Posted inଖେଳ

ମହମ୍ମଡାନ ସ୍ପୋର୍ଟିଂର ଦ୍ୱିତୀୟ ବିଜୟ

କୋଲକାତା, ୧୨ା୧୦ (ପି.ଟି.)-ସ୍ଥାନୀୟ ସଲ୍ଟଲେକ୍‌ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଏକ ଆଇ-ଲିଗ୍‌ କ୍ୱାଲିଫାୟର୍ସ ମ୍ୟାଚ୍‌ରେ ମହମ୍ମଡାନ ସ୍ପୋର୍ଟିଂ ୪-୧ ଗୋଲ୍‌ରେ ଆରା ଏଫ୍‌ସିକୁ ପରାସ୍ତ କରିଛି। ମହମ୍ମଡାନ ସ୍ପୋର୍ଟିଂ ତରଫରୁ ପ୍ରଥମ ଥର ଖେଳିଥିବା ନେପାଳୀ ଷ୍ଟ୍ରାଇକର ଅଭିଷେକ ରିଜାଲ (୨୧ତମ ଓ ୪୫ତମ ମିନିଟ୍‌) ଦୁଇଟି ଗୋଲ ପ୍ରଥମାର୍ଦ୍ଧରେ ସ୍କୋର କରିଥିଲେ। ଓ୍ବିଲିସ୍‌ ପ୍ଲାଜା (୧୩ତମ) ଓ ଶେଖ୍‌ ଫିଆଜ୍‌ (୮୯ତମ) ଗୋଟିଏ ଲେଖାଏ ଗୋଲ ଦେଇଥିଲେ। ବ୍ଲାକ୍‌ ପାନ୍ଥର୍ସ ଦଳ ଖେଳିଥିବା ଦୁଇଟି ମ୍ୟାଚରେ ଏହାର ଦ୍ୱିତୀୟ ବିଜୟ। ମହମ୍ମଡାନ ସ୍ପୋର୍ଟିଂର ସାଫିଉଲ୍‌ ରହମାନ ୫୮ତମ ମିନିଟ୍‌ରେ ନିଜ ପଟେ ଏକ ଗୋଲ ସ୍କୋର କରିବା ଦ୍ୱାରା ଅହମ୍ମଦାବାଦର ଆରା ଏଫ୍‌ସିର ପରାଜୟ ଗୋଲ୍‌ ବ୍ୟବଧାନ ହ୍ରାସ ପାଇଥିଲା। ଟୁର୍ନାମେଣ୍ଟରେ ଆରା ଏଫ୍‌ସି ଦଳର ଏହା ପ୍ରଥମ ମ୍ୟାଚ ଥିଲା। ମହମ୍ମଡାନ ସ୍ପୋର୍ଟିଂ ଗଡଓ୍ବାଲ ଏଫ୍‌ସି ବିପକ୍ଷ ଏହାର ପ୍ରଥମ ମ୍ୟାଚ ଏକ ମାତ୍ର ଗୋଲରେ ଜିତିଥିଲା। ରବିବାର ମ୍ୟାଚ୍‌ ପାଇଁ ଦଳ ୬ଜଣ ଖେଳାଳିଙ୍କୁ ପରିବର୍ତ୍ତନ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଶେସ ଟାଇଟଲ ବଜାୟ ରଖିଲା ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୧ା୧୨: ସ୍ଥାନୀୟ ଆଡିଲେଡ୍‌ ଓଭାଲଠାରେ ଚାଲିଥିବା ତୃତୀୟ ଆଶେସ ଟେଷ୍ଟରେ ଇଂଲଣ୍ଡକୁ ୮୨ ରନରେ ହରାଇ ଦେଇଛି ଅଷ୍ଟ୍ରେଲିଆ। ଆଉ ଦୁଇଟି ମ୍ୟାଚ ଖେଳାଯିବାକୁ ବାକି...

IND vs PAK Final: ହାରିଲା ଭାରତ, ଅଣ୍ଡର ୧୯ ଏସିଆ କପ୍ ଜିତିଲା ପାକିସ୍ତାନ

ନୂଆଦିଲ୍ଲୀ,୨୧।୧୨: ଅଣ୍ଡର ୧୯ ଏସିଆ କପରେ ଚାମ୍ପିଅନ୍ ହୋଇଛି ପାକିସ୍ତାନ । ୨୦୨୫ ଅଣ୍ଡର ୧୯ ଏସିଆ କପର ଫାଇନାଲରେ ପାକିସ୍ତାନ ଭାରତକୁ ୧୯୧ ରନରେ...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ଶୁବମନ ଗିଲଙ୍କ ସହ ହୋଇଛି ଧୋକା! ଓ୍ବାର୍ଲଡକପ ଟିମ୍‌ରୁ ବାଦ ଦିଆଯିବା ପରେ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆ ଘୋଷଣା କରିଥିଲେ, ସେତେବେଳେ ଶୁବମନ ଗିଲଙ୍କ ନାମ ତାଲିକାରେ...

ଟିମ ଇଣ୍ଡିଆ ଜିତି ପାରିବନି ୨୦୨୬ ଟି-୨୦ ବିଶ୍ୱକପ? ଜାଣନ୍ତୁ ୩ ବଡ଼ କାରଣ

ନୂଆଦିଲ୍ଲୀ,୨୧।୧୨: ୨୦୨୬ ଟି୨୦ ବିଶ୍ୱକପ ଫେବୃଆରୀ ଏବଂ ମାର୍ଚ୍ଚରେ ଅନୁଷ୍ଠିତ ହେବ। ବିଶ୍ୱକପର ପ୍ରଥମ ମ୍ୟାଚ ଫେବୃଆରୀ ୭ରେ ଖେଳାଯିବ ଏବଂ ଫାଇନାଲ ମାର୍ଚ୍ଚ ୮ରେ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ

ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...

କାହିଁକି ବାଦ୍‌ ପଡ଼ିଲେ ଗିଲ୍‌: ମୁହଁ ଖୋଲିଲେ ଅଗରକର

ମୁମ୍ବାଇ, ୨୦ା୧୨: ୨୦୨୬ ଫେବୃଆରୀ-ମାର୍ଚ୍ଚରେ ହେବାକୁ ଥିବା ଟି୨୦ କ୍ରିକେଟ୍‌ ବିଶ୍ୱକପ୍‌ ଲାଗି ଶନିବାର ଭାରତୀୟ ଦଳ ଘୋଷିତ ହୋଇଛି। ଦିନିକିଆ ଓ ଟେଷ୍ଟ ଦଳର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri