ସାମ୍ପ୍ରତିକ ସ୍ଥିତିରେ ଶ୍ରୀମନ୍ଦିର ନ ଖୋଲୁ

ପୁରୀ ଅଫିସ, ୧୦ । ୧୦: ମହାମାରୀ କରୋନା ପାଇଁ ବନ୍ଦ ଥିବା ରାଜ୍ୟର ବିଭିନ୍ନ ଧାର୍ମିିକସ୍ଥଳ ଖୋଲିବା ନେଇ ରାଜ୍ୟ ସରକାର ପ୍ରକ୍ରିୟା ଆରମ୍ଭ କରିଛନ୍ତି। ସର୍ବସାଧାରଣଙ୍କ ଦର୍ଶନ ନିମନ୍ତେ ଶ୍ରୀମନ୍ଦିର ଖୋଲିବା ସଂକ୍ରାନ୍ତରେ ସରକାରଙ୍କ ନିର୍ଦ୍ଦେଶ ପାଇବା ପରେ ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର ବିଭିନ୍ନ ସେବାୟତ ନିଯୋଗ ସହ ଆଲୋଚନା କରିଛନ୍ତି। ଏ ନେଇ ସେମାନଙ୍କ ମତ ସଂଗ୍ରହ ସହ ବିଚାର ବିମର୍ଷ କରାଯାଇଛି। କୋଭିଡ୍‌ କଟକଣା ପାଇଁ ଶୁକ୍ରବାର ୪ଟି (ପ୍ରତିହାରୀ, ପୂଜାପଣ୍ଡା, ସୁଆର ମହାସୁଆର ଏବଂ ଖୁଣ୍ଟିଆ) ସେବାୟତ ନିଯୋଗ ଏବଂ ପରିଚାଳନା କମିଟିରେ ଥିବା ସେବାୟତ ପ୍ରତିନିଧିଙ୍କ ସହ ଭର୍ଚୁଆଲ ମିଟିଂ ମାଧ୍ୟମରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଆଲୋଚନା କରିଛନ୍ତି। ତେବେ ସାମ୍ପ୍ରତିକ ସ୍ଥିତିରେ ଶ୍ରୀମନ୍ଦିର ଖୋଲା ନ ଯାଉ ବୋଲି ସେବାୟତମାନେ ଜଣାଇଛନ୍ତି। କାର୍ତ୍ତିକ ମାସ ଶେଷ ପର୍ଯ୍ୟନ୍ତ ମନ୍ଦିର ବନ୍ଦ ରଖାଯିବାକୁ ଅନେକେ ମତ ରଖିଛନ୍ତି। ଏହି ଆଲୋଚନା ପୁଣି ଆସନ୍ତା ୧୨ରୁ ୧୬ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିରେ ଅନ୍ୟ ସେବାୟତ ନିଯୋଗର ମତାମତ ସଂଗ୍ରହ କରାଯିବ।
ଶୁକ୍ରବାର ଆଲୋଚନା ବେଳେ ପ୍ରାୟ ସମସ୍ତ ସେବାୟତ କରୋନା ଭ୍ୟାକ୍‌ସିନ ନ ବାହାରିବା ପର୍ଯ୍ୟନ୍ତ ଭକ୍ତଙ୍କ ପାଇଁ ମନ୍ଦିର ବନ୍ଦ ରହୁ ବୋଲି କହିଛନ୍ତି। ସର୍ବସାଧାରଣ ଦର୍ଶନ ବ୍ୟବସ୍ଥା ଆରମ୍ଭ ହେଲେ ସଂକ୍ରମଣ ବୃଦ୍ଧି ପାଇବା ଯଥେଷ୍ଟ ସମ୍ଭାବନା ରହିଛି। ଫଳରେ ମହାପ୍ରଭୁଙ୍କ ନୀତିକାନ୍ତି ଓ ସେବାପୂଜା ବ୍ୟାହତ ହେବ ବୋଲି ସେବାୟତମାନେ ମୁଖ୍ୟ ପ୍ରଶାସକଙ୍କୁ ଜଣାଇଛନ୍ତି। ରଥଯାତ୍ରାରେ ଶ୍ରଦ୍ଧାଳୁମାନେ ଯେଉଁଭଳି ସହଯୋଗ କରିଥିଲେ ଓ ଶାନ୍ତିପୂର୍ଣ୍ଣ ଭାବେ ଏହା ଶେଷ ହୋଇଥିଲା ସେହିଭଳି ଆଉ କିଛିଦିନ ସହଯୋଗ କରିବା ଲାଗି ନିବେଦନ କରିଛନ୍ତି ସେବାୟତ। କରୋନା ପଜିଟିଭ ଚିହ୍ନଟ ହେଉଥିବା ସେବାୟତଙ୍କୁ ସ୍ବତନ୍ତ୍ର ଚିକିତ୍ସା ସେବା ଯୋଗାଇଦେବାକୁ ଦାବି କରାଯାଇଛି। କରୋନା ବେଳେ ସେବାୟତଙ୍କୁ ଦିଆଯାଉଥିବା ସ୍ବତନ୍ତ୍ର ଅନୁଦାନ ବୃଦ୍ଧି କରିବାକୁ ମଧ୍ୟ ମୁଖ୍ୟ ପ୍ରଶାସକଙ୍କୁ ଅନୁରୋଧ କରାଯାଇଛି। ଆସନ୍ତା କାର୍ତ୍ତିିକ ମାସ ଶେଷ ତଥା ନାଗାର୍ଜୁନ ବେଶରେ ଶ୍ରଦ୍ଧାଳୁଙ୍କ ଦର୍ଶନ ବନ୍ଦ ରଖିବାକୁ ସେବାୟତମାନେ ପରାମର୍ଶ ଦେଇଛନ୍ତି।
ବୈଠକ ପରେ ପରିଚାଳନା କମିଟି ସଦସ୍ୟ ରାମଚନ୍ଦ୍ର ଦାସମହାପାତ୍ର କହିଛନ୍ତି, ବର୍ତ୍ତମାନ ସୁଦ୍ଧା ୫୦୦ରୁ ଊର୍ଦ୍ଧ୍ୱ ସେବାୟତ ସଂକ୍ରମିତ ହୋଇଥିବାବେଳେ ପ୍ରାୟ ୧୮ ଜଣଙ୍କ ମୃତ୍ୟୁ ହୋଇସାରିଲାଣି। ପୂର୍ବରୁ ଯେଉଁ ସେବାୟତ ମାସେ ଦେଢ ମାସ ବ୍ୟବଧାନରେ ପାଳି ଖଟୁଥିଲେ ବର୍ତ୍ତମାନ ସେ ୮/୧୦ ଦିନ ଲଗାତର ପାଳି ଖଟୁଛନ୍ତି। ତେଣୁ ବର୍ତ୍ତମାନ ପରିସ୍ଥିତିରେ ଶ୍ରୀମନ୍ଦିର ଖୋଲାଗଲେ ସଂକ୍ରମଣ ବୃଦ୍ଧି ପାଇବା ସମ୍ଭାବନା ରହିଛି। ପ୍ରଥମେ ଜୀବନ ଓ ପରେ ଜୀବିକା। ତେଣୁ ରାଜ୍ୟ ସରକାର ଅନ୍ୟ ମନ୍ଦିର ଖୋଲିଦିଅନ୍ତୁ, ଶ୍ରୀମନ୍ଦିରକୁ କାର୍ତ୍ତିିକ ମାସ ଶେଷ ପର୍ଯ୍ୟନ୍ତ ବନ୍ଦ ରଖନ୍ତୁ ବୋଲି ଦାସମହାପାତ୍ର କହିଛନ୍ତି। ଅନ୍ୟପକ୍ଷରେ ଶ୍ରୀମନ୍ଦିର ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ କହିଛନ୍ତି, ସବୁ ସେବାୟତ ନିଯୋଗଠାରୁ ମତାମତ ସଂଗ୍ରହ ପରେ ପରିଚାଳନା କମିଟି ବୈଠକରେ ତାହାକୁ ଉପସ୍ଥାପନ କରାଯିବ। ଏହାପରେ ମନ୍ଦିର ଖୋଲିବା ସଂକ୍ରାନ୍ତରେ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଆସନ ଲାଗି ବିଜେଡିରୁ ହଟିଲା ସସ୍‌ପେନ୍ସ: ସୂର୍ଯ୍ୟମଣିଙ୍କୁ ମିଳିଲା ଟିକେଟ

ପୁରୁଷୋତ୍ତମପୁର,୧।୫(ସୀମାଞ୍ଚଳ ମିଶ୍ର): ମେ’ ୨୦ରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷ ହେବାକୁ ଆଉ ମାତ୍ର ୨ଦିନ...

ନାମାଙ୍କନ ଭରିଲେ କହ୍ନାଇ, ସରୋଜ

ବୌଦ୍ଧ,୧।୫(ଅଜିତ କୁମାର ବାରିକ): ମେ’ ୨୦ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷ ହେବାକୁ ଆଉ ମାତ୍ର...

ଭାଜପା ପାଇଁ ପ୍ରଚାର କରି ଅଙ୍ଗନୱାଡି ସହାୟିକା ବହିଷ୍କୃତ

ନୟାଗଡ଼,୧।୫(ଲୋକନାଥ ମିଶ):ଭାଜପା ପାଇଁ ପ୍ରଚାର କରି ନୟାଗଡ଼ ଜିଲା ଓଡ଼ଗଁା ବ୍ଲକ୍‌ ରୋହିବାଙ୍କ ପଞ୍ଚାୟତ ଭଗବତୀପ୍ରସାଦ ଅଙ୍ଗନୱାଡ଼ି କେନ୍ଦ୍ରର ସହାୟିକାଙ୍କ ଚାକିରି ଯାଇଛି। ନିର୍ବାଚନ ଆଚରଣ...

ସମାଜ ଗଠନରେ ଶ୍ରମିକଙ୍କ ତ୍ୟାଗ ଅନୁଳନୀୟ

ଭଦ୍ରକ,୧।୫(ସନାତନ ରାଉତ): ଭଦ୍ରକ ବରପଦା ଇଞ୍ଜିନିୟରିଂ କଲେଜ କର୍ମଚାରୀମାନେ ବୁଧବାର ଶ୍ରମିକ ଦିବସ ପାଳନ କରିଛନ୍ତି l କର୍ମଚାରୀ ସଂଗଠନର ୪୧ତମ ଶ୍ରମିକ ଦିବସ ପାଳନ...

ମେ’ ୬ରେ ଓଡ଼ିଶା ଆସିବେ ମୋଦି: ଏହି ୨ ଜିଲାକୁ କରିବେ ଗସ୍ତ

ଭୁବନେଶ୍ୱର,୧।୫: ଆସନ୍ତା ନିର୍ବାଚନକୁ ନେଇ ପ୍ରଚାର ଜୋରସୋରରେ ଚାଲିଛି। କେନ୍ଦ୍ରର ଅନେକ ହେଭିଓ୍ବେଟ୍‌ ନେତା ଓଡ଼ିଶା ଗସ୍ତରେ ଆସି ପ୍ରଚାର କରୁଛନ୍ତି। ଏହି କ୍ରମରେ ପୁଣି...

ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥୀ ମୀନା ମାଝି

କେନ୍ଦୁଝର,୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀ ମୀନା ମାଝି ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେ ତାଙ୍କ ସମର୍ଥକଙ୍କ ସହ...

ନିର୍ବାଚନକୁ ନେଇ ଯାଞ୍ଚ କଡ଼ାକଡ଼ି

ଛତ୍ରପୁର,୧।୫(ସନ୍ତୋଷ ପାଢ଼ୀ)- ଗଞ୍ଜାମ ଜିଲାରେ ଆଗାମୀ ସାଧାରଣ ନିର୍ବାଚନକୁ ଶାନ୍ତି ଶୃଙ୍ଖଳାର ସହିତ ଅବାଧ, ମୁକ୍ତ କରିବା ନେଇ ସମସ୍ତ ପ୍ରକାର ପ୍ରସ୍ତୁତି ଜୋରଦାର ଚାଲିଛ।...

ନାମାଙ୍କନ ପତ୍ର ଦାଖଲ କଲେ ଭାଜପା ପ୍ରାର୍ଥୀ ମୂରଲୀ ଶର୍ମା

କେନ୍ଦୁଝର,୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ନାମାଙ୍କନ ପତ୍ର ଦାଖଲର ଆଜି ତୃତୀୟ ଦିନରେ ଭାଜପାର ଚମ୍ପୁଆ ବିଧାନସଭା ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀ ମୂରଲୀ ଶର୍ମା ବୁଧବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri