋରେ ପ୍ରଚାର କରୁଥିବା ବେଳେ ବିଜେଡି କର୍ମୀଙ୍କ ଏଭଳି ଉଦ୍ଦେଶ୍ୟମୂଳକ ଆଚରଣ ନିହାତି ଭାବେ ଅଶୋଭନୀୟ। ବୁଧବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ତଥା ରାଜ୍ୟ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ବାରିପଦାରେ ରୋଡ ଶୋ କାର୍ଯ୍ୟକ୍ରମ ରହିଥିବାବେଳେ ଭାଜପା ନେତା ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ରୋଡ ଶୋ ମଧ୍ୟ ରହିଥିଲା। ଏଣୁ କିଏ କେଉଁ ରାସ୍ତାରେ ଯିବେ ତାହା ଏବଂ ସମୟ ସାରଣୀ ପ୍ରସ୍ତୁତ କରି ଅନୁମତି ପ୍ରଦାନ କରିବା କଥା। ହେଲେ ଏଥିରେ ବ୍ୟତିକ୍ରମ ହେବାରୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି ବୋଲି ଅଭିଯୋଗ ହୋଇଛି। ଏହି ଘଟଣା ହେବା ଅତ୍ୟନ୍ତ ଦୁଃଖର ବିଷୟ ବୋଲି ସହରର ବୁଦ୍ଧିଜୀବୀ ଯଯାତି ମହାନ୍ତ କହିଛନ୍ତି। ଏହି ଘଟଣାରେ ପୋଲିସ ବିଭାଗ ପକ୍ଷରୁ କାହାରି ମତାମତ ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦନ୍ତାକୁ ଟ୍ରାଙ୍କୁଲାଇଜ ପାଇଁ ୩ ଟିମ୍‌

ଭୁବନେଶ୍ୱର,୧୯ା୧୨: ଚନ୍ଦକାର ଅସୁସ୍ଥ ଦନ୍ତାହାତୀକୁ ଉଦ୍ଧାର ଓ ଟ୍ରାଙ୍କୁଲାଇଜ ପାଇଁ ୩ଟି ଟିମ୍‌ ଗଠନ କରାଯାଇଛି। ଭାଲୁଙ୍କା ଜଙ୍ଗଲର ଆଖପାଖ ଅଞ୍ଚଳରେ ଅସୁସ୍ଥ ଦନ୍ତା ବୁଲୁଛି।...

ଭୁବନେଶ୍ବରରେ ଜରୁରୀ ଅବତରଣ କଲା ବିମାନ, ଜାଣନ୍ତୁ କାରଣ

ଭୁବନେଶ୍ବର,୧୯।୧୨:  ଭୁବନେଶ୍ବରରେ ଜରୁରୀ ଅବତରଣ କଲା ବିମାନ । ବାରଣାସୀ ଯାଉଥିବା ବିମାନ ଭୁବନେଶ୍ବରରେ ଜରୁରୀ ଅବତରଣ କରିଛି । ଖରାପ ପାଗ ଯୋଗୁଁ ବିମାନ...

କଟକରେ ମା’ହେଲେ ଦଶମ ଶ୍ରେଣୀ ଛାତ୍ରୀ: ବଳାତ୍କାର ପରେ…

କଟକ,୧୯।୧୨: କଟକ ଜିଲା ମାଣିଆବନ୍ଧ ଥାନା ଅନ୍ତର୍ଗତ ଖୁଣ୍ଟକଟା ଅଞ୍ଚଳର ଜଣେ ୧୪ ବର୍ଷୀୟ ଦଶମ ଶ୍ରେଣୀ ଛାତ୍ରୀ ବଳାତ୍କାର ଶିକାର ହେବା ପରେ ଏକ...

ଟୋକନ ସମସ୍ଯାକୁ ନେଇ ଚାଷୀଙ୍କ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ବାଦ୍ ପଡ଼ିଛି ଜାତୀୟ ରାଜପଥ ଓ ରେଳ ରୋକ

ସମ୍ବଲପୁର,୧୯।୧୨(ପ୍ରମୋଦ ବହିଦାର): ଟୋକନ ସମସ୍ୟାକୁ ନେଇ ଶୁକ୍ରବାର ଚାଷୀଙ୍କ ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ ଜାରି ରହିଛି । ଚାଷୀମାନେ ସକାଳ ୬ଟାରୁ ସହରର...

ଦୁଇଦିନ ପରେ ଜି.ଉଦୟଗିରିରେ ପୁଣି ତଳମୁହାଁ ପାରଦ, ଜାଡ଼ରେ ଥରୁଛି ସମଗ୍ର ଅଞ୍ଚଳ

ଜି.ଉଦୟଗିରି,୧୯/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ଜି.ଉଦୟଗିରିରେ ରାଜ୍ୟର ସବୁଠାରୁ ଅଧିକ ଶୀତ ଅନୁଭୂତ ହେଉଛି । ଦୀର୍ଘ ଏକ ମାସରୁ ଉର୍ଦ୍ଧ ହେବ...

ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା, ସାହାଯ୍ୟ କଲେ କାମାକ୍ଷାନଗର ବିଧାୟକ

ଭୁବନ ୧୯/୧୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଭୁଷଳ ପଞ୍ଚାୟତ କିର୍ତ୍ତନ ପୁର ଗ୍ରାମର ଗଙ୍ଗା ମଳିକ ସାହିରେ ଅଗ୍ନିକାଣ୍ଡ ଘଟିଛି...

ପାଟଣା ହାଇକୋର୍ଟ ମୁଖ୍ୟବିଚାରପତି ହେବେ ଓଡ଼ିଶାର ସଙ୍ଗମ କୁମାର ସାହୁ

କଟକ,୧୯ା୧୨: ସୁପ୍ରିମକୋର୍ଟ କଲେଜିୟମ୍ ଓଡିଶା ହାଇକୋର୍ଟ ବିଚାରପତି ସଙ୍ଗମ କୁମାର ସାହୁଙ୍କୁ ପାଟଣା ହାଇକୋର୍ଟ ମୁଖ୍ୟବିଚାରପତି ନିଯୁକ୍ତ ଦେବା ପାଇଁ ଗୁରୁବାର ସୁପାରିଶ କରିଛି। ମୁଖ୍ୟ...

ଶେଷ ହେବ ‘ଇନ୍ସପେକ୍ଟର ରାଜ୍‌’ : ମୁଖ୍ୟ ଶାସନ ସଚିବ ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୯।୧୨ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ପ୍ରକଳ୍ପ, ଯୋଜନା ଏବଂ କାର୍ଯ୍ୟକ୍ରମ ଅନେକ ସମୟରେ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ଶେଷ ହୋଇପାରୁନାହିଁ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri