Posted inRasifala

ରାଶିଫଳ: ସୋମବାର, ଅକ୍ଟୋବର ୧୨ ତାରିଖ – Daily Horoscope

ମେଷ
ଅନ୍ୟମାନଙ୍କ ପ୍ରରୋଚନାରେ ଆପଣ ଭୁଲ୍‌ ନିଷ୍ପତ୍ତି ନେଇ ପଶ୍ଚାନ୍ତେ ଅନୁତାପ କରିବାକୁ ପଡିପାରେ । ସାମାନ୍ୟ ବିଳମ୍ବିତ ସମୟରେ ଚେଷ୍ଟା କରୁଥିବା ଦିଗରୁ ଧନ ପାଇ ଖୁସି ହୋଇପାରନ୍ତି । ପରିବାର, ଯାନବାହନ, ପରିବହନ ଏବଂ ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ମଧ୍ୟ ଶିଥିଳତା ଦେଖାଦେବ ।
ବୃଷ
ବୃଷ

ଆଜିର ତରବରିଆ ପ୍ରତ୍ୟୁଷ ଯାତ୍ରା ସମୟରେ ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହେବେ । ହାତକୁ ନେଇଥିବା ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରବାରେ କଠୋର ଶ୍ରମ କରିବାକୁ ପଡିପାରେ । ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ର ମନ୍ଦ ହେବନି, ତଥାପି ଦିନଟିର ରୋଜଗାରଠାରୁ ଖର୍ଚ୍ଚ ବଳିଯିବ ।

ମିଥୁନ
ମିଥୁନ
ଯାତ୍ରା ସମୟରେ କୌଣସି ଅପରିଚିତଙ୍କ କଥାକୁ ବିଶ୍ୱାସ କରି ହଇରାଣରେ ପଡିଯାଇ ପାରନ୍ତି । ପାରିବାରିକ କ୍ଷେତ୍ରରେ କଳହର ପର୍ଯ୍ୟାଲୋଚନା କରି ଅନ୍ୟମନସ୍କ ରହିବେ । ଅପରାହ୍ନେ ଦୀର୍ଘଦିନର ଆଶା ଫଳବତୀ ହେବାରେ କୌଣସି ଅସୁବିଧା ରହିବ ନାହିଁ । ବିବାଦୀୟ ପରିସ୍ଥିତି କିମ୍ବା ମାଲି ମକଦ୍ଦମାରେ ସଫଳତା ପାଇବେ ।
କର୍କଟ
କର୍କଟ
ଚେଷ୍ଟା କରୁଥିବା କାର୍ଯ୍ୟ ସାଧନରେ ସହକର୍ମୀଙ୍କ ତରଫରୁ ସହଯୋଗ ପାଇବେ । ବିବାଦୀୟ ପରିସ୍ଥିତି ବଦଳି ଯିବାରୁ ଏକପ୍ରକାର ଖୁସୀ ଅନୁଭବ କରିବେ । ନିର୍ମାଣାଧୀନ ଗୃହ, ରାସ୍ତାକାମ, ହଠାତ୍‌ କିଛିଦିନ ସକାଶେ ଅଟକି ରହି ଯାଇପାରେ । ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ଅପରାଜିତ ରହିବେ ଓ ଆଇନ ଅଦାଲତର ରାୟ ସପକ୍ଷରେ ଯାଇପାରେ ।
ସି˚ହ
ସି˚ହ
ପିତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବା କାରଣରୁ ମନ ଏକ ପ୍ରକାର ଆଶ୍ୱସ୍ତି ଲାଭ କରିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିଶେଷ ଉନ୍ନତିପୂର୍ବକ ଋଣମୁକ୍ତ ହେବାର ସୂଚନା ରହିଛି । କୌଣସି ଗୃହ, ଜମିଜମା ସମ୍ବନ୍ଧୀୟ ବିଷୟରେ ଯୋଗାଯୋଗ କଲେ ଅବଶ୍ୟ ଉପକୃତ ହେବେ ।
କନ୍ୟା
କର୍ମ କ୍ଷେତ୍ରରେ ଏକ ସାଧାରଣ ଘଟଣାରେ ଉଚ୍ଚବାଚ ଓ ବିତର୍କ ଘଟିପାରେ । ପରିବାରର ଖର୍ଚ୍ଚଭାର ଯୋଗୁଁ ଚିନ୍ତାପ୍ରକଟ କରିବେ କିନ୍ତୁ କୌଣସି ଉପାୟ ପାଇବେ ନାହିଁ । ପାଖ, ପଡୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ । ଆନୁଷ୍ଠାନିକ କାମରେ ସହଯୋଗ ପ୍ରଦାନ କରି ପ୍ରଶଂସିତ ହୋଇପାରନ୍ତି ।
ତୁଳା
ତୁଳା
ଆପଣ ଅନ୍ୟମାନଙ୍କ ସକାଶେ ଯେତିକି ସହଜ ଓ ସୁବିଧାରେ କାମଟିଏ ସମ୍ପନ୍ନ କରିପାରିବେ ନିଜ ପାଇଁ ସେତିକି କରିପାରିବେ ନାହିଁ । ଅର୍ଥ ପାଇବେ କିନ୍ତୁ ଏଥିପାଇଁ ଆପଣଙ୍କୁ ସାମାନ୍ୟ କଷ୍ଟ ସ୍ବୀକାର କରିବାକୁ ପଡିବ । ବନ୍ଧୁମାନଙ୍କ ଆଚରଣରେ ଅସନ୍ତୁଷ୍ଟ ରହିପାରନ୍ତି । ପରିସ୍ଥିତିକୁ ହାଲୁକା ଭାବେ ଗ୍ରହଣ କରିବା ଠିକ୍‌ ହେବନାହିଁ ।
ବିଛା
ବିଛା
ଦିନସାରା ଟେନ୍ସନ ଲାଗି ରହିବା କାରଣରୁ ମାନସିକ ସ୍ଥିତି ଠିକ୍‌ ରହିବନାହିଁ । ଅନୁରାଧା ନକ୍ଷତ୍ର ଭୁଲ୍‌ ରାସ୍ତାରେ ପାଦଦେଇ ଅସୁବିଧାରେ ପଡିପାରନ୍ତି । ଆର୍ଥିକ ସ୍ବଚ୍ଛଳତା ଫେରି ଆସିବା କାରଣରୁ ସାମୟିକ ଆମତ୍ତୃପ୍ତି ଲାଭ କରିବେ । ବନ୍ଧୁମାନଙ୍କ ପ୍ରେରଣାରେ ସତ୍‌ସଙ୍ଗ କିମ୍ବା ଆଧ୍ୟାତ୍ମିକ ଭାବଧାରାରେ ଉଦ୍‌ବୁଦ୍ଧ ହେବେ ।
ଧନୁ
ଧନୁ
କର୍ମକ୍ଷେତ୍ରରେ ଟେନ୍ସନଜନିତ ଅସ୍ଥିରତା ମାନସିକ ଅଶାନ୍ତିର କାରଣ ହୋଇପାରେ । ସଭାସମିତିରେ ଏପରି କିଛି ପ୍ରସ୍ତାବ ଦେବେ, ଯାହାକି ବନ୍ଧୁମାନଙ୍କ ମନକୁ ବେଶ୍‌ ପାଇବ । ପ୍ରକାଶନ,ପ୍ରଶାସନ, ଏଜେନ୍ସିପ୍‌, ଗଣମାଧ୍ୟମ, ବେତାର, ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇ ପାରନ୍ତି ।
ମକର
ମକର

ଶାରୀରିକ ଅସୁସ୍ଥତା ଓ ଅଭାବବୋଧ ପ୍ରଭୃତି ବିଭିନ୍ନ ପ୍ରକାର ଦୁଶ୍ଚିନ୍ତାରେ ମନ ଭାରାକ୍ରାନ୍ତ ରହିବ । ଲୋକସମ୍ପର୍କ ବୃଦ୍ଧି ସକାଶେ ନୂତନ ଉପାୟ ଖୋଜି ବାହାର କରିବାରେ ସମର୍ଥ ହେବେ । ପ୍ରତୀକ୍ଷା କରିଥିବା କାୈଣସି ଖବର ମଧ୍ୟାହ୍ନ ପରେ ପାଇ ଖୁସି ହୋଇପାରନ୍ତି ।

କୁମ୍ଭ
କୁମ୍ଭ
ଆଜି ଅନୁକୂଳ ବାତାବରଣ ମଧ୍ୟରେ ସ୍ଥଗିତ କାମକୁ ପୂରା ଦମରେ କରିବାପାଇଁ ନିଷ୍ପତ୍ତି ନେବେ । ଆନୁଷ୍ଠାନିକ କାମରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିପାରନ୍ତି । କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ । ପରିବାରରେ ଅଶାନ୍ତ ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନାକୁ ଏଡି ହେବ ନାହିଁ ।
ମୀନମୀନ

ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଲୋଚନା କରି ସମସ୍ୟା ସମାଧାନରେ ଉପନୀତ ହୋଇପାରନ୍ତି । ଅପରାହ୍ନେ ଦୀର୍ଘଦିନରୁ ଖୋଜୁଥିବା ଜିନିଷଟି ପାଇ ଖୁସୀ ହୋଇଯିବେ । ବ୍ୟବସାୟ ଏବଂ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ମଧ୍ୟ ଦୂର ହୋଇଯିବ । ବନ୍ଧୁ ମିଳନରୁ ଆନନ୍ଦିତ ହେବେ ଓ ଆନୁଷ୍ଠାନିକ କାମରେ ବ୍ୟସ୍ତ ରହିବେ ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

ରାଶିଫଳ: ଶନିବାର, ଡିସେମ୍ବର ୧୩ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ନୂତନ ଆନନ୍ଦ, ଉତ୍ସାହ ଓ ଉଦ୍ଦୀପନାର ସହ ଦିନଟି ଉପଭୋଗ୍ୟ ରହିବ। ଶତ୍ରୁକ୍ଷେତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୨ ତାରିଖ – Daily Horoscope

ମେଷ ହାତକୁ ନେଇଥିବା କାମଟି ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ରହିବ ନାହିଁ। ଶୁକ୍ରଙ୍କ ପ୍ରଭାବରୁ ଅର୍ଥ ଓ ବିଳାସପୂର୍ଣ୍ଣ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ।...

ରାଶିଫଳ: ଗୁରୁବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ନେଇ ମାନସିକ ଉଦ୍‌ବେଗ ବୃଦ୍ଧି ପାଇବ। ଅର୍ଥର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ତ୍ୱରାନ୍ବିତ କରିବ। ଆଲୋଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri