ଜୁନାଗଡ ସହରରେ ଘରକୁ ଘର ବୁଲି କୋଭିଡ୍‌ ପରୀକ୍ଷା: ୨୦ ହଜାର ଲୋକଙ୍କ ସ୍କ୍ରିନିଂ, ୧୦ ପଜିଟିଭ ଟିହ୍ନଟ

ଜୁନାଗଡ,୧୦।୧୦(ଡି.ଏନ୍‌.ଏ.)-କଳାହାଣ୍ଡି ଜିଲା ଜୁନାଗଡ ସହରରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବର୍ତ୍ତମାନ ସୁଦ୍ଧା ସହରରେ ୩୦୧ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ସ୍ଥାନୀୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜଣାପଡିଛି। ଲୋକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଶନିବାର ଓ ରବିବାର ୨ଦିନ ଧରି ଜୁନାଗଡ ସହରର ପ୍ରତି ୱାର୍ଡରେ କୋଭିଡ ପରୀକ୍ଷା କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ଶନିବାର ପ୍ରଥମ ଦିନରେ ୪୩ଟି ଟିମ୍‌ ସହରର ୧୨ଟି ୱାର୍ଡର ସମସ୍ତ ଘରକୁ ଯାଇ ୨୦ହଜାର ଲୋକଙ୍କୁ ଥର୍ମାଲ ସ୍କ୍ରିନିଂ କରିଛନ୍ତି। ୧୦ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରୁ ୯ଜଣ ହୋମ୍‌ ଆଇସୋଲେସନରେ ରହିଥିବାବେଳେ ଜଣେ କୋଭିଡ୍‌ ଡାକ୍ତରଖାନା ସ୍ଥାନାନ୍ତର ହୋଇଛନ୍ତି। ଜୁନାଗଡ ତହସିଲଦାର ଉପେନ୍ଦ୍ର ଲୁହା, କୋକସରା, କଲମପୁର, ଗୋଲାମୁଣ୍ଡା, ଜୟପାଟଣା ତହସିଲଦାର, ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମହାନ୍ତି, ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଡାକ୍ତର ଭଗବାନ ପଣ୍ଡା, ଥାନା ଅଧିକାରୀ ଉତ୍ତମ କୁମାର ସାହୁ ଏହାକୁ ତଦାରଖ କରିବା ପାଇଁ ଦାୟିତ୍ୱ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ/ଦୂର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ...

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

ପରିତ୍ୟକ୍ତ ଅବସ୍ଥାରେ ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ, ଅର୍ଥ ମଞ୍ଜୁର ହୋଇଥିଲେ ବି…

କର୍ଲାମୁଣ୍ଡା,୨୫।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡ଼ବରାଠାରେ ପରିତ୍ୟକ୍ତ ଅବସ୍ଥାରେ ରହିଛି ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ। ସରକାର ୧୯୮୮ ମସିହାରେ ଏହି ଚିକିତ୍ସାଳୟ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri