ବଲିଉଡ୍‌ରେ ଡେବ୍ୟୁ କରିବେ ସୁସ୍ମିତାଙ୍କ ଝିଅ ରିନି

ମୁମ୍ବାଇ: ଗତବର୍ଷ ଓ ଚଳିତ ବର୍ଷ ବଲିଉଡ୍‌ରେ କେତେଜଣ ଷ୍ଟାର କିଡ୍ସ ଡେବ୍ୟୁ କରିଥିବା ବେଳେ ଏବେ ଏହି କ୍ରମରେ ସାମିଲ ହେବାକୁ ଯାଉଛନ୍ତି ବଲିଉଡ୍ ନାୟିକା ସୁସ୍ମିତା ସେନ୍‌ଙ୍କ ବଡ ଝି ରିନି । ଚଳିତ ବର୍ଷ ସେ ଫିଲ୍ମ ‘ସୁଟ୍ଟାବାଜି’ ମାଧ୍ୟମରେ ବଲିଉଡ୍‌ରେ ଡେବ୍ୟୁ କରିବେ ବୋଲି ଜଣାପଡିଛି । ଏବେ ଏହାର କିଛି ଭାଗ ଶୁଟିଂ ଆରମ୍ଭ ହୋଇଯାଇଥିବା ବେଳେ ଏହାର କିଛି ଫଟୋ ଏବେ ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି । ଫିଲ୍ମର କାହାଣୀ କରୋନା ଭାଇରସ ସମୟରେ ଚାଲିଥିବା ଲକ୍‌ଡାଉନ ବେଳେ ପରିବାର ମଧ୍ୟରେ ଗଢିଉଠିଥିବା ବନ୍ଧନ ଉପରେ ଆଧାରିତ ବୋଲି କୁହାଯାଉଛି । କବିର ଖୁରାନା ଏହାର ନିର୍ଦ୍ଦେଶନା ଦେଉଥିବା ବେଳେ ରିନିଙ୍କ ବ୍ୟତୀତ ଏଥିରେ କୋମଳ ଛାବାଡିଆ ଓ ରାହୁଲ ବୋହରାଙ୍କୁ ରିନିଙ୍କ ଅଭିଭାବକ ଭୂମିକାରେ ଦେଖିବାକୁ ମିଳିବ । ଏହା ଡିଜିଟାଲ ପ୍ଲାଟଫର୍ମରେ ରିଲିଜ ହେବ ବୋଲି ଜଣାପଡିଛି । ପୂର୍ବରୁ କେତେଥର କିଛି ସାକ୍ଷାତ୍ କାରରେ ସୁସ୍ମିତା କହିଛନ୍ତି ଯେ ତାଙ୍କ ବଡ ଝିଅ ରିନିର ଅଭିନୟରେ ରୁଚି ରହିଛି । ଏହାସହ ସେ ଜଣେ ଭଲ ଗାୟିକା ମଧ୍ୟ । ତେଣୁ ଅନୁମାନ କରାଯାଉଛି କି ରିନି ତାଙ୍କ ଡେବ୍ୟୁ ଫିଲ୍ମରେ ଅଭିନୟ ସହ ଗୀତ ମଧ୍ୟ ଗାଇ ପାରନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୨ ବର୍ଷ ଡେଟିଂ ପରେ ଅନନ୍ୟାଙ୍କ ସହ ବ୍ରେକ୍‌ଅପ୍‌ କଲେ ଆଦିତ୍ୟ!

ବମ୍ବେ: ଅଲଗା ହୋଇଛନ୍ତି ବଲିଉଡ୍‌ର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ଅନନ୍ୟା ପାଣ୍ଡେ- ଆଦିତ୍ୟ ରୟ କପୁର। ଦୀର୍ଘ ୨ ବର୍ଷ ଧରି ଡେଟ୍‌ କରିଆସୁଥିଲେ ଦୁହେଁ।...

ମୁଁ ବ୍ରେକଅପ କରି ନେଇଛି, ସୁହାନା ଖାଁଙ୍କ ପୋଷ୍ଟ ହେଲା ଭାଇରାଲ!

ମୁମ୍ବାଇ: ଶାହାରୁଖ ଖାଁ ଏବଂ ଗୌରୀ ଖାଁଙ୍କ ଝିଅ ସୁହାନା ଖାଁ ସବୁଠାରୁ ଲୋକପ୍ରିୟ ଷ୍ଟାର କିଡସଙ୍କ ମଧ୍ୟରୁ ଅନ୍ୟତମ । ସେ ଜୋୟା ଅଖତରଙ୍କ...

ବ୍ରେକ ନେଲେ ଶାହାରୁଖ

ମୁମ୍ବାଇ: ବଲିଉଡ ବାଦଶାହା ଶାହାରୁଖ ଖାନ ଗତ ବର୍ଷ ଅର୍ଥାତ୍‌ ୨୦୨୩ ରେ ଏକ ଚମତ୍କାର ପ୍ରତ୍ୟାବର୍ତ୍ତନ କରିଥିଲେ। ପାଞ୍ଚ ବର୍ଷ ପରେ ଶାହାରୁଖ ଫିଲ୍ମ...

‘ଲାହୋର ୧୯୪୭’ରେ ସନ୍ନି ଦେଓଲ

ମୁମ୍ବାଇ: ‘ଗଦର ୨’ର ସଫଳତା ପରେ ସନ୍ନି ଦେଓଲ ଆଉ ଏକ ଦମଦାର ଚଳଚ୍ଚିତ୍ର ‘ଲାହୋର ୧୯୪୭’ସହିତ ପୁଣି ଥରେ ପରଦାକୁ ଆସୁଛନ୍ତି। ଏହା ସଂପୂର୍ଣ୍ଣ...

କଙ୍ଗନାଙ୍କୁ ରାଖୀଙ୍କ ଖୋଲା ଚ୍ୟାଲେଞ୍ଜ

ବମ୍ବେ: ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କୁ ବଡ଼ ଚ୍ୟାଲେଞ୍ଜ ଦେଇଛନ୍ତି ଡ୍ରାମା କୁଇନ୍‌ ରାଖୀ ସାଓ୍ବନ୍ତ। ସର୍ବଦା କିଛି ନା କିଛି କାରଣକୁ ନେଇ ବିବାଦରେ ରହୁଥିବା...

ବାପା ହେଲେ ଏହି ବଲିଉଡ୍‌ ଅଭିନେତା

ବମ୍ବେ: ପୁଣିଥରେ ବାପା ହୋଇଛନ୍ତି ବଲିଉଡ୍‌ ଅଭିନେତା ହରମନ ବାବେଜା। ତାଙ୍କ ଘରକୁ ଏକ କୁନି ରାଜକୁମାରୀ ଆସିଛନ୍ତି। ମାର୍ଚ୍ଚରେ ଅଭିନେତା ବାପା ହୋଇଥିଲେ ହେଁ...

ସଲମାନଙ୍କ ଘର ଉପରକୁ ଗୁଳିମାଡ଼ କରିଥିବା ଅଭିଯୁକ୍ତଙ୍କ ଆତ୍ମହତ୍ୟା

ମୁମ୍ବାଇ,୧ା୫: ବି’ ଟାଉନ୍‌ର ଭାଇଜାନ ସଲମାନ ଖାନଙ୍କ ଘର ଉପରକୁ ଗୁଳିମାଡ଼ ଘଟଣାର ଏକ ବଡ଼ ଖବର ସାମ୍ନାକୁ ଆସିଛି। ସଲମାନଙ୍କ ଗାଲାକ୍ସି ଆପାର୍ଟମେଣ୍ଟ ବାହାରେ...

ଋଷିଙ୍କୁ ମନେପକାଇଲେ ନୀତୁ

ମୁମ୍ବାଇ: ଅଭିନେତା ଋଷି କପୁରଙ୍କ ଚତୁର୍ଥ ଶ୍ରାଦ୍ଧବାର୍ଷିକୀ ମଙ୍ଗଳବାର ପାଳିତ ହୋଇଯାଇଛି। ବଲିଉଡ୍‌ ଇଣ୍ଡଷ୍ଟ୍ରିର ଏହି ଭେଟେରାନ ଅଭିନେତାଙ୍କର ଦେହାନ୍ତ ହେବାରେ ଇତି ମଧ୍ୟରେ ୪...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri