ଛାତ୍ରୀଛାତ୍ରଙ୍କୁ ଚାରା ବାଣ୍ଟିଲେ ଜିଲାପାଳ

ଛତ୍ରପୁର,୨୨ା୬(ଡି.ଏନ.ଏ)-ଛତ୍ରପୁରସ୍ଥିତ ଅନସ୍ଲୋ ସରକାରୀ ହାଇସ୍କୁଲରେ ଶୁକ୍ରବାର ଗଞ୍ଜାମ ଜିଲାସ୍ତରୀୟ ପ୍ରବେଶ ଉତ୍ସବ ଆୟୋଜିତ ହୋଇଥିଲା। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏଥିରେ ଯୋଗଦେଇ ସ୍କୁଲକୁ ଆସିଥିବା ନୂତନ ଛାତ୍ରୀଛାତ୍ରଙ୍କୁ ସ୍ବାଗତ କରିବା ସହ ଭଲ ପାଠ ପଢିବାକୁ ପରାମର୍ଶ ଦେଇଥିଲେ। ବର୍ତ୍ତମାନ ସମୟରେ ପରିବେଶ ସନ୍ତୁଳନ ରହୁନି। ଗଛ ନ ଥିବାରୁ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ଠିକ୍‌ ସମୟରେ ବର୍ଷା ହେଉନି। ତେଣୁ ବ୍ୟାପକ ଚାରାରୋପଣର ଆବଶ୍ୟକତା ରହିଛି। ଏହି ପରିପ୍ରେକ୍ଷୀରେ ଜିଲାରେ ‘ପିଲାଟିଏ ଗଛଟିଏ’ କାର୍ଯ୍ୟକ୍ରମ ଶୁଭାରମ୍ଭ କରାଯାଇଥିବା ଜିଲାପାଳ କହିଥିଲେ। ପ୍ରତ୍ୟେକ ଛାତ୍ରୀଛାତ୍ର ଗୋଟିଏ ଲେଖାଏ ଗଛ ଲଗାଇବା ସହ ବର୍ଷେ ପର୍ଯ୍ୟନ୍ତ ତାହାର ଯତ୍ନ ନେବେ। ଯେଉଁ ଛାତ୍ରୀଛାତ୍ର ଗଛର ଭଲ ଯତ୍ନ ନେବେ ତାଙ୍କୁ ମାର୍କ ସହ ସାର୍ଟିଫିକେଟ ପ୍ରଦାନ କରାଯିବ ବୋଲି କୁହାଯାଇଥିଲା। ପଲିଥିନ୍‌ ଓ ପ୍ଲ୍‌ାଷ୍ଟିକ ବ୍ୟବହାର ନ କରିବା ଉପରେ ଜିଲାପାଳ ଗୁରୁତ୍ୱାରୋପ କରିଥିଲେ। ଏଥିପାଇଁ ଛାତ୍ରୀଛାତ୍ର ନିଜେ ସଚେତନ ହେବା ସହ ଘର ଲୋକଙ୍କୁ ସଚେତନ କରିବାକୁ ପରାମର୍ଶ ଦେଇଥିଲେ। ଛାତ୍ରୀଛାତ୍ରୀଙ୍କୁ ଜିଲାପାଳ ଗୋଟିଏ ଲେଖାଏ ଚାରା ପ୍ରଦାନ କରିବା ସହ ସ୍କୁଲ ପରିସରରେ ଚାରାରୋପଣ କରିଥିଲେ। ଛାତ୍ରୀଛାତ୍ର ପଲିଥିନ ଓ ପ୍ଲାଷ୍ଟିକ ବ୍ୟବହାର କରିବେ ନାହିଁ ବୋଲି ଶପଥ ପାଠ କରିଥିଲେ। କାର୍ଯ୍ୟକ୍ରମରେ ଜିଲା ଶିକ୍ଷାଧିକାରୀ ଡ.ସନାତନ ପଣ୍ଡା, ଛତ୍ରପୁର ବିଡିଓ ଅମ୍ବିକା ପ୍ରସାଦ ଦାଶ, ବ୍ଲକ ଶିକ୍ଷା ଅଧିକାରୀ ଅବିନାଶ ଶତପଥୀ, ହାଇସ୍କୁଲର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ନମିତା ଦେ, ସ୍କୁଲ ପରିଚାଳନା କମିଟି ସଭାପତି ଦିଲୀପ କୁମାର ସାମଲ, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ରାଧାକୃଷ୍ଣ ନାୟକ, ବାଉରିବନ୍ଧୁ ପଣ୍ଡା, ଦେବସ୍ମିତା ମହାନ୍ତି, ଜଗଦୀଶ ପଲେଇ, ସୁଚିତ୍ରା ପାଣିଗ୍ରାହୀ, ଅଞ୍ଜନ ବାଡତ୍ୟା, ସନ୍ତୋଷ କୁମାର ବେହେରା, ଅରୁଣ ମାନସିଂହଙ୍କ ସମେତ ସ୍କୁଲର ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକ ଏବଂ ଛାତ୍ରୀଛାତ୍ର ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚକରା ଘାଟିରେ ପର୍ଯ୍ୟଟକ-ଦନ୍ତା ମୁହାଁମୁହିଁ: ଲୋକେ ଆତଙ୍କିତ

ଭଞ୍ଜନଗର,୧୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ରେ ଦନ୍ତା ହାତୀମାନଙ୍କ ଦୌରାତ୍ମ ଦିନକୁ ଦିନ ବଢ଼ିବାରେ ଲାଗିଛି। ଯାହାକୁ ନେଇ ଜଙ୍ଗଲ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆସନ୍ତା ଶିକ୍ଷାବର୍ଷରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ମିଳିବ ମାଗଣା…

ବ୍ରହ୍ମପୁର,୧୮।୧୨(ସ୍ମୃତି ରଞ୍ଜନ ମହାଲିକ): ରାଜ୍ୟରେ ଶିକ୍ଷାକ୍ଷେତ୍ରର ବିକାଶ କରିବା ପାଇଁ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି। କେବଳ ପ୍ରାଥମିକ ଶିକ୍ଷା ପାଇଁ ଚଳିତବର୍ଷ ବଜେଟରେ...

ଦିଗପହଣ୍ଡି ବସଷ୍ଟାଣ୍ଡକୁ ଯାଉନି ଯାତ୍ରୀବାହୀ ବସ, ଜରିମାନା ପାଇଁ ନୋଟିସ  

ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

୬ ମାସରେ ମାତ୍ର ୨ ପ୍ରତିଶତ ଅଗ୍ରଗତି: ଅନିଶ୍ଚିତତା ଘେରରେ ମେଗା ପାନୀୟ ଜଳ ପ୍ରକଳ୍ପର ଭବିଷ୍ୟତ

ଭଞ୍ଜନଗର,୧୭।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧୀନରେ ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri