ଦିଗପହଣ୍ଡିରେ କୋଭିଡ କଟକଣାକୁ ବେଖାତିର: ବ୍ୟବସାୟିକ ପ୍ରତିଷ୍ଠାନ ସିଲ୍‌

ଦିଗପହଣ୍ଡି,୫।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଜାରି କରାଯାଇଥିବା କୋଭିଡ୍‌ କଟକଣାକୁ ବ୍ୟବସାୟୀମାନେ ବେଖାତିର କରୁଥିବା ଦେଖିବାକୁ ମିଳୁଛି। ଏ ନେଇ ସୋମବାର ଅତିରିକ୍ତ ଜିଲାପାଳ ଡ. ଶତେ କୁମାର ଦାସ, ସହକାରୀ ଜିଲାପାଳ କେ. ମାଲେଶ୍ୱର ପାତ୍ର ଦିଗପହଣ୍ଡିରେ ପହଞ୍ଚି ଚଢ଼ାଉ ଓ ଧରପଗଡ଼ କରିଥିଲେ। କୋଭିଡ ନିୟମକୁ ଉଲ୍ଲଙ୍ଘନ କରି ଦୋକାନ ଭିତରେ ଗହଳି କରି ବ୍ୟବସାୟ ଚଳାଇଥିବା ବିଭିନ୍ନ ବ୍ୟବସାୟିକ ପ୍ରତିଷ୍ଠାନଗୁଡ଼ିକ ଉପରେ ପ୍ରଶାସନିକ ଅଧିକାରୀ ବୃନ୍ଦ ଆତର୍କିତ ଚଢାଉ କରି ସେଗୁଡିକୁ ସିଲ୍‌ କରିଛନ୍ତି। ବ୍ୟବସାୟୀଙ୍କ ସମେତ ସାଧାରଣ ଲୋକେ ଏଥିପ୍ରତି ଗୁରୁତ୍ୱ ଦେଉ ନ ଥିବା କାରଣରୁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ବିଭିନ୍ନ ଦୋକାନ ସମେତ ରାସ୍ତାରେ ଯା ଆସ କରୁଥିବା ବହୁସଂଖ୍ୟକ ବାଇକ୍‌ଗୁଡ଼ିକୁ ଅଟକାଇ ୨୩୧୦୦ ଟଙ୍କା ଜରିମାନା ଆଦାୟ କରିଥିବା ଜଣାପଡିଛି। ଏହି ଚଢାଉରେ ଦିଗପହଣ୍ଡି ତହସିଲଦାର ତଥା ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟ ଅଦୈତ କୁମାର ସ୍ବାଇଁ, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଫୁଲ୍ଲ ଚନ୍ଦ୍ର ଡାକୁଆ ପ୍ରମୁଖ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri