Posted inଜାତୀୟ

ରଶିଦ ମାସୁଦଙ୍କ ଦେହାନ୍ତ

ନୂଆଦିଲ୍ଲୀ,୬।୧୦: ପୂର୍ବତନ କେନ୍ଦ୍ରମନ୍ତ୍ରୀ କାଜି ରଶିଦ ମାସୁଦଙ୍କ ଉତ୍ତରାଖଣ୍ଡର ରୁର୍କିସ୍ଥିତ ଏକ ଘରୋଇ ହସ୍ପିଟାଲରେ ସୋମବାର ସକାଳେ ଦେହାନ୍ତ ହୋଇଯାଇଛି। ତାଙ୍କୁ ୭୩ ବର୍ଷ ବୟସ ହୋଇଥିଲା। ଏ ସମ୍ପର୍କରେ ତାଙ୍କ ପୁତୁରା ତଥା କଂଗ୍ରେସ ନେତା ଇମ୍ରାନ ମାସୁଦ ସୂଚନା ଦେଇଛନ୍ତି। ଶାହାରନ୍‌ପୁର ଜିଲାର ଗାଙ୍ଗୋରେ ଥିବା ନିଜ ବାସଭବନଠାରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ କରାଯିବ। ଅଗଷ୍ଟ ୨୭ରେ ରଶିଦ କରୋନାରେ ଆକ୍ରାନ୍ତ ହୋଇ ସୁସ୍ଥ ହୋଇଥିଲେ। ପରେ ତାଙ୍କ ତଣ୍ଟି ଦରଜ ହେବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ୧୯୪୭ରେ ଜନ୍ମିତ ରଶିଦ ଉତ୍ତରପ୍ରଦେଶ ରାଜନୀତିରେ ଏକ ଦଶନ୍ଧିରୁ ଊର୍ଦ୍ଧ୍ୱକାଳ ପ୍ରମୁଖ ଦାୟିତ୍ୱରେ ରହିଥିଲେ। ୯ ଥର ଏମ୍‌ପି ହେବା ସହ ଭି.ପି. ସିଂ ସରକାରରେ କେନ୍ଦ୍ରମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ। ୨୦୦୭ରେ ନ୍ୟାଶନାଲ ପ୍ରୋଗ୍ରେସିଭ୍‌ ଆଲିଆନ୍ସ (ଏନ୍‌ପିଏ)ରୁ ସେ ଉପରାଷ୍ଟ୍ରପତି ପଦ ଲାଗି ପ୍ରାର୍ଥୀ ମଧ୍ୟ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତକୁ ନାହିଁ ଖାତିର, ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପୁଣି ବଢ଼ିଲା ଶୀତର ପ୍ରକୋପ। ବିଭିନ୍ନ ସ୍ଥାନରେ ଘନକୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି। ଗୁରୁବାର ସକାଳେ...

ଗୁଲୁଆଙ୍କ ଗୁମର ଖୋଲିଦେଲେ ସ୍ତ୍ରୀ: ନୂଆ ନୂଆ ଝିଅଙ୍କୁ ଧରି….

ଭୁବନେଶ୍ୱର,୨୫।୧୨: ଓଡ଼ିଆ କମେଡିଆନ୍‌ ଗୁଲୁଆଙ୍କ ସାଂସାରିକ ଜୀବନରେ ଆସିଛି ଝଡ଼। ଜୀବନ ପ୍ରତି ବିପଦ ଥିବା ଗୁଲୁଆ ଅଭିଯୋଗ କରିବା ପରେ ତାଙ୍କ ସ୍ତ୍ରୀ ତଥା...

VHT 2025: ବିଜୟ ହଜାରେ ଟ୍ରଫିରୁ ବାଦ ପଡ଼ିଲେ ବୈଭବ ସୂର୍ଯ୍ୟବଂଶୀ, କାରଣ…

ନୂଆଦିଲ୍ଲୀ,୨୫।୧୨: ବୈଭବ ସୂର୍ଯ୍ୟବଂଶୀଙ୍କ ଫ୍ୟାନ୍ସଙ୍କୁ ଝଟକା । ଅଣ୍ଡର-୧୯ ଏସିଆ କପରେ ଏକ ଚମତ୍କାର ଇନିଂସ ଖେଳିବା ପରେ, ବୈଭବ ବିଜୟ ହଜାରେ ଟ୍ରଫିରେ ମଧ୍ୟ...

ଜାଣନ୍ତି କି ସରକାରୀ ଅନୁମୋଦନ ପାଇଥିବା ୨ ବିମାନ କମ୍ପାନୀର ମାଲିକ କିଏ?

ନୂଆଦିଲ୍ଲୀ,୨୫ା୧୨: କେନ୍ଦ୍ର ସରକାର ଇଚ୍ଛା ପ୍ରକାଶ କରୁଥିବା ଏୟାରଲାଇନ୍ସ ସହିତ ଅନେକ ବୈଠକ କରିବା ପରେ ଭାରତରେ ନୂଆ ଏୟାରଲାଇନ୍ସକୁ କାର୍ଯ୍ୟ କରିବାକୁ ଅନୁମତି ଦେଇଛନ୍ତି।...

ସସପେନ୍ସ ଶେଷ! ୨୦୨୭ ବିଶ୍ୱକପ ଖେଳିବେ କି ବିରାଟ କୋହଲି, କୋଚ କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲି ବିଜୟ ହଜାରେ ଟ୍ରଫିରେ ଏକ ଚମିତ୍କାର ପ୍ରତ୍ୟାବର୍ତ୍ତନ କରିଛନ୍ତି। ସେ ଆନ୍ଧ୍ର ବିପକ୍ଷରେ ୧୩୧ ରନର ଏକ...

ଜଗନ୍ନାଥପ୍ରେମୀଙ୍କ ଭାବାବେଗକୁ ଆଘାତ…ସମୁଦ୍ରରେ ଭାସି ଆସିଲା ମହାପ୍ରଭୁଙ୍କ ବିଗ୍ରହ, ଦୟନୀୟ ଅବସ୍ଥାରେ ଉଦ୍ଧାର

ପୁରୀ ୨୫/୧୨( ଅଜିତ୍ କୁମାର ସାହୁ): ପୁଣି ମହାପ୍ରଭୁଙ୍କୁ ଅପମାନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତି ସମୁଦ୍ରରେ ଭାସିଵାର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ବେଶ୍ ଭାଇରାଲ...

ଭାରତକୁ ନେଇ ଏମିତି କହିଦେଲା ଚାଇନା: ବିଶ୍ୱରେ ଖେଳିଗଲା ଚାଞ୍ଚଲ୍ୟ, ଆମେରିକା….

ନୂଆଦିଲ୍ଲୀ,୨୫।୧୨: ଭାରତ-ଚାଇନା ସମ୍ପର୍କକୁ ନେଇ ଆମେରିକାର ପ୍ରତିରକ୍ଷା ବିଭାଗ (ପେଣ୍ଟାଗନ)ର ଏକ ସାମ୍ପ୍ରତିକ ରିପୋର୍ଟକୁ ଦେଖି ଚାଇନା ରାଗିଯାଇଛି। ରିପୋର୍ଟରେ କୁହାଯାଇଛି, ଚାଇନା ଦ୍ୱିପାକ୍ଷିକ ସମ୍ପର୍କକୁ...

ସର୍ବଭାରତୀୟ ନାଟକ ସମାରୋହ ଉଦ୍‌ଘାଟିତ: ଆଜି ମଞ୍ଚସ୍ଥ ହେବ ‘ମାଗୁଣିର ଶଗଡ଼’

ବଲାଙ୍ଗୀର,୨୫ା୧୨(ସୁନିଲ କୁମାର ମହାନ୍ତି): ସର୍ବଭାରତୀୟ ବହୁଭାଷୀ ନାଟକ ସମାରୋହ ମଠଖାଇ ମହୋତ୍ସବ ଗୁରୁବାର ଉଦ୍‌ଘାଟିତ ହୋଇଛି। ସକାଳେ ବଲାଙ୍ଗୀର ସହର ଉପକଣ୍ଠ ମଠଖାଇ ମନ୍ଦିରରୁ ନାଟ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri