Posted inଖେଳ

ଆଇପିଏଲରୁ ଓହରିଲେ ଈଶାନ୍ତ

ଦୁବାଇ, ୧୩।୧୦(ପି.ଟି.):ଭେଟେରାନ ପେସ୍‌ ବୋଲର ଈଶାନ୍ତ ଶର୍ମା ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ରୁ ଓହରି ଯାଇଛନ୍ତି। ପଞ୍ଜରାରେ ଆଘାତ ପାଇଥିବାରୁ ସେ ଏହି ନିଷ୍ପତ୍ତି ନେଇଥିବା ଦିଲ୍ଲୀ କ୍ୟାପିଟାଲ୍ସ ପକ୍ଷରୁ ପ୍ରକାଶ କରାଯାଇଛି। ୩୨ ବର୍ଷୀୟ ଟେଷ୍ଟ ସ୍ପେଶାଲିଷ୍ଟ ଦିଲ୍ଲୀ ପକ୍ଷରୁ ଚଳିତ ଆଇପିଏଲରେ ଗୋଟିଏ ମ୍ୟାଚ ଖେଳିଥିଲେ। ଆବୁଧାବିରେ ସନ୍‌ରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ସେ ୪ ଓଭରରେ୨୬ ରନ ଦେଇ ଉଇକେଟ ଶୂନ୍ୟ ରହିଥିଲେ। ଏହାପରେ ଦୁବାଇରେ ଦଳର ନେଟ୍ସ ସେସନରେ ବୋଲିଂ ଅବସରରେ ସେ ବାମ ପଞ୍ଜରାରେ ଯନ୍ତ୍ରଣା ଅନୁଭବ କରିଥିଲେ। ପରୀକ୍ଷା ନିରୀକ୍ଷା ପରେ ଆଭ୍ୟନ୍ତରିଣ ଭାଗରେ ମାଂଶପେସୀ ଟାଣି ଧରିଥିବା ଜଣା ପଡ଼ିଥିଲା। ଫଳରେ ଦୁର୍ଭାଗ୍ୟଜନକଭାବେ ସେ ଆଇପିଏଲର ଅବଶିଷ୍ଟ ଭାଗରୁ ବାଦ୍‌ ପଡ଼ିଛନ୍ତି ବୋଲି ଦିଲ୍ଲୀ ଫ୍ରାଞ୍ଚାଇଜ୍‌ ପକ୍ଷରୁ ପ୍ରକାଶ କରାଯାଇଛି। ପୂର୍ବରୁ ସିନିୟର ଲେଗ୍‌ ସ୍ପିନର ଅମିତ ମିଶ୍ର ଆହତ ଯୋଗୁ ଓହରି ଯାଇଥିଲେ। ତେଣୁ ଦିଲ୍ଲୀ କ୍ୟାପିଟାଲ୍ସ ସେମାନଙ୍କ ସ୍ଥାନରେ ବଦଳ ଖେଳାଳି ନେବା ସମ୍ଭାବନା ରହିଛି। ସଙ୍ଗଓ୍ବନ ଏବେ ଦଳସହ ୟୁଏଇରେ ଅଛନ୍ତି। ଏପରି ହେଲେ ନେଟ୍‌ ବୋଲର ପ୍ରଦୀପ ସଙ୍ଗଓ୍ବନଙ୍କୁ ସାମିଲ କରାଯାଇପାରେ। ଈଶାନ୍ତ କ୍ୟାରିୟରରେ ୯୭ ଟେଷ୍ଟ, ୮୦ ଦିନିକିଆ ଓ ୧୪ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳିଛନ୍ତି। ଆଇପିଏଲ ପରେ ଭାରତୀୟ ଦଳ ଅଷ୍ଟ୍ରେଲିଆ ଗସ୍ତରେ ଯିବାର କାର୍ଯ୍ୟକ୍ରମ ଥିବାରୁ ଈଶାନ୍ତଙ୍କ ସାମିଲକୁ ନେଇ ଆଶଙ୍କା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

୬ ବଲ୍‌ରେ ୫ ଉଇକେଟ୍‌ ନେଇ କ୍ରିକେଟ୍‌ ଜଗତରେ ହଇଚଇ କଲେ ଏହି କ୍ରିକେଟର୍‌: ପ୍ରଥମଥର ଘଟିଲା…

ଜାକର୍ତ୍ତା,୨୩।୧୨: ଟି-୨୦ କ୍ରିକେଟରେ ପାଞ୍ଚ ଉଇକେଟ ହାସଲ କରିବା ପ୍ରତ୍ୟେକ ବୋଲରଙ୍କ ସ୍ବପ୍ନ, କାରଣ ଚାରି ଓଭର ସ୍ପେଲରେ ଏହି ସଫଳତା ହାସଲ କରିବା ଅତ୍ୟନ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri