ପୋଲିସ ଗାଡ଼ି ଧକ୍କାରେ ଜଣେ ଗୁରୁତର: ଭଞ୍ଜନଗର-ଆସିକା ରାସ୍ତା ଅବରୋଧ

ଭଞ୍ଜନଗର,୨୧।୬(ଡି.ଏନ.ଏ)- ଗଞ୍ଜାମ ଜିଲା ଭଞ୍ଜନଗର ଦମକଳ କେନ୍ଦ୍ର ନିକଟରେ ଶୁକ୍ରବାର ଅପରାହ୍ନରେ ପୋଲିସ ଗାଡି (କୋର୍ଟ ଭ୍ୟାନ୍‌) ଧକ୍କାରେ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କାଳିଆପଲ୍ଲୀର ପାଣୁ ମଲ୍ଲିକ (୫୦)। ଏହାର ପ୍ରତିବାଦରେ ସ୍ଥାନୀୟ ଲୋକେ ଭଞ୍ଜନଗର-ଆସିକା ମୁଖ୍ୟରାସ୍ତା ଅବରୋଧ କରିଥିଲେ। ପୋଲିସ ପହଞ୍ଚତ୍ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରି ରାସ୍ତାରୋକୋ ହଟାଇବା ସହ ନିଜଆଡୁ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି।
ପ୍ରକାଶ ଯେ, ପାଣୁ ଅପରାହ୍ନ ଅପରାହ୍ନ ପ୍ରାୟ ୩ଟାରେ ଜିଲୁଣ୍ଡି ଅଭିମୁଖେ ଚାଲିଚାଲି ଯାଉଥିଲେ। ଏହି ସମୟରେ ଭଞ୍ଜନଗରରୁ ଛତ୍ରପୁର ଅଭିମୁଖେ ଯାଉଥିବା କୋର୍ଟ ଭ୍ୟାନ୍‌ଟି ପାଣୁଙ୍କୁ ପଛ ପଟୁ ଧକ୍କା ଦେଇଥିଲା। ପାଣୁଙ୍କୁ ଲୋକେ ଉଦ୍ଧାର କରି ଭଞ୍ଜନଗର ମେଡ଼ିକାଲକୁ ନେଇଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି। ଏହି ଘଟଣାକୁ ନେଇ ସ୍ଥାନୀୟ ଲୋକେ ଦମକଳ କେନ୍ଦ୍ର ନିକଟରେ ଭଞ୍ଜନଗର-ଆସିକା ମୁଖ୍ୟରାସ୍ତା ଅବରୋଧ କରିଥିଲେ। ଫଳରେ ଅପରାହ୍ନ ୩ଟାରୁ ସାଢେ ୫ଟା ପର୍ଯ୍ୟନ୍ତ ଏହି ରାସ୍ତାରେ ଯାତାୟାତ ବନ୍ଦ ରହିଥିଲା। ପୋଲିସ ପହଞ୍ଚତ୍ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିବା ସହ ଆଇନ ଅନୁଯାୟୀ ପଦକ୍ଷେପ ନିଆଯିବ ବୋଲି ପ୍ରତିଶ୍ରୁତି ଦେବାପରେ ରାସ୍ତା ଅବରୋଧ ହଟିଥିଲା। ଦୁର୍ଘଟଣାପରେ ଗାଡ଼ି ଚାଳକ ଘଟଣାସ୍ଥଳରେ କୋର୍ଟ ଭ୍ୟାନ୍‌ ଛାଡ଼ି ପଳାଇଛନ୍ତି। ଦୁର୍ଘଟଣା ସମୟରେ ଉକ୍ତ ଭ୍ୟାନରେ ଚାଳକ ବ୍ୟତୀତ ଅନ୍ୟକେହି ନ ଥିବା ପୋଲିସ ସୂତ୍ରରୁ ପ୍ରକାଶ।
(((((ଫଟୋ୨୧ଏ-ଧକ୍କା ଦେଇଥିବା ପୋଲିସ ଗାଡ଼ି।


Enter your email to get our daily news in your inbox.

All Right Reserved By Dharitri.Com

ଓଡିଶାର ସବୁଠାରୁ ଗରିବ ଏମପି ପ୍ରାର୍ଥୀ , ପାଖରେ ମାତ୍ର ଏତିକି ଟଙ୍କା

ଭୁବନେଶ୍ୱର,୪।୫: କୁହାଯାଏ ପାଖରେ ଟଙ୍କା ନ ଥିଲେ ରାଜନୀତି କରି ହୁଏନି। ପ୍ରଚାର ଠାରୁ ଆରମ୍ଭ କରି ପୋଷ୍ଟର ଛାପିବା ଯାଏଁ ବିଡା ବିଡା ଟଙ୍କା...

ସ୍କୁଲ ମାଟି ମାଡି ନ ଥିବା ଓଡିଶାର ବିଧାୟକ ପ୍ରାର୍ଥୀ, ଜାଣନ୍ତୁ ରୋଚକ ତଥ୍ୟ

ଭୁବନେଶ୍ୱର,୪।୫: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ ସରିଛି। ୪ ଲୋକ ସଭା ଆସନ ବ୍ରହ୍ମପୁର, କଳାହାଣ୍ଡି, କୋରାପୁଟ ଓ ନବରଙ୍ଗପୁରର ନାମାଙ୍କନ...

ତର୍କରା ଡ୍ୟାମ୍‌ରେ ଗାଧୋଇଲା ବେଳେ ଅଘଟଣ: ୨ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର

ରାଉରକେଲା,୪ା୫(ସଙ୍ଗୀତା ଜେନା): ରଘୁନାଥପାଲୀ ଥାନା ଜଲଦା ଫାଣ୍ଡି ଅନ୍ତର୍ଗତ ତର୍କରା ଡ୍ୟାମ୍‌ ଶନିବାର ଅପରାହ୍ନରେ ଗାଧୋଇବାକୁ ଯାଇ ୨ ଜଣ ଯୁବକଙ୍କ ସଲୀଲ ସମାଧୀ ଘଟିଥିବା...

ବିଜୟ ପଟ୍ଟନାୟକ ଅସୁସ୍ଥ, ଭୁବନେଶ୍ୱର ଫେରିଲେ

ଭୁବନେଶ୍ୱର,୪।୫: କଂଗ୍ରେସର ବରିଷ୍ଠ ନେତା ତଥା ପାରଳାଖେମୁଣ୍ଡି ବିଧାନସଭା ପ୍ରାର୍ଥୀ ବିଜୟ ପଟ୍ଟନାୟକ ଅସୁସ୍ଥ। ପ୍ରଚଣ୍ଡ ଖରାରେ ପ୍ରଚାର କରିବା ଯୋଗୁ ତାଙ୍କୁ ଅଂଶୁଘାତ ହୋଇଯାଇଥିଲା।...

ଗଜପତିରୁ ଚିକିଟି ଦେଇ ବ୍ରହ୍ମପୁରକୁ କରୁଥିଲେ ଗଞ୍ଜେଇ ଚାଲାଣ,ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ୍‌ (ଏଡିଜେ-୧)ଡ. ଇନ୍ଦୁ ଶର୍ମା ଶନିବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ନାମାଙ୍କନ ପତ୍ର ଦାଖଲ କଲେ କଂଗ୍ରେସ ସାଂସଦ ପ୍ରାର୍ଥୀ ଇଂ ବିନୋଦ ନାୟକ

କେନ୍ଦୁଝର, ୪।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଲୋକ ସଭା ପ୍ରାର୍ଥି ଭାବେ କଂଗ୍ରେସ ଦଳରୁ ଇଂ ବିନୋଦ ନାୟକ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି। ଶନିବାର...

‘ଓଡ଼ିଶାର ନେତା ମାଟିର ପୁଅ ହୁଅନ୍ତୁ’

ଭୁବନେଶ୍ୱର,୪।୫: ବୈଦେଶିକ ମନ୍ତ୍ରୀ ଏସ୍‌.ଜୟଶଙ୍କର ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଏକ ଖବରଦାତା ସମ୍ମିଳନୀରେ ମୋଦିଙ୍କ ବିକାଶଧାରା ସହ ବିଭିନ୍ନ ପ୍ରସଙ୍ଗରେ ପ୍ରତିକ୍ରିୟା ରଖୁଛନ୍ତି।...

ଓଡ଼ିଶା ଲୋକଙ୍କ ମଧ୍ୟରେ ବହୁତ ଟ୍ୟାଲେଣ୍ଟ, ସ୍କିଲ୍‌ ଅଛି: ଏସ୍. ଜୟଶଙ୍କର

ଭୁବନେଶ୍ୱର,୪।୫: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ସାମ୍ବାଦିକ ସମ୍ମିଳନୀ କରିଛନ୍ତି ବୈଦେଶିକ ମନ୍ତ୍ରୀ ଏସ୍‌.ଜୟଶଙ୍କର। ଏହି ସମୟରେ ସେ ଓଡ଼ିଶାର କଳା, ସଂସ୍କୃତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri