ଶୈଳଶ୍ରୀକ୍ଷେତ୍ରରେ ରଥଯାତ୍ରା ପ୍ରସ୍ତୁତି ବୈଠକ: ୯ଟାରେ ପହଣ୍ଡି, ୨ଟା ୩୦ରେ ରଥଟଣା

ଅନୁଗୋଳ ଅଫିସ, ୨୨।୬ – ଅନୁଗୋଳ ଶୈଳଶ୍ରୀକ୍ଷେତ୍ର ଜଗନ୍ନାଥ ମନ୍ଦିର ପରିଚାଳନା ସମିତି ପକ୍ଷରୁ ଶ୍ରୀଗୁଣ୍ଡିଚା, ବାହୁଡ଼ା ଓ ସୁନାବେଶ ସୁପରିଚାଳନା ସମ୍ପର୍କିତ ପ୍ରସ୍ତୁତି ବୈଠକ ଶୁକ୍ରବାର ବେଦ ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଜିଲାପାଳ ତଥା ମନ୍ଦିର ପରିଚାଳନା କମିଟି ସଭାପତି ମନୋଜ କୁମାର ମହାନ୍ତି ଅଧ୍ୟକ୍ଷତା କରିଥିଲେ। ରୀତିନୀତିକୁ ଶୃଙ୍ଖଳିତ କରିବା ସହ ନୀତି ନିର୍ଘଣ୍ଟ ଅନୁଯାୟୀ ସମସ୍ତ କାର୍ଯ୍ୟକ୍ରମ ପରିଚାଳନା କରିବାକୁ ସେ ମନ୍ଦିର ପରିଚାଳନା କମିଟି ସଦସ୍ୟ ଓ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ। ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଯଦୁନାଥ ହଁାସଦା, ଅନୁଗୋଳ ଉପଜିଲାପାଳ ବାସୁଦେବ ଶତପଥୀ ପ୍ରମୁଖ ଯୋଗ ଦେଇଥିଲେ। ପ୍ରାରମ୍ଭରେ ମନ୍ଦିର ପରିଚାଳନା କମିଟି ସମ୍ପାଦକ ହେମନ୍ତ କୁମାର ଦାସ କାର୍ଯ୍ୟସୂଚୀ ଉପସ୍ଥାପନ କରିଥିଲେ। ରଥଯାତ୍ରା ବେଳେ ଯାନବାହନ ଚଳାଚଳ ନିୟନ୍ତ୍ରଣ ସହ ସୁରକ୍ଷା ପାଇଁ ଆବଶ୍ୟକ ପୋଲିସ ମୁତୟନ କରିବାକୁ ଆରକ୍ଷୀ ଅଧୀକ୍ଷକଙ୍କୁ ଅନୁରୋଧ କରାଯାଇଥିଲା। ଜାତୀୟ ରାଜପଥ ଉଭୟ ପାର୍ଶ୍ୱ ମରାମତି, ଅସ୍ଥାୟୀ ଦୋକାନ ସ୍ଥାନାନ୍ତର ରଥଯାତ୍ରା ପୂର୍ବରୁ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦିଆଯାଇଥିଲା। ଟ୍ୟାଙ୍କର ଯୋଗେ ପାନୀୟ ଜଳ ଯୋଗାଣ, ପାଣି ସିଞ୍ଚନ, ଆଲୋକ ବ୍ୟବସ୍ଥା ତଥା ସହରକୁ ପରିସ୍କାର ପରିଛନ୍ନ ରଖିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦିଆଯାଇଥିଲା। ରଥଟଣା କାର୍ଯ୍ୟକୁ ଶୃଙ୍ଖଳିତ କରିବାକୁ ଅତିରିକ୍ତ ଜିଲାପାଳ, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଓ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଥିଲା। ପୂର୍ବାହ୍ନ ୯ ଘଟିକାରେ ପହଣ୍ଡି, ମଧ୍ୟାହ୍ନ ୧୨ଟାରୁ ୧ଟା ମଧ୍ୟରେ ଛେରା ପହଁରା ଓ ଅପରାହ୍ନ ୨ଟା ୩୦ରୁ ରଥଟଣା କାର୍ଯ୍ୟ ଶୁଭାରମ୍ଭ ହେବ। ଅନ୍ୟମାନଙ୍କ ମଧ୍ୟରେ ଡେପୁଟି କଲେକ୍ଟର ବୈତୁରା ଦୀପ୍‌, ଅନୁଗୋଳ ଥାନା ଭାରପ୍ରାପ୍ତ ଅଧିକାରୀ ରମେଶ ଚନ୍ଦ୍ର ବିଶୋଇ, ଜଗନ୍ନାଥ ମନ୍ଦିର ପରିଚାଳନା କମିଟି ଉପସଭାପତି ଭବାନୀପ୍ରସାଦ ମିଶ୍ର, ସଦସ୍ୟ ପରମାନନ୍ଦ ମିଶ୍ର, ଆନନ୍ଦ ଚନ୍ଦ୍ର ମହାପାତ୍ରଙ୍କ ସମେତ ଅନ୍ୟ ସଦସ୍ୟ ତଥା ବିଭିନ୍ନ ବିଭାଗର ଜିଲାସ୍ତରୀୟ ଅଧିକାରୀମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାୟୁ ପ୍ରଦୂଷଣ: ଦେଶର ୬ଷ୍ଠ ସ୍ଥାନରେ ଅନୁଗୋଳ

ଅନୁଗୋଳ,୨୭।୧୧(ଦିବ୍ୟଶାନ୍ତନୁ ନାଥ): ଅନୁଗୋଳ ଜିଲାରେ ବାୟୁର ମାନ ୩ଦିନ ହେବ ଲଗାତର ବିପଦସଂକେତ ଉପରେ ରହିଛି। ବାୟୁମଣ୍ଡଳରେ ଦିନକୁ ଦିନ ପ୍ରଦୂଷଣର ମାତ୍ରା ବୃଦ୍ଧି ହେଉଥିବା...

ପରକୀୟା ପ୍ରୀତିରୁ ଯୁବକଙ୍କୁ ଠେଙ୍ଗାରେ ପିଟି ହତ୍ୟା

ବନ୍ତଳା,୨୩।୧୧ (ସୁଶିତ ସାହୁ): ପରକୀୟା ପ୍ରୀତିରୁ ଘଟିଛି ହତ୍ୟାକାଣ୍ଡ। ଜଣେ ଯୁବକଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କରାଯାଇଛି । ଅନୁଗୋଳ ବ୍ଲକ ବନ୍ତଳା ଥାନା...

ଆଉଘରକୁ  ଫେରିଲେନି ଡେଲିଭରି ବୟ ବୟ: ଲକ୍ଷ୍ମୀବସ୍‌ ସହ ହେଲା…

ବଇଣ୍ଡା,୨୦।୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ ଥାନା ଦିନବନ୍ଧୁପୁର ନିକଟରେ ଗୁରୁବାର ସକାଳେ ଲକ୍ଷ୍ମୀ ବସ୍‌ ସହ ଏକ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଏହି...

ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ବଇଣ୍ଡା,୧୬ା୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ଼ ଥାନା ଚିନ୍ତାମଣିପୁର ନିକଟରେ ରବିବାର ସନ୍ଧ୍ୟାରେ ଏକ ବାଇକ୍‌ ଗଛରେ ପିଟି ହୋଇଯିବାରୁ ଜଣଙ୍କର ଜୀବନ ଯାଇଛି। ମୃତକ...

ଅପରାଧୀଙ୍କୁ ଗିରଫ ଦାବିରେ ଜିଲାପାଳ ଅଫିସ ସମ୍ମୁଖରେ ବିକ୍ଷୋପ

ଅନୁଗୋଳ, ୧୧।୧୧ ( ମାନସ ବିଶ୍ୱାଳ): ଅଲ ଇଣ୍ଡିଆ ମୂଳନିବାସୀ ସଂଘ ପକ୍ଷରୁ ଘର ପୋଡିଥିବା ଅପରାଧୀଙ୍କୁ ଗିରଫ ଦାବିରେ ମଙ୍ଗଳବାର ଜିଲାପାଳ ଅଫିସ ସମ୍ମୁଖରେ...

ଡିଭାଇଡରରେ ପିଟିହେଲା ତୀର୍ଥଯାତ୍ରୀ ଗାଡ଼ି

ବଇଣ୍ଡା,୭ା୧୧(ପରୀକ୍ଷିତ ସାହୁ): କଟକ ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜ ପଥର ହଣ୍ଡପା ଥାନା ଲୁହାମୁଣ୍ଡାଠାରେ ଶୁକ୍ରବାର ଭୋର୍‌ ସମୟରେ ଏକ ତୀର୍ଥଯାତ୍ରୀ ଗାଡ଼ି ଡିଭାଇଡରରେ...

ଅନୁଗୋଳରେ ଲଜ୍ଜା: ନାବାଳିକା ଭଉଣୀକୁ ବଳତ୍କାର କଲା ଭାଇ

ଛେଣ୍ଡିପଦା,୩।୧୧: ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଅଞ୍ଚଳରେ ନିଜ ନାବାଳିକା ଭଉଣୀକୁ ବଡ଼ ଭାଇ ବଳତ୍କାର କରିଥିବା ଅଭିଯୋଗ ହୋଇଛି। ଘରେ କେହି ନଥିବା ବେଳେ...

ଜିଏମ୍‌ଡିସି: ଗୁଜରାଟରୁ ଆସି ଖାଇଗଲେ

ଅନୁଗୋଳ,୨୮ା୧୦(ଦିବ୍ୟଶାନ୍ତନୁ ନାଥ)/ଛେଣ୍ଡିପଦା (ଅଜିତ ଧଳ): ଖଣି ଖନନ ହେଲେ ରୋଜଗାର ବଢ଼ିବ। ଲୋକଙ୍କ ଆର୍ଥିକ ଅବସ୍ଥାରେ ସୁଧାର ଆସିବ। ଏପରି ବିଭିନ୍ନ ପ୍ରକାର ପ୍ରଲୋଭନ ଦେଖାଇ ଅନୁଗୋଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri