ଭିଜିଲାନ୍ସ ଜାଲରେ ଏନ୍‌ଏଚ୍‌ ସହକାରୀ ନିର୍ବାହୀ ଯନ୍ତ୍ରୀ

ନୂଆପଡା ଅଫିସ,୯ା୧୦: ନୂଆପଡ଼ା ଜିଲା ଗୋହିରାପଦର ଗ୍ରାମ ନିକଟରେ ଏକ ପେଟ୍ରୋଲ ପମ୍ପ ସ୍ଥାପନ ସକାଶେ ଏନଓସି (ନୋ ଅବଜେକ୍ସନ ସାର୍ଟିଫିକେଟ) ପ୍ରଦାନ ପାଇଁ ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ଏନ୍‌ଏଚ୍‌ (ଜାତୀୟ ରାଜପଥ) ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ସଂଯୋଗ ମେହେର। ଶୁକ୍ରବାର ପୂର୍ବାହ୍ନ ୧୧ଟାବେଳେ ଖଡିିଆଳରୋଡସ୍ଥିତ ତାଙ୍କ ସରକାରୀ ବାସଭବନରେ ସେ ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ଦ୍ୱାରା ଧରା ପଡିଛନ୍ତି।
ଖଡ଼ିଆଳ ରୋଡର ସୁଶାନ୍ତ କୁମାର କହ୍ଲୋରାସ ନାମକ ଜଣେ ଯୁବକ ତରବୋଡ ପଞ୍ଚାୟତ ଗୋହିରାପଦର ଗ୍ରାମ ନିକଟରେ ଏକ ପେଟ୍ରୋଲ ପମ୍ପ ସ୍ଥାପନ ସକାଶେ ଟେଣ୍ଡର ପାଇଛନ୍ତି। ହେଲେ ଏହା ଜାତୀୟ ରାଜପଥ ନଂ.୩୫୩ କଡରେ ନିର୍ମାଣ ହେବାକୁ ଥିବାରୁ ଏନ୍‌ଏଚ୍‌ ବିଭାଗରୁ ନୋ ଅବଜେକ୍ସନ ସାର୍ଟିଫିକେଟ ଆବଶ୍ୟକ। ଏଣୁ ଗତ ସେପ୍ଟେମ୍ବର ମାସ ୧୫ରେ ଖଡ଼ିଆଳ ରୋଡ଼ରେ ଥିବା ଜାତୀୟ ରାଜପଥ ବିଭାଗ ଅଫିସରେ ସେ ଏଥିଲାଗି ଆବେଦନ କରିଥିଲେ। ହେଲେ ଏଥିପାଇଁ ସହକାରୀ ନିର୍ବାହୀ ଯନ୍ତ୍ରୀ ପ୍ରଥମେ ୧ ଲକ୍ଷ ଟଙ୍କା ଦାବି କରିଥିଲେ। ପରେ ୨୦ହଜାର ଟଙ୍କାରେ ଜବାବ ଛିଣ୍ଡିଥିଲା। ଏହାକୁ ନେଇ ଅଭିଯୋଗକାରୀ କୋରାପୁଟ ଡିଭିଜନ ଭିଜିଲାନ୍ସ ଅଫିସରେ ଅଭିଯୋଗ କରିଥିଲେ। ଏହାପରେ ତାଙ୍କୁ ଧରିବାକୁ ଭିଜିଲାନ୍ସ ଯୋଜନା କରିଥିଲା। ଠିକ୍‌ ଟଙ୍କା ନେବା ସମୟରେ ପୂର୍ବରୁ ପ୍ରସ୍ତୁତ ହୋଇ ରହିଥିବା ଭିଜିଲାନ୍ସ ଟିମ୍‌ ତାଙ୍କୁ ଧରିଥିଲା। ଏ ନେଇ ନଂ.୨୦/୨୦ରେ ଏକ ମାମଲା ରୁଜୁ ହୋଇଥିବା କଳାହାଣ୍ଡି ଭିଜିଲାନ୍ସ ଡିଏସ୍‌ପି (ନୂଆପଡା ଇନଚାର୍ଜ) ସତ୍ୟବାନ ମହାନନ୍ଦ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ସାମିଲ ହେଲେ ଅପରାଜିତାଙ୍କ ବିଶ୍ୱସ୍ତ ଅଖିଳ ପଟ୍ଟନାୟକ

ଭୁବନେଶ୍ୱର,୮।୫: ଚଳିତ ନିର୍ବାଚନକୁ ନେଇ ରାଜ୍ୟର ରାଜନୀତି ସରଗରମ ରହିଥିବା ବେଳେ ଦଳ ଡିଆଁ ଜାରି ରହିଛି। ଏହି କ୍ରମରେ ବୁଧବାର ଶଙ୍ଖ ଭବନରେ ବିଜେଡିର...

ଢେଙ୍କାନାଳ ଛାଡ଼ି ସମ୍ବଲପୁରରୁ କାହିଁକି ଲଢୁଛନ୍ତି ଧର୍ମେନ୍ଦ୍ର? ପ୍ରଶ୍ନ ଆଳରେ କଟାକ୍ଷ କଲେ ପାଣ୍ଡିଆନ୍‌…

ଭୁବନେଶ୍ୱର,୮।୫: ଢେଙ୍କାନାଳ ନିର୍ବାଚନ କ୍ଷେତ୍ରରେ ଦୀର୍ଘ ୧୦ ବର୍ଷ କେନ୍ଦ୍ରରେ ଧର୍ମେନ୍ଦ୍ର ପ୍ରଧାନ ମନ୍ତ୍ରୀ ରହିଥିଲେ। ଏହାସତ୍ତ୍ୱେ କାହିଁକି ଚଳିତ ନିର୍ବାଚନରେ ସମ୍ବଲପୁରରୁ ଲଢ଼ୁଛନ୍ତି ବୋଲି...

ପିପିଲି ରାଜନୀତିରେ ନୂଆ ମୋଡ, ଜଣାପଡିଲା କାହିଁକି ରୁଦ୍ରଙ୍କ ସ୍ତ୍ରୀ କରିଛନ୍ତି ନାମାଙ୍କନ

ପୁରୀ,୮।୫: ନିର୍ବାଚନୀ ମଇଦାନରେ ସ୍ବାମୀ-ସ୍ତ୍ରୀ ଲଢେଇ। ଏପରି ଅନେକ ଘଟଣା ପୂର୍ବରୁ ସାମ୍ନାକୁ ଆସିିଥିବାବେଳେ ଏପରି ଘଟଣା ରାଜ୍ୟ ରାଜନୀତିରେ ହଟଚମଟ ସୃଷ୍ଟି କରିଛି। ପିପିଲି...

ବିଜେଡିକୁ କାଉଣ୍ଟର କରିବା ପାଇଁ ଭାଜପାର ପ୍ରେସମିଟ୍‌

ଭୁବନେଶ୍ୱର,୮।୫: ବିଜେଡି ନେତା କାର୍ତ୍ତିକ କାଣ୍ଡିଆନଙ୍କ ପାହାନ୍ତିଆ ପ୍ରେସମିଟ୍‌ ପରେ ଏହାର କାଉଣ୍ଟର ଆଟାକ୍‌ କରିଛି ଭାରତୀୟ ଜନତା ପାର୍ଟି। ଭାଜପାର ପ୍ରେସମିଟ୍‌ କରି ସମୀର...

ଭାଜପା ନେତା ଆଲେକଜାଣ୍ଡର ଦାସ ବିଜେଡିରେ ସାମିଲ

ଭୁବନେଶ୍ୱର,୮।୫: ଶଙ୍ଖ ଭବନରେ ବିଜେଡିର ମିଶ୍ରଣ ପର୍ବ। ଭାଜପା ନେତା ଆଲେକଜାଣ୍ଡର ଦାସ ଶହ ଶହ ସମର୍ଥକ ସହିତ ବୁଧବାର ବିଜେଡିରେ ସାମିଲ ହୋଇଛନ୍ତି। ଦଳଡିଆଁଙ୍କୁ...

ବଢ଼ିଲା ଅନୁଭବଙ୍କ ଅଡୁଆ

କଟକ,୮।୫: ଅଭିନେତା ତଥା ଭାଜପା ନେତା ଅନୁଭବ ମହାନ୍ତିଙ୍କ ଅଡୁଆ ବଢିଛି। ବର୍ଷାଙ୍କ ନିର୍ଯାତନା ଅଭିଯୋଗ ମାମଲାରେ କଟକ ଜେଏମଏଫସି କୋର୍ଟ ଅନୁଭବ ମହାନ୍ତିଙ୍କ ଆବେଦନ...

ବାଲେଶ୍ୱର କଂଗ୍ରେସରେ ଫାଟ, ଶ୍ରୀକାନ୍ତଙ୍କୁ ବିରୋଧ କରି ଦଳ ଛାଡିଲେ ବଡ଼ ନେତା

ନୀଳଗିରି,୮।୫: ବାଲେଶ୍ୱର କଂଗ୍ରେସରେ ଫାଟ। କଂଗ୍ରେସ ଛାଡିଛନ୍ତି ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡଙ୍ଗୀ। ଚଳିତ ର୍ନିବାଚନର ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ...

ପ୍ରେସମିଟ୍‌ରେ କହିଲେ ପାଣ୍ଡିଆନ, ୨୦୨୪ରେ ବିଜେଡି ହାତେଇବ କେତେ ସିଟ୍‌?

ଭୁବନେଶ୍ୱର,୮।୫: ଆଗାମୀ ନିର୍ବାଚନ ପାଇଁ ରାଜଧାନୀ ରାଜନୀତି ସରଗରମ ରହିଛି। ଦୁଇଦିନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡିଶା ଆସି ଖୋଲା ମଞ୍ଚରେ ବିଜେଡିକୁ ଟାର୍ଗେଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri