Posted inଖେଳ

ବାଙ୍ଗାଲୋର ୩୭ ରନରେ ବିଜୟୀ

ଦୁବାଇ, ୧୧।୧୦(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୨୫ତମ ମ୍ୟାଚ୍‌ରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ୩୭ ରନରେ ମହେନ୍ଦ୍ର ସିଂ ଧୋନୀଙ୍କ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ସ୍ଥାନୀୟ ଦୁବାଇ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଶନିବାର ଟସ୍‌ ଜିତି ବାଙ୍ଗାଲୋର ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୪ ଉଇକେଟ ହରାଇ ୧୬୯ ରନ ସଂଗ୍ରହ କରିଥିଲା। ଜବାବରେ ଚେନ୍ନାଇ ୨୦ ଓଭରରେ ୮ ଉଇକେଟ ହରାଇ ୧୩୨ ରନ କରି ପରାସ୍ତ ହୋଇଛି। ବିଜୟ ସହ ୮ ପଏଣ୍ଟ ପାଇ ବାଙ୍ଗାଲୋର ତାଲିକାର ଚତୁର୍ଥ ସ୍ଥାନକୁ ଉଠିଛି।
୧୭୦ ରନ ଟାର୍ଗେଟର ପିଛା କରି ଚେନ୍ନାଇ ନିୟମିତ ବ୍ୟବଧାନରେ ଉଇକେଟ ହରାଇଥିଲା। ଫଳରେ ଆବଶ୍ୟକ ହାରରେ ରନ୍‌ ସଂଗ୍ରହ କରି ନ ପାରି ଆତ୍ମ ସମର୍ପଣ କରିଥିଲା। ଦଳ ତରଫରୁ ଅମ୍ବାତି ରାୟୁଡୁ ସର୍ବାଧିକ ୪୨, ଏନ୍‌. ଜଗଦୀଶନ ୩୩, ସେନ୍‌ ଓ୍ବାଟସନ ୧୪, ଧୋନୀ ୧୦ ରନ କରି ଆଉଟ ହୋଇଥିବା ବେଳେ ଅନ୍ୟମାନେ ଦୁଇ ଅଙ୍କ ଛୁଇଁ ପାରି ନ ଥିଲେ। ବୋଲିଂରେ ବାଙ୍ଗାଲୋର ତରଫରୁ କ୍ରିସ ମୋରିସ୍‌ ୩, ଓ୍ବାଶିଂଟନ ସୁନ୍ଦର ୨, ଇସୁରୁ ଉଡାନା ଓ ୟୁଜବେନ୍ଦ୍ର ଚହଲ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ଇନିଂସ ଆରମ୍ଭରୁ ବାଙ୍ଗାଲୋର ଆରୋନ ଫିଞ୍ଚ୍‌ଙ୍କୁ ହରାଇ ପ୍ରାରମ୍ଭିକ ଝଟ୍‌କା ଖାଇଥିଲା। ମାତ୍ର ୨ ରନ କରି ଫିଞ୍ଚ୍‌ ଦୀପକ ଚହରଙ୍କ ବଲ୍‌ରେ ବୋଲ୍ଡ ହୋଇ ପ୍ୟାଭିଲିୟନ ଫେରିଥିଲେ। ଏହାପରେ ଓପନର ଦେବଦତ୍ତ ପଡିକାଲ ଓ କୋହଲି ଦ୍ୱିତୀୟ ଉଇକେଟ ଯୋଡିରେ ୪୫ ବଲରୁ ୫୩ ରନ ସଂଗ୍ରହ କରିଥିଲେ। ପଡିକାଲ ୩୩ ରନ କରିଥିବା ବେଳେ ଶାର୍ଦ୍ଦୁଳ ଠାକୁରଙ୍କ ବଲ୍‌ରେ ମିଡ୍‌ ଅଫ୍‌ରେ ଫାଫ୍‌ ଡୁପ୍ଲେସିଙ୍କୁ କ୍ୟାଚ୍‌ ଦେଇ ଆଉଟ ହୋଇଥିଲେ। ଏହାପରେ ଅଭିଜ୍ଞ ଏବି ଡିଭିଲର୍ସ ବ୍ୟାଟିଂ କରିବାକୁ ଆସି ଖାତା ଖୋଲିବା ପୂର୍ବରୁ ଉଇକେଟକିପର ମହେନ୍ଦ୍ର ସିଂ ଧୋନୀଙ୍କୁ କ୍ୟାଚ୍‌ ଦେଇ ଠାକୁରଙ୍କ ଦ୍ୱିତୀୟ ଶିକାର ହୋଇଥିଲେ। ସେହିପରି ଓ୍ବାଶିଂଟନ ସୁନ୍ଦର ୧୦ ବଲରୁ ୧୦ ରନ କରି ସାମ କୁରାନଙ୍କ ବଲ୍‌ରେ ଧୋନୀଙ୍କୁ କ୍ୟାଚ୍‌ ଦେଇ ପ୍ୟାଭିଲିୟନ ଫେରିଥିଲେ। ପଞ୍ଚମ ଉଇକେଟରେ କୋହଲି ଓ ଶିବମ୍‌ ଦୁବେ ୩୪ ବଲରୁ ଅପରାଜିତ ୭୬ ରନ ସଂଗ୍ରହ କରି ଦଳକୁ ସମ୍ମାନଜନକ ସ୍କୋର ପ୍ରଦାନ କରିଥିଲେ। ଦୁବେ ୧୪ ବଲରୁ ୨ ଚୌକା ଓ ୧ ଛକା ସହ ୨୨ ରନ କରି ଅପରାଜିତ ରହିଥିଲେ। କୋହଲି ମଧ୍ୟ ଧୂଆଁଧାର ବ୍ୟାଟିଂ କରି ୫୨ଟି ବଲର ସମ୍ମୁଖୀନ ହୋଇ ୪ ଚୌକା ଓ ୪ ଛକା ସହ ୯୦ ରନ କରି ଅପରାଜିତ ରହିବା ସହ ଶତକ ହାସଲରୁ ବଞ୍ଚିତ ହୋଇଥିଲେ। ଏଥିସହ କୋହଲି ପୂରା ଫର୍ମକୁ ଫେରିବାର ସୂଚନା ଦେଇଛନ୍ତି। ଦୀର୍ଘଦିନ ପରେ ସେ ଆଶାନୁରୂପ ପ୍ରଦର୍ଶନ କରିବାକୁ ସକ୍ଷମ ହୋଇଛନ୍ତି। ବୋଲିଂରେ ଚେନ୍ନାଇ ତରଫରୁ ଠାକୁର ୨, ଚହର ଓ କୁରାନ ଗୋଟିଏ ଲେଖାଏ ଉଇକେଟ ହାସଲ କରିଥିଲେ।
ସଂକ୍ଷିପ୍ତ ସ୍କୋର:
ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ୨୦ ଓଭରରେ ୧୬୯/୪
(କୋହଲି- ୯୦*, ପଡିକାଲ- ୩୩, ଦୁବେ- ୨୨*, ସୁନ୍ଦର- ୧୦, ଠାକୁର- ୨/୪୦, ଚହର- ୧/୧୦, କୁରାନ- ୧/୪୮)।
ଚେନ୍ନାଇ ସୁପର କିଙ୍ଗ୍ସ ୨୦ ଓଭାରରେ୧୩୨/୮
(ରାୟୁଡୁ- ୪୨, ଜଗଦୀଶନ- ୩୩, ଧୋନୀ- ୧୦, ଓ୍ବାଟସନ-୧୪, ଚହଲ- ୧/ ୩୫, ମୋରିସ୍‌- ୩/୧୯, ସୁନ୍ଦର- ୨/୧୬, ଉଡାନା- ୧/୩୦ )।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

ମେସିଙ୍କ ଉପରେ ଖସିଲା ଦୁଃଖର ପାହାଡ଼: ଘଟିଗଲା ଏମିତି କିଛି…

ନୂଆଦିଲ୍ଲୀ,୨୩।୧୨: ଆର୍ଜେଣ୍ଟିନା ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସିଙ୍କ ଭଉଣୀ ମାରିଆ ସୋଲ ମିଆମିରେ ତାଙ୍କ ଏସ୍ୟୁଭି ଚଲାଉଥିବା ସମୟରେ ଏକ ଦୁର୍ଘଟଣାର ଶିକାର ହୋଇଛ୍‌ତି। ତାଙ୍କୁ...

କୋହଲିଙ୍କ ପ୍ରଶଂସକଙ୍କୁ ଲାଗିଲା ବଡ଼ ଝଟ୍‌କା: ଆଉ ଦେଖିପାରିବେନି…

ବେଙ୍ଗାଲୁରୁ,୨୩।୧୨: ବିଜୟ ହଜାରେ ଟ୍ରଫି ପୂର୍ବରୁ ବେଙ୍ଗାଲୁରୁର କ୍ରିକେଟ ପ୍ରେମୀଙ୍କ ପାଇଁ ନିରାଶାଜନକ ଖବର ଆସିଛି। ଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲି ଆଉ ଏମ. ଚିନ୍ନାସ୍ବାମୀ...

ଶୁଭମନ ଗିଲ ଏବଂ ଚୟନକର୍ତ୍ତାଙ୍କ ମଧ୍ୟରେ ହୋଇଥିଲା ବଡ଼ ଚୁକ୍ତି, ଅଧିନାୟକ ଭାବରେ ଫେରିବେ ଓପନର, ହେଲେ କିଏ ଥିଲେ ଏହାର ମଧ୍ୟସ୍ଥି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୧୨: ଭାରତୀୟ କ୍ରିକେଟର ପାୱାର କରିଡରରେ ପୁଣି ଥରେ ଏକ ବଡ଼ ହଇଚଇ ସୃଷ୍ଟି ହୋଇଛି। ଶୁବମନ ଗିଲଙ୍କ ନାମ ଅଧିନାୟକତ୍ୱ, ରାଜନୀତି ଏବଂ ବିଶ୍ୱସନୀୟତାର...

ଏହି କ୍ରିକେଟର୍‌ଙ୍କ ଜୀବନକୁ ବିପଦ: କିଣିଲେ ବୁଲେଟପ୍ରୁଫ କାର

ନୂଆଦିଲ୍ଲୀ,୨୨।୧୨: ତାଲିବାନ ଶାସିତ ଆଫଗାନିସ୍ତାନରେ ରଶିଦ ଖାନ ସୁରକ୍ଷିତ ଅନୁଭବ କରନ୍ତି ନାହିଁ। ସେ କେଭିନ ପିଟରସନଙ୍କ ସହିତ ଏକ ସାକ୍ଷାତକାରରେ ଏହା ପ୍ରକାଶ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri