ଗଞ୍ଜାମ, ଗଜପତିରେ ଧସିଲା ପାହାଡ଼

ପାତ୍ରପୁର/ଦିଗପହଣ୍ଡି/ଚିକିଟି/ଶେରଗଡ଼,(ଡି.ଏନ୍‌.ଏ.)/ପାରଳାଖେମୁଣ୍ଡି,
୧୩ା୧୦(ସ୍ବ.ପ୍ର.)-ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ତୀବ୍ର ଅବପାତରେ ପରିଣତ ହୋଇ ଆନ୍ଧ୍ର ଉପକୂଳ ଦେଇ ଅତିକ୍ରମ କରିଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର ଗଞ୍ଜାମ ଓ ଗଜପତି ଜିଲାରେ ସୋମବାରଠାରୁ ପ୍ରବଳ ବର୍ଷା ଜାରି ରହିଛି। ଫଳରେ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତାଡ଼କାସାହି ଓ ରିଆବାଡ଼ ମଧ୍ୟସ୍ଥଳରେ ପାହାଡ଼ ଧସି ରାସ୍ତା ଅବରୋଧ ହୋଇଛି। ସେହିପରି ଗଜପତି ଜିଲା ଗୁମ୍ମା ବ୍ଲକ ତରଙ୍ଗଡା ପଞ୍ଚାୟତ ତାମୋଇସିଂ ଗ୍ରାମରେ ପାହାଡ ଧସିଥିବା ସୂଚନା ମିଳିଛି। ଗଜପତି ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲାର କାଶୀନଗର, ରାୟଗଡ଼, ଆର.ଉଦୟଗିରି, ଗୁମ୍ମା ଆଦି ଅଞ୍ଚଳର ବିପଦପୂର୍ଣ୍ଣ ସ୍ଥାନରୁ ସୋମବାର ରାତିରୁ ମଙ୍ଗଳବାର ସକାଳ ପର୍ଯ୍ୟନ୍ତ ୫୦୦ରୁ ଉର୍ଦ୍ଧ୍ୱ ଲୋକଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର କରାଯାଇଥଲା। ପରେ ଆଉ କେତେକଙ୍କୁ ମଧ୍ୟ ସୁରକ୍ଷିତ ସ୍ଥାନକୁ ନିଆଯାଇଛି। ସେମାନଙ୍କୁ ରନ୍ଧା ଖାଦ୍ୟ ପ୍ରଦାନ କରାଯାଉଛି। ଦୁଇ ଜିଲାର ବିଭିନ୍ନ ନଦୀରେ ବନ୍ୟାଜଳ ପ୍ରବାହିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ

ଭୁବନେଶ୍ୱର ,୧୯।୧୨: ରାଜ୍ୟରେ ଶିକ୍ଷାକ୍ଷେତ୍ରର ବିକାଶ କରିବା ପାଇଁ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି। କେବଳ ପ୍ରାଥମିକ ଶିକ୍ଷା ପାଇଁ ଚଳିତବର୍ଷ ବଜେଟରେ ରେକର୍ଡ...

ପାରିବାରିକ କଳହର କରୁଣ ପରିଣତି, ସାନଭାଇ ମାଡ଼ରେ ବଡ଼ ଭାଇଙ୍କ ମୃତ୍ୟୁ ଅଭିଯୋଗ

ଭୋଗରାଇ,୧୮l୧୨ ( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ମାନକୁଣ୍ଡା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଘର ରାସ୍ତାରେ ବାଇକ୍ ରଖାକୁ...

ଥାନାରେ ପଶିଲା ଭିଜିଲାନ୍ସ, ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ…

କୋରାପୁଟ,୧୮ା୧୨(ଅମିତାଭ ବେହେରା): ଭିଜିଲାନ୍ସ ହାତରେ ଦଶମନ୍ତପୁର ଥାନାଧିକାରୀ କୌଣସି ମାମଲାରେ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଜୟପୁର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ମିଳିଥିବା...

ଖଣ୍ଡଗିରିରୁ ଏମ୍ସ ହେବ ସ୍ବତନ୍ତ୍ର କରିଡର, ଆଉ ଭିଡ଼ରେ ଅଟକିବନି ଆମ୍ବୁଲାନ୍ସ

ଭୁବନେଶ୍ବର,୧୮।୧୨: ଆଉ ଭିଡରେ ଫସିବନି ଆମ୍ବୁଲାନ୍ସ । ଏନେଇ ପୂର୍ତ୍ତବିଭାଗ ସମୀକ୍ଷା ବୈଠକରେ ବଡ଼ ନିଷ୍ପତ୍ତି ହୋଇଥିବା ନେଇ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି ।...

ଚକରା ଘାଟିରେ ପର୍ଯ୍ୟଟକ-ଦନ୍ତା ମୁହାଁମୁହିଁ: ଲୋକେ ଆତଙ୍କିତ

ଭଞ୍ଜନଗର,୧୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ରେ ଦନ୍ତା ହାତୀମାନଙ୍କ ଦୌରାତ୍ମ ଦିନକୁ ଦିନ ବଢ଼ିବାରେ ଲାଗିଛି। ଯାହାକୁ ନେଇ ଜଙ୍ଗଲ...

ବାହାଘରରେ ଯୋଗ ଦେବାକୁ ଯାଉଥିବାବେଳେ ଅଘଟଣ: ୪୦ ଫୁଟ୍‌ ତଳକୁ ଖସିଲା ବୋଲେରୋ

ମୋରଡା,୧୮।୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ ଏକ ପୋଲରୁ ୪୦ ଫୁଟ୍‌ ତଳକୁ ବୋଲେରୋ ଖସି ପଡିଛି। ଫଳରେ ୩ ଜଣ ଗୁରୁତର...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆସନ୍ତା ଶିକ୍ଷାବର୍ଷରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ମିଳିବ ମାଗଣା…

ବ୍ରହ୍ମପୁର,୧୮।୧୨(ସ୍ମୃତି ରଞ୍ଜନ ମହାଲିକ): ରାଜ୍ୟରେ ଶିକ୍ଷାକ୍ଷେତ୍ରର ବିକାଶ କରିବା ପାଇଁ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି। କେବଳ ପ୍ରାଥମିକ ଶିକ୍ଷା ପାଇଁ ଚଳିତବର୍ଷ ବଜେଟରେ...

ଅତିଥି ଅଧ୍ୟାପିକାଙ୍କୁ ହତ୍ୟା, ପୁରୁଷ ବନ୍ଧୁ ଗିରଫ

କେନ୍ଦୁଝର,୧୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ/ ଦୀପକ ମିଶ୍ର): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ମାଇନିଂରୋଡ୍‌ସ୍ଥିତ ନିର୍ମଳା କନ୍‌ଭେଣ୍ଟ ସ୍କୁଲ ପାଖରେ ଏକ ଘରେ ରହୁଥିବା ଅତିଥି ଅଧ୍ୟାପିକାଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri