Posted inଜାତୀୟ

ଉତ୍ତରପ୍ରଦେଶରେ ଅନର କିଲିଂ

ଶାହାଜାହାନ୍‌ପୁର,୮।୧୦ : ହାଥ୍‌ରସ ଗଣବଳାତ୍କାର ଓ ହତ୍ୟା ଘଟଣା ପରେ ପୁଣି ଉତ୍ତରପ୍ରଦେଶରେ ଏକ ଲଜ୍ଜାକର ଘଟଣା ଘଟିଛି। ରାଜ୍ୟର ଶାହାଜାହାନ୍‌ପୁର ଜିଲାରେ ଜଣେ ଦଳିତ ଗର୍ଭବତୀ ନାବାଳିକା(୧୬)ଙ୍କୁ ତାଙ୍କ ବାପା ଓ ଭାଇ ମିଶି ମାଡ଼ମାରିବା ସହ ମାରିଦେଇଛନ୍ତି। ଏମିତିକି ନାବାଳିକାଙ୍କ ମୁଣ୍ଡ ଗଣ୍ଡି ଅଲଗା ହୋଇଯାଇଛି। ଏହି ନିର୍ମମ ଘଟଣାଟି ମଙ୍ଗଳବାର ଘଟିଥିବାବେଳେ ପୋଲିସ ମୃତା ଯୁବତୀଙ୍କ ବାପାଙ୍କୁ ଗିରଫ କରିଥିବାବେଳେ ଅଭିଯୁକ୍ତ ଭାଇ ଫେରାର ହୋଇଯାଇଥିବା ଜଣାପଡ଼ିଛି। ନାବାଳିକା ଜଣକ ଗତ ୨୩ ତାରିଖରୁ ନିଖୋଜ ଥିବାବେଳେ ପରିବାର ପକ୍ଷରୁ ଥାନାରେ କୌଣସି ରିପୋର୍ଟ ଦାଖଲ କରାଯାଇ ନ ଥିବା ପୋଲିସ କହିଛି। ନାବାଳିକା ଜଣକ ଜଣେ ସମ୍ପର୍କୀୟଙ୍କ ଘରେ ରହୁଥିଲେ ଓ ସେଠାରୁ ନିଖୋଜ ହୋଇଯାଇଥିଲେ। କିଏ ଗର୍ଭବତୀ କଲା, ସେନେଇ ପରିବାର ଲୋକଙ୍କୁ ସେ ଫେରିବା ପରେ ଲୁଚାଇଥିଲେ। ଘଟଣାର ପୋଲିସ ତଦନ୍ତ ଜାରି ରହିଛି।
ରିପୋର୍ଟ ମୁତାବକ ନିଖୋଜ ନାବାଳିକା ଫେରିବା ପରେ ଗର୍ଭବତୀ ଥିବାରୁ ଲୋକମାନେ ପରିବାର ସଦସ୍ୟଙ୍କୁ ଟାହିଟାପରା କରିଥିଲେ। ଏଥିରୁ ମୁକ୍ତି ପାଇବା ଲାଗି ବାପା ଓ ବଡ଼ଭାଇ ମିଶି ଯୁବତୀ ଜଣକୁ ପିଟି ପିଟି ହତ୍ୟା କରିଥିବା ପୋଲିସ ସୂତ୍ରରୁ ପ୍ରକାଶ। ନାବାଳିକାଙ୍କ ବାପା ଏହା ସ୍ବୀକାର ମଧ୍ୟ କରିଛନ୍ତି। ପୋଲିସ ବାପା ଓ ଭାଇଙ୍କ ବିରୋଧରେ ଆଇପିସିର ଦଫା ୩୦୨, ୨୦୧ ଲଗାଇ ମାମଲା ରୁଜୁକରିଛି। ଅନ୍ୟ ପରିବାର ସଦସ୍ୟଙ୍କୁ ପୋଲିସ ଜେରା କରିଥିବାବେଳେ ହତ୍ୟାକାଣ୍ଡରେ ସେମାନଙ୍କ ସମ୍ପୃକ୍ତି ନ ଥିବା କହିଛି। ନାବାଳିକାଙ୍କୁ କିଏ ଗର୍ଭବତୀ କରିଛି, ସେନେଇ ପୋଲିସ ତନାଘନା ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri