୩ ଅର୍ଦ୍ଧଶତକ ସହ ଦେବଦତ୍ତ ପଡିକ୍କଲ ଆଇପିଏଲ୍‌ରେ ରଚିଲେ ଏହି କୀର୍ତ୍ତିମାନ

ଆବୁଧାବି, ୪।୧୦: କୁହାଯାଏ ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ କ୍ରିକେଟ୍‌ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଯୁବ ଖେଳାଳିଙ୍କୁ ସର୍ବଦା ସୁଯୋଗ ଦେଇଆସିଛି। ଏହି ପ୍ଲାଟଫର୍ମରେ ଯୁବ କ୍ରିକେଟର୍‌ମାନେ ସେମାନଙ୍କ ପ୍ରତିଭା ଦେଖାଇବାର ସୁଯୋଗ ପାଇଥାନ୍ତି। ୟୁଏଇରେ ଚାଲିଥିବା ଚଳିତ ଆଇପିଏଲ୍‌ରେ ଏହିଭଳି ଜଣେ ଖେଳାଳି ନିଜର ପ୍ରଦର୍ଶନର ଛାପ ଛାଡ଼ିବାରେ ସଫଳ ହୋଇଛନ୍ତି। ସେ ହେଲେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି)ର ଓପନର୍‌ ଦେବଦତ୍ତ ପଡିକ୍କଲ।


ବର୍ଷୀୟ ଏହି ବାମହାତୀ ଓପନିଂ ବ୍ୟାଟ୍ସମ୍ୟାନ ପ୍ରଥମଥର ଲାଗି ଆଇପିଏଲ୍‌ ଖେଳି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। କେରଳରେ ଜନ୍ମିତ ପଡିକ୍କଲ ବର୍ତ୍ତମାନ ସୁଦ୍ଧା ୪ ମ୍ୟାଚ୍‌ ଖେଳି ୩ ଅର୍ଦ୍ଧଶତକ ହାସଲ କରିଛନ୍ତି। ଏଥିସହ ଆଇପିଏଲ୍‌ ଇତିହାସରେ ଏକମାତ୍ର ବ୍ୟାଟ୍ସମ୍ୟାନ ଭାବେ ପ୍ରଥମ ୪ଟି ମ୍ୟାଚ୍‌ରେ ୩ଟି ଅର୍ଦ୍ଧଶତକ ହାସଲ କରିବାର କୀର୍ତ୍ତିମାନ ସେ ସ୍ଥାପନ କରିଛନ୍ତି। ପଡିକ୍କଲ ବର୍ତ୍ତମାନ ସୁଦ୍ଧା ୪ ମ୍ୟାଚ୍‌ରୁ ୧୩୪.୮୮ ଷ୍ଟ୍ରାଇକରେଟ୍‌ରେ ୧୭୪ ରନ୍‌ ସଂଗ୍ରହ କରିଛନ୍ତି। ଶନିବାର ରାଜସ୍ଥାନ ବିପକ୍ଷ ମୁକାବିଲାରେ ସେ ୪୫ ବଲରୁ ୬୩ ରନ କରିଥିଲେ। ସେହିଭଳି ସନ୍‌ରାଇଜର୍ସ ହାଇଦ୍ରାବାଦ (୫୬) ଓ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ (୫୪) ଅର୍ଦ୍ଧଶତକୀୟ ଇନିଂସ ଖେଳିଥିଲେ। ଗତବର୍ଷ ମଧ୍ୟ ଦେବଦତ୍ତ ଆର୍‌ସିବି ଦଳରେ ସାମିଲ ଥିଲେ ମଧ୍ୟ ଚୂଡ଼ାନ୍ତ ଏକାଦଶରେ ଖେଳିବାର ସୁଯୋଗ ପାଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍‌ ପୂର୍ବରୁ ଭାରତୀୟ ଦଳ ପାଇଁ ଖୁସିଖବର

ନୂଆଦିଲ୍ଲୀ,୭।୫: ଭାରତୀୟ କ୍ରିକେଟ ଦଳର କିଛି ଖେଳାଳି ଟି-୨୦ ବିଶ୍ୱକପ ଘୋଷଣା ପରେ ଫ୍ଲପ ହୋଇଥିବାର ନଜର ଆସିଥିଲେ। କିନ୍ତୁ ବର୍ତ୍ତମାନ ଦଳ ପାଇଁ ଏକ...

ପ୍ଲେ ଅଫ୍‌ ଯାଇପାରିବ କି ମୁମ୍ବାଇ ଇଣ୍ଡିଆନ୍ସ: ଜାଣନ୍ତୁ କ’ଣ କହୁଛି ସମୀକରଣ

ମୁମ୍ବାଇ,୭।୫: ମୁମ୍ବାଇ ଇଣ୍ଡିଆନ୍ସ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ଆଇପିଏଲ ୨୦୨୪ର ଚତୁର୍ଥ ବିଜୟ ପଞ୍ଜିକରଣ କରିଛି। ସିଜିନର ୫୫ତମ ମ୍ୟାଚରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକ ମୁମ୍ବାଇ...

ଟି-୨୦ ବିଶ୍ୱକପ୍‌ ପାଇଁ ଲଞ୍ଚ୍‌ ହେଲା ଟିମ୍‌ ଇଣ୍ଡିଆର ଜର୍ସି: ଏହି ଲୁକ୍‌ରେ ନଜର ଆସିବେ ଖେଳାଳି

ନୂଆଦିଲ୍ଲୀ,୭।୫: ଟି-୨୦ ବିଶ୍ୱକପକୁ ମାତ୍ର କିଛି ସପ୍ତାହ ବାକି ଅଛି ଏବଂ କିଛି ଘଣ୍ଟା ପୂର୍ବରୁ ଭାରତୀୟ ଦଳର ଜର୍ସି ଲଞ୍ଚ୍‌ ହୋଇଛି॥ ଭାରତୀୟ ଦଳର...

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ କି ଟିମ୍‌ ଇଣ୍ଡିଆ? ବିସିସିଆଇ ନେଲା ଗୁରୁତ୍ୱପୂର୍ଣ୍ଣ ସୂଚନା

ନୂଆଦିଲ୍ଲୀ,୭।୫: ଆସନ୍ତା ବର୍ଷ ପାକିସ୍ତାନରେ ଚାମ୍ପିଅନ୍ସ ଟ୍ରଫି ଅନୁଷ୍ଠିତ ହେବ ଏବଂ ଏହି ଟୁର୍ନାମେଣ୍ଟ ପାଇଁ ଭାରତୀୟ ଦଳ ପାକିସ୍ତାନ ଯିବା ଉପରେ ସନ୍ଦେହ ରହିଛି।...

ଜୁନିୟର ମହିଳା ହକି ଦଳରେ ଓଡ଼ିଶାର ୪

ନୂଆଦିଲ୍ଲୀ,୭ା୫ (ପି.ଟି.): ମେ ୨୧ରୁ ୨୯ ପର୍ଯ୍ୟନ୍ତ ୟୁରୋପ ଟୁର୍‌ ପାଇଁ ହକି ଇଣ୍ଡିଆ ସୋମବାର ୨୨ଜଣିଆ ଭାରତୀୟ ମହିଳା ଦଳ ଘୋଷଣା କରିଛି। ଏଥିରେ...

ଧର୍ମଶାଳାରେ ଭାରତର ପ୍ରଥମ ହାଇବ୍ରିଡ ପିଚ୍‌

ଧର୍ମଶାଳା,୭।୫(ପି.ଟି.): ଭାରତର ସର୍ବପ୍ରଥମ ହାଇବ୍ରିଡ ପିଚ୍‌ ଧର୍ମଶାଳା କ୍ରିକେଟ ଷ୍ଟାଡିୟମରେ ଉଦ୍‌ଘାଟିତ ହୋଇଛି। ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏଶନ (ଏଚ୍‌ପିସିଏ) ପକ୍ଷରୁ ସୋମବାର ଏହି କାର୍ଯ୍ୟକ୍ରମ...

କ୍ୱାର୍ଟର ଫାଇନାଲରେ ସହିଦ ସ୍ପୋର୍ଟିଂ

ଭୁବନେଶ୍ୱର, ୭।୫ (ତପନ ସ୍ବାଇଁ): ପାରାମାଉଣ୍ଟ ସ୍ପୋର୍ଟିଂ ଆନୁକୂଲ୍ୟରେ ଏହାର ପଡ଼ିଆରେ ଚାଲିଥିବା ୬ଷ୍ଠ ଅରବିନ୍ଦ ସ୍ମାରକୀ ୧୬ ବର୍ଷରୁ କମ୍‌ ଜୁନିୟର କ୍ରିକେଟ ଟୁର୍ନାମେଣ୍ଟର...

ନୋରିସଙ୍କୁ ପ୍ରଥମ ଫର୍ମୁଲା ଓ୍ବାନ ସଫଳତା

ମାୟାମି ଗାର୍ଡେନ୍ସ, ୭ା୫: ବିଶ୍ୱ ଚାମ୍ପିୟନ ତଥା ରେଡ୍‌ବୁଲର ମାକ୍ସ ଭର୍ଷ୍ଟାପେନ୍‌ଙ୍କୁ ୭ ସେକେଣ୍ଡ ପଛରେ ପକାଇ ଲାଣ୍ଡୋ ନୋରିସ ଏଠାରେ ମାୟାମି ଗ୍ରଁା ପ୍ରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri