Posted inରାଜ୍ୟ

ଓଡ଼ଗାଁ ଏନ୍‌ଏସି: ପଲିଥିନ ବ୍ୟବହାର ଉପରେ କଟକଣା

ଓଡ଼ଗାଁ,୨୨ା୬(ସ୍ବ.ପ୍ର.): ଶୁକ୍ରବାର ଓଡଗାଁ ଏନ୍‌ଏସି ତରଫରୁ ଆନୁଷ୍ଠାନିକ ଭାବେ ପଲିଥିନ ବ୍ୟବହାର ଉପରେ କଟକଣା ଲାଗିଛି। ଏଥିନିମନ୍ତେ ସ୍ଥାନୀୟ ବାସିନ୍ଦା ଓ ବ୍ୟବସାୟୀମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବାକୁ ଏକ ସଚେତନତା ରଥକୁ ନୟାଗଡ଼ ଉପଜିଲାପାଳ ଜିତେନ୍ଦ୍ର କୁମାର ସାହୁ ନୀଳ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏଥିରେ ସମସ୍ତଙ୍କୁ ପଲିଥିନ ବିକ୍ରି ଓ ବ୍ୟବହାରରୁ ନିବୃତ୍ତ ରହିବାକୁ ଚେତାବନୀ ଦିଆଯାଇଥିଲା। ଏହି ଘୋଷଣାର ୧୫ଦିନ ପରେ ପଲିଥିନ ବିକ୍ରି ଓ ମହଜୁଦକାରୀଙ୍କଠାରୁ ସମସ୍ତ ପଲିଥିନ ଜବତ କରାଯିବା ସହିତ ସେମାନଙ୍କୁ ୨୦୦ରୁ ୨୦ ହଜାର ଟଙ୍କା ପର୍ଯ୍ୟନ୍ତ ଜରିମାନା ଆଦାୟ କରିବାକୁ ମାଇକ୍‌ ଦ୍ୱାରା ପ୍ରଚାର କରାଯାଇଥିଲା ା ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ ଦ୍ୱାରା କଡାକଡି ଭାବେ ଏହାକୁ ପାଳନ କରିବାକୁ ଚେତାବାନୀ ମିଳିବାପରେ ଏପରି ପଦକ୍ଷେପ ନିଆଯାଇଥିବା ଏନ୍‌ଏସି ନିର୍ବାହୀ ଅଧିକାରୀ ପ୍ରଫୁଲ୍ଲ କୁମାର ମହାପାତ୍ର ସୂଚନା ଦେଇଛନ୍ତି। ଏହା ସହିତ ଶୁକ୍ରବାର ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଆନୁକୂଲ୍ୟରେ ୨ୟ ପର୍ଯ୍ୟାୟ ବର୍ଜ୍ୟବସ୍ତୁ ପରିଚାଳନା ସମ୍ପର୍କିତ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ପରିଷଦ ସଭାଗୃହରେ ଅନୁଷ୍ଠିତ କର୍ମଶାଳାରେ ଉପଜିଲାପାଳ ସାହୁ ଅଧ୍ୟକ୍ଷତା କରିଥିଲେ। ଏଥିରେ ସୁସ୍ଥ ଓଡିଶା ଗଠନ ନିମନ୍ତେ ସମସ୍ତ ସଫେଇ କର୍ମଚାରୀ ଓ ସ୍ବୟଂ ସହାୟିକା ଗୋଷ୍ଠୀର କର୍ମକର୍ତ୍ତାଙ୍କୁ ବିଭିନ୍ନ କିସମର ବର୍ଜ୍ୟବସ୍ତୁ ସୁପରିଚାଳନା ସଙ୍କ୍ରାନ୍ତୀୟ ତାଲିମ ସହିତ ସଚେତନତା କରାଯାଇଥିଲା। ସହର ବାସିନ୍ଦା ଓ ବ୍ୟବସାୟୀଙ୍କୁ ଦୁଇଟି ଡଷ୍ଟବିନ୍‌ ବ୍ୟବହାର କରିବାକୁ ଅନୁରୋଧ କରିବା ନିମନ୍ତେ ସମସ୍ତଙ୍କୁ କୁହାଯାଇଥିଲା। ନୀଳ ରଙ୍ଗର ଡଷ୍ଟବିନ୍‌ରେ ଶୁଖିଲା ଓ ସବୁ ରଙ୍ଗର ଡଷ୍ଟବିନ୍‌ରେ ଓଦା ବର୍ଜ୍ୟବସ୍ତୁ ପକାଇବା ନିମନ୍ତେ କୁହାଯାଇଥିଲା। ନିର୍ବାହୀ ଅଧିକାରୀ ମହାପାତ୍ରଙ୍କ ସମେତ ସ୍ବଚ୍ଛ ଭାରତ ମିଶନର ନୋଡାଲ ଅଫିସର ସୁବ୍ରତ କୁମାର ମହାପାତ୍ର, କମ୍ୟୁନିଟି ଅର୍ଗାନାଇଜର ଅନିତା ବଳିଆରସିଂ ପ୍ରମୁଖ ଯୋଗଦେଇ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ ଚାଳକ ସାବଧାନ, ଏବେ ହେଲମେଟ୍‌ ପିନ୍ଧିଲେ ବି କଟିବ ୨ହଜାର ଟଙ୍କାର ଚାଲାଣ

ନୂଆଦିଲ୍ଲୀ,୩୦।୧୨: ହେଲମେଟ ପିନ୍ଧିଲେ ମଧ୍ୟ କଟିପାରେ ୨୦୦୦ ଟଙ୍କା ଚାଲାଣ। (ମୋଟରସାଇକିଲ ଓ ସ୍କୁଟର) ଚାଳକମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ହେଲମେଟ ନ ପିନ୍ଧିବା...

ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି: ଭୁଲରେ ବି କରନ୍ତୁ ନି ଏପରି…

ଭୁବନେଶ୍ୱର,୩୦।୧୨: ମଙ୍ଗଳବାର ଏବଂ ବୁଧବାର ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି କରାଯିବ। ଏ ନେଇ ସବୁ RTOଙ୍କୁ ପରିବହନ କମିଶନର ଚିଠି ଲେଖିଛନ୍ତି। ମଦ ପିଇ...

ରେଲେଓ଼୍ବର ବଡ଼ ଘୋଷଣା, ଟ୍ରେନରେ ମିଳିବ…

ନୂଆଦିଲ୍ଲୀ,୩୦।୧୨: କୁହୁଡ଼ି ଯୋଗୁଁ ଉତ୍ତର ଭାରତରେ ପ୍ରତିଦିନ ଅନେକ ଟ୍ରେନ ବିଳମ୍ୱ ହୁଏ। କମ କିମ୍ୱା ଶୂନ୍ୟ ଦୃଶ୍ୟମାନତା ଟ୍ରେନ ଗତିକୁ ବହୁ ପରିମାଣରେ ହ୍ରାସ...

ଟି-୨୦ ବିଶ୍ୱକପରୁ ବାଦ୍‌ ପଡିଲେ ଏହି ୩ ଷ୍ଟାର ଖେଳାଳି, ଆଇପିଏଲ ନିଲାମରେ କୋଟି କୋଟି ଟଙ୍କା ମିଳି ମଧ୍ୟ…

ନୂଆଦିଲ୍ଲୀ,୩୦।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଇଂଲଣ୍ଡର ଦଳ ଘୋଷଣା କରାଯାଇଛି। ଇସିବି ଅସ୍ଥାୟୀ ଦଳ ପ୍ରକାଶ କରିଛି। ଦଳରେ ହ୍ୟାରି ବ୍ରୁକ (ଅଧିନାୟକ), ଜୋଫ୍ରା...

ତୃଣମୂଳ ସ୍ତରରେ ସଂଗଠନ ହେବ ସୁଦୃଢ଼: ଜିଲା ସଭାପତି ହେଉ ହେଉ ସାଙ୍ଗଠନିକ କମିଟି ଗଠନ କଲେ…

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଭାଜପା ଭଞ୍ଜନଗର ସାଙ୍ଗଠନିକ ଜିଲା ନୂତନ କମିଟି ଗଠିତ ହୋଇଛି। ଫଳରେ ନୂତନ କର୍ମକର୍ତ୍ତାଙ୍କୁ ନେଇ ତୃଣମୂଳ ସ୍ତରରେ ସଂଗଠନ ଆହୁରି ସୁଦୃଢ଼...

BMCର ବଡ଼ ସୂଚନା: ଜାନୁଆରୀ ୪ରେ ‘ପଥ ଉତ୍ସବ’

ଭୁବନେଶ୍ବର,୩୦।୧୨: ଭୁବନେଶ୍ୱର ମହାନଗର ନିଗମ୍‌(BMC) ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଦିଆଯାଇଛି। ରାଜଧାନୀ ଭୁବନେଶ୍ୱରରେ ଜାନୁଆରୀ ୪ତାରିଖରୁ ଚଳିତ ସିଜିନ୍‌ର ପ୍ରଥମ ‘ପଥ ଉତ୍ସବ’...

ସଲମାନଙ୍କ ଗାଲୱାନ ଟ୍ରେଲର ଦେଖି ରାଗିଗଲା ଚାଇନା, ଏପରି କହିଲା ଭାରତ

ନୂଆଦିଲ୍ଲୀ,୩୦।୧୨: ସଲମାନଙ୍କ ଉପରେ ରାଗିଗଲା ଡ୍ରାଗନ। ‘ବ୍ୟାଟେଲ ଅଫ୍ ଗାଲୱାନ’ର ଟିଜର ମୁକ୍ତିଲାଭ କରିବା ପରେ ଚାଇନା ଏଥିରେ କ୍ଷୁବ୍ଧ ହୋଇଛି। ଚାଇନାର ସରକାରୀ ଗଣମାଧ୍ୟମ...

ବଲିଉଡ ଅଭିନେତ୍ରୀଙ୍କ ବିସ୍ଫୋରକ ବୟାନ, ବିବାହିତ ସୂରିୟାଙ୍କୁ ନେଇ ଚର୍ଚ୍ଚା

ମୁମ୍ବାଇ,୩୦।୧୨: ଭାରତୀୟ ଟି-୨୦ କ୍ରିକେଟ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କରିଛନ୍ତି ବଲିଉଡ ଅଭିନେତ୍ରୀ। ପୂର୍ବରୁ ଅନେକ ଅଭିନେତ୍ରୀଙ୍କ ସହିତ କ୍ରିକେଟରଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri