Posted inଖେଳ

କେଦାର ଯାଦବ କାହିଁକି ବ୍ୟାଟିଂ କରୁନାହାନ୍ତି ସିବିଆଇ ଯାଞ୍ଚ୍‌ କରାଯାଉ

ଆଇପିଏଲ ୨୦୨୦ରେ ଚେନ୍ନାଇ ସୁପର କିଙ୍ଗ୍ସ ଏପର୍ଯ୍ୟନ୍ତ ୬ଟି ମ୍ୟାଚ୍‌ ଖେଳି ୪ଟିରେ ପରାଜୟର ସମ୍ମୁଖୀନ ହୋଇଛି। ବୁଧବାର କୋଲକାତା ନାଇଟ ରାଇଡର୍ସଠାରୁ ଦଳ ୧୦ ରନରେ ପରାସ୍ତ ହୋଇଛି। ଚେନ୍ନାଇ ଦଳ ଏହି ମ୍ୟାଚ୍‌ ଜିତିବା ନିଶ୍ଚିତ ଲାଗୁ ଥିଲେ ହେଁ ଖରାପ ବ୍ୟାଟିଂ ଯୋଗୁ ପରାଜୟ ଭୋଗିବାକୁ ପଡିଛି। ଏହି ପରାଜୟ ପରେ ସୋସିଆଲ ମିଡିଆରେ ପ୍ରଶଂସକମାନେ ଚେନ୍ନାଇର ଖରାପ ବ୍ୟାଟିଂକୁ କ୍ରମାଗତ ସମାଲୋଚନା କରୁଛନ୍ତି। ପ୍ରଶଂସକଙ୍କ ଟାର୍ଗେଟରେ ଏବେ କେଦାର ଯାଦବ ଅଛନ୍ତି।
୧୬୮ ରନର ଲକ୍ଷ୍ୟକୁ ପିଛା କରି ପକାଇ ଚେନ୍ନାଇ ଦଳ ୧୨ ଓଭରରେ ଗୋଟିଏ ଉଇକେଟ ହରାଇ ୯୯ ରନ ସଂଗ୍ରହ କରିଥିଲା। ଏହି ସମୟରେ ଚେନ୍ନାଇର ବିଜୟ ନିଶ୍ଚିତ ଥିଲା। ଏହି ସମୟରେ ଦଳକୁ ୪୭ଟି ବଲରୁ ମାତ୍ର ୬୯ ରନ ଆବଶ୍ୟକ ଥିଲା। ଉଇକେଟ୍‌ ମଧ୍ୟ ହାତରେ ଥିଲା। କିନ୍ତୁ ଶେଷ ମୁହୂର୍ତ୍ତରେ ଖରାପ ବ୍ୟାଟିଂ ହେତୁ ଚେନ୍ନାଇ ମ୍ୟାଚ ହାରିଥିଲା। ପରାଜୟ ପରେ ସୋସିଆଲ ମିଡିଆରେ ପ୍ରଶଂସକମାନେ କେଦାର ଯାଦବଙ୍କୁ ସମାଲୋଚନା କରିଛନ୍ତି। ଯାଦବ ଶେଷ ସମୟରେ ୧୨ଟି ବଲ୍‌ ଖେଳି ମାତ୍ର ୭ ରନ୍‌ କରି ଅପରାଜିତ ଥିଲେ। କେଦାର ଯାଦବ କାହିଁକି ବ୍ୟାଟିଂ କରୁନାହାନ୍ତି ସିବିଆଇ ଯାଞ୍ଚ୍‌ କରାଯାଉ ବୋଲି କିଛି ପ୍ରଶଂସକ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଜାତୀୟ ଗଣିତ ଦିବସ: ଅଧିକ ଗବେଷଣା ପ୍ରତି ଆଗ୍ରହ ଆବଶ୍ୟକ

ଗଣିତର ବିକାଶ ବିନା କୌଣସି ସଭ୍ୟତାର ବିକାଶ ସମ୍ଭବ ନୁହେଁ। ଆଜକୁ ୪୦୦୦ ବର୍ଷ ପୂର୍ବେ ଭାରତର ଉତ୍ତର-ପଶ୍ଚିମାଞ୍ଚଳରେ ଗଢ଼ିଉଠିଥିବା ସିନ୍ଧୁ ସଭ୍ୟତାର ଭଗ୍ନାବଶେଷରୁ ସେମାନଙ୍କର...

ପୁଅ IPLରେ ଚୟନ ହେବା ପରେ ଖୁସି ହେଲେ ପପୁ, ଦହି-ପୋଡି କରି ଗାଁ ଲୋକଙ୍କୁ…

ନୂଆଦିଲ୍ଲୀ,୨୨।୧୨: ପୂର୍ଣ୍ଣିଆର ସ୍ୱାଧୀନ ସାଂସଦ ପପ୍ପୁ ଯାଦବ ତାଙ୍କ ପୁଅ ସାର୍ଥକ ରଞ୍ଜନଙ୍କ IPL ଦଳରେ ଚୟନ ହେବା ପରେ ଖୁସି ହୋଇ ଭୋଜି ଦେଇଥିଲେ...

ଚିଟ୍‌ଫଣ୍ଡ ଜମାକାରୀଙ୍କ ପାଇଁ ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୨୨।୧୨: ଚିଟ୍‌ଫଣ୍ଡ ଜମାକାରୀଙ୍କ ପାଇଁ ଆସିଲା ବଡ଼ ଖବର। କ୍ଷୁଦ୍ର ଚିଟ୍‌ଫଣ୍ଡ ଜମାକାରୀଙ୍କୁ ଟଙ୍କା ଫେରସ୍ତ ନେଇ ଅର୍ଥ ବିଭାଗର ବିଜ୍ଞପ୍ତି ପ୍ରସଙ୍ଗରେ ଭାଜପା ଜିଲା...

ଦାରିଙ୍ଗବାଡିରେ ନୂଆ ଇନ୍ସପେକ୍ଟର: ଅଞ୍ଚଳରେ ପୂର୍ବରୁ ରହିଛି ଅଭିଜ୍ଞତା

ଦାରିଙ୍ଗବାଡି,୨୨।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ଯୋଗଦାନ କରିଛନ୍ତି। ସେ ଏବେ ଅତିରିକ୍ତ ଥାନା ଅଧିକାରୀ...

ମୁଁ ସମ୍ପୂର୍ଣ୍ଣ ଭାଙ୍ଗିପଡ଼ିଥିଲି…ଅବସର କଥା କହି ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୨୨।୧୨: ଭାରତୀୟ କ୍ରିକେଟର ସବୁଠାରୁ ସଫଳ ଅଧିନାୟକଙ୍କ ମଧ୍ୟରୁ ଜଣେ ରୋହିତ ଶର୍ମା ତାଙ୍କ କ୍ୟାରିୟର ବିଷୟରେ ଏକ ଖୁଲାସା କରିଛନ୍ତି। ଏହା ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ...

ପୁଣି ଶ୍ରୀମନ୍ଦିର ଫଟୋ ଭାଇରାଲ୍‌: ଜଗନ୍ନାଥପ୍ରେମୀ ଅସନ୍ତୋଷ

ପୁରୀ,୨୨ା୧୨(ଅଜିତ୍‌ କୁମାର ମହାନ୍ତି): ପୁଣିଥରେ ଶ୍ରୀମନ୍ଦିର ଫଟୋ ଭାଇରାଲ୍‌ ହୋଇଛି। ଡ୍ରୋନ୍‌ ସହାୟତାରେ ଶ୍ରୀମନ୍ଦିରର ଫଟୋ ଭାଇରାଲ୍‌ ହୋଇଛି। ଫେସ୍‌ବୁକରେ ଏକ୍ସପ୍ଲୋର ଇଣ୍ଡିଆ ନାମକ ଏକ...

ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି...

ଭାରତ-ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ FTA ଘୋଷଣା, ୨୦ ନିୟୁତ ଡଲାରର ନିବେଶ

ନୂଆଦିଲ୍ଲୀ,୨୨।୧୨: ବିଶ୍ୱ ବାଣିଜ୍ୟ କ୍ଷେତ୍ରରେ ଭାରତ ଆଉ ଏକ ବଡ଼ କୂଟନୈତିକ ସଫଳତା ହାସଲ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ କ୍ରିଷ୍ଟୋଫର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri