ଓ୍ବାର୍ନରଙ୍କ ଉଇକେଟ୍‌ ନେବାପରେ ୫୦ ହଜାର ଟଙ୍କାର ଉପହାର ଜିତିଲେ ଆର୍ଚର

ଦୁବାଇ, ୧୨।୧୦: ଇଂଲଣ୍ଡର ଷ୍ଟାର୍‌ ଦ୍ରୁତ ବୋଲର ଜୋଫ୍ରା ଆର୍ଚର ଆଇପିଏଲ୍‌ରେ ରାଜସ୍ଥାନ ରୟାଲ୍ସ ପକ୍ଷରୁ ଖେଳି ଚଳିତ ସିଜନରେ ଦମ୍‌ଦାର ପ୍ରଦର୍ଶନ କରୁଛନ୍ତି। ରବିବାର ଆଇପିଏଲ୍‌ର ୨୬ତମ ମୁକାବିଲାରେ ଆର୍ଚର ସନ୍‌ରାଇଜର୍ସ ହାଇଦ୍ରାବାଦ୍‌ ଅଧିନାୟକ ଡେଭିଡ୍‌ ଓ୍ବାର୍ନରଙ୍କ ମୂଲ୍ୟବାନ ଉଇକେଟ୍‌ ନେଇଥିଲେ। ୪୮ ରନ୍‌ କରି ବ୍ୟାଟିଂ କରୁଥିବାବେଳେ ଓ୍ବାର୍ନରଙ୍କୁ ଆର୍ଚର କ୍ଲିନ ବୋଲ୍ଡ କରିଦେଇଥିଲେ। ଏହି ଉଇକେଟ୍‌ ସହ ଆର୍ଚରଙ୍କ ଲଟେରୀ ଲାଗିଯାଇଛି। ସେ ୫୦ ହଜାର ଟଙ୍କା ମୂଲ୍ୟର ଏକ ନୂଆ ଗେମିଂ ଏକ୍ସବକ୍ସ ଜିତି ଯାଇଛନ୍ତି।
ଆର୍ଚରଙ୍କ ଏହି ଉପହାର ପାଇବା କାହାଣୀ ଅତ୍ୟନ୍ତ ମଜାଳିଆ ଅଟେ। ଗତ ମାସରେ ସୋନି ଏହାର ନୂତନ ଏକ୍ସବକ୍ସ ଲଞ୍ଚ କରିଥିଲା। ଉନ୍ମୋଚନ ଦିନ ଏକ୍ସବକ୍ସ ୟୁକେକୁ ଟୁଇଟ୍‌ କରି କହିଥିଲେ, ‘ମୋତେ ନୂତନ ଏକ୍ସବକ୍ସ କନସୋଲ ପାଇବା ପାଇଁ ଆଇପିଏଲ୍‌ରେ କେତେ ଉଇକେଟ୍‌ ନେବାକୁ ହେବ।’ ଏକ୍ସବକ୍ସ ପକ୍ଷରୁ ଏହାର ଉତ୍ତରରେ ଆର୍ଚରଙ୍କୁ କୁହାଯାଇଥିଲା, ଆପଣଙ୍କୁ କେବଳ ଡେଭିଡ୍‌ ଓ୍ବାର୍ନରଙ୍କ ଉଇକେଟ୍‌ ନେବାକୁ ହେବ। ଏବେ ଆର୍ଚର ରବିବାର ଓ୍ବାର୍ନରଙ୍କୁ ଆଉଟ୍‌ କରି ଏହି ପୁରସ୍କାର ଜିତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri