ମା’ ବିରଜାଙ୍କ ରଥଯାତ୍ରାକୁ ଅନୁମତି: ଜିଲାପାଳଙ୍କୁ ଦାୟିତ୍ୱ ଦେଲେ ହାଇକୋର୍ଟ

କଟକ ଅଫିସ/ଯାଜପୁର ଟାଉନ,୯।୧୦: ଯାଜପୁରର ପ୍ରସିଦ୍ଧ ବିରଜା ମନ୍ଦିରର ରଥଯାତ୍ରାକୁ ଅନୁମତି ପ୍ରଦାନ କରିବା ସହ ଏହାର ଆୟୋଜନ ଦାୟିତ୍ୱ ଯାଜପୁର ଜିଲାପାଳଙ୍କ ଉପରେ ହାଇକୋର୍ଟ ନ୍ୟସ୍ତ କରିଛନ୍ତି। କୋଭିଡ୍‌ କଟକଣା ଭିତରେ ସମସ୍ତ କାର୍ଯ୍ୟ କରିବାକୁ ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକ୍‌ ଓ ବିଚାରପତି ଜଷ୍ଟିସ ବି.ଆର ଷଡ଼ଙ୍ଗୀଙ୍କୁ ନେଇ ଗଠିତ ପୀଠ ଗୁରୁବାର ନିର୍ଦ୍ଦେଶ ଦେଇଛନ୍ତି। ବିରଜାଙ୍କ ରଥଯାତ୍ରା ଆୟୋଜନ ପାଇଁ ହାଇକୋର୍ଟରେ ୪ଟି ମାମଲା ରୁଜୁ ହୋଇଥିଲା। ଏହି ମାମଲାରେ ଜିଲା ପ୍ରଶାସନକୁ ସତ୍ୟପାଠ ଦାଖଲ କରିବାକୁ କୁହାଯାଇଥିଲା। ଯାଜପୁର ଜିଲା ପ୍ରଶାସନ ପକ୍ଷରୁ ଗୁରୁବାର ହାଇକୋର୍ଟରେ ସତ୍ୟପାଠ ଦାଖଲ କରାଯାଇଥିଲା। କୋଭିଡ୍‌ ଗାଇଡ୍‌ଲାଇନକୁ ଅନୁପାଳନ କରି ରଥ ନିର୍ମାଣ କାର୍ଯ୍ୟ ଶେଷ ହୋଇଛି ଏବଂ ରଥଯାତ୍ରା ସମୟରେ ଉପଯୁକ୍ତ ବ୍ୟବସ୍ଥା ଗ୍ରହଣ କରାଯିବ ବୋଲି ପ୍ରଶାସନ ପକ୍ଷରୁ କୋର୍ଟରେ ଅବଗତ କରାଯାଇଥିଲା। ପ୍ରକାଶ ଯେ, ଆସନ୍ତା ୧୭ ତାରିଖରେ ରଥଯାତ୍ରାର ତିଥି ରହିଛି। ୯ ଦିନ ରହି ବିରଜାଙ୍କ ପୀଠରେ ଏହି ଯାତ୍ରା ଆୟୋଜିତ ହୁଏ। ମା’ ବିରଜାଙ୍କ ରଥ ଯାତ୍ରା ପାଇଁ ବିରଜା ମନ୍ଦିରର ମୁକ୍ତି ମଣ୍ଡପ ସେବାୟତ ପରିଷଦ ଓ ଜିଲା ଆଇନଜୀବୀ ସଂଘ, ବିଶ୍ୱହିନ୍ଦୁ ପରିଷଦ ଓ ବାନର ସେନା ପକ୍ଷରୁ ପୃଥକ ମାମଲା ରୁଜୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଲେଡ଼ବନ୍ଧ ବୁଲାଣିରେ କାର-ବାଇକ୍‌ ମୁହାଁମୁହିଁ ଧକ୍କା: ମା’ ଗୁରୁତର, ଶିଶୁ ସହ ଦାଦା… 

ମୋହନା,୨୬।୧୨(ମନ୍ମଥ ମିଶ୍ର): ବୁଲାଣିରେ କାର- ବାଇକ ମୁହାଁ ମୁହିଁ ଧକ୍କା। ଜଣେ ମହିଳା ଗୁରୁତର। ସେ ହେଲେ ପ୍ରଭାବତୀ ମଳିକ(୨୦)। ତାଙ୍କ ଅବସ୍ଥା ଗୁରୁତର ଥିବାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri