୩ ଘଣ୍ଟା ବର୍ଷାରେ ଜଳାର୍ଣ୍ଣବ ଭୁବନେଶ୍ୱର

ଭୁବନେଶ୍ୱର,୪।୧୦(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେଉଛି। ହେଲେ ଶନିବାର ରାଜଧାନୀ ଭୁବନେଶ୍ୱରରେ ଅପରାହ୍ନ ୧ଟାଠାରୁ ୪ଟା ପର୍ଯ୍ୟନ୍ତ ଘଡ଼ଘଡି ସହ ପ୍ରବଳ ବର୍ଷା ହୋଇଥିଲା। ଏହି ୩ ଘଣ୍ଟାର ବର୍ଷାରେ ଭୁବନେଶ୍ୱରବାସୀ ଅସ୍ତବ୍ୟସ୍ତ ହୋଇପଡ଼ିବା ସହ ବହୁ ଅଞ୍ଚଳ ଜଳାର୍ଣ୍ଣବ ହୋଇଯାଇଥିଲା। ଫଳରେ ଅଞ୍ଚଳଗୁଡ଼ିକରେ ଜଳବନ୍ଦୀ ସମସ୍ୟା ନଜରକୁ ଆସିଛି। ଏ ନେଇ ପାଣିପାଗ ବିଭାଗ ପୂର୍ବରୁ ଶନିବାର ଓ ରବିବାର ପ୍ରବଳ ବର୍ଷା ହେବାର ସୂଚନା ଦେଇଥିଲେ ହେଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ କୌଣସି ପ୍ରାକ୍‌ ପ୍ରସ୍ତୁତି ଥିବା ନଜରକୁ ଆସିନାହିଁ। ଯେଉଁଥିପାଇଁ ଲୋକେ ନାନା ଅସୁବିଧାର ସମ୍ମୁଖୀନ ହୋଇଥିବା ଅଭିଯୋଗ କରିଛନ୍ତି। ଅନ୍ୟପଟେ ଡ୍ରେନ୍‌ ନିର୍ମାଣ କାର୍ଯ୍ୟ ମନ୍ଥର ଗତିରେ ଚାଲୁଥିବାରୁ ଲୋକେ ଜଳବନ୍ଦୀ ସମସ୍ୟାରୁ ମୁକୁଳି ପାରୁନାହାନ୍ତି। ମୌସୁମୀ ସମୟରେ ବିଏମ୍‌ସି ପ୍ରାୟ ସ୍ଥାନରେ ଡ୍ରେନେଜ୍‌ ନିର୍ମାଣ କାର୍ଯ୍ୟ ଆରମ୍ଭ କରିଦେଇଛି। କିନ୍ତୁ ଏବେ ହଠାତ୍‌ ଲଘୁଚାପ ଭୁବନେଶ୍ୱର ପାଇଁ କାଳ ସାଜିଛି। ତେବେ ସହରରେ ଜଳବନ୍ଦୀ ମୁକାବିଲା କରିବା ପାଇଁ ବିଏମ୍‌ସିର ୭ଟି ପମ୍ପସେଟ୍‌ ରହିଛି। ଏଥିସହ ଶନିବାର ବିଏମ୍‌ସି ୧୦ରୁ ୧୫ଟି ପମ୍ପସେଟ୍‌ ଭଡ଼ାରେ ଆଣିଥିବା ଜଣାପଡ଼ିଛି। ହେଲେ କେତେଦିନ ବିଏମ୍‌ସି ଏଭଳି ପମ୍ପସେଟ୍‌ ଭରସାରେ ଜଳବନ୍ଦୀର ମୁକାବିଲା କରୁଥିବ ସେନେଇ ଏବେ ବଡ଼ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏ ନେଇ ବିଏମ୍‌ସିର ଡ୍ରେନେଜ୍‌ ବିଭାଗୀୟ ଅଧିକାରୀ ସମ୍ପୂର୍ଣ୍ଣ ଭାବେ ଅବଗତ ଥିବାବେଳେ ଚେଇଁ ଶୋଇଥିବା ଅନୁଭବ ହେଉଛି। ଏଥିସହ ରବିବାର ପୁଣି ବର୍ଷା ସମ୍ଭାବନା ଥିବାରୁ ବିଏମ୍‌ସି ଚିନ୍ତା ଦ୍ୱିଗୁଣିତ ହୋଇଥିବା କର୍ତ୍ତୃପକ୍ଷଙ୍କ ମଧ୍ୟରେ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri