ନାବାଳିକାଙ୍କୁ ଗଣବଳାତ୍କାର ଘଟଣା: ଜଣେ ଅଟକ

କଟକ ଅଫିସ/ତିର୍ତ୍ତୋଲ (ଡି.ଏନ.ଏ),୧୫ା୧୦: ଜଣେ ୧୫ବର୍ଷୀୟା ନାବାଳିକାଙ୍କୁ ଗଣବଳାତ୍କାର ଘଟଣାରେ ଚାଉଳିଆଗଞ୍ଜ ଥାନା ପୋଲିସ ବୁଧବାର ଜଣେ ଅଭିଯୁକ୍ତଙ୍କୁ ଅଟକ ରଖିଛି। ସେ ମୁଖ୍ୟ ଅଭିଯୁକ୍ତଙ୍କ ସହଯୋଗୀ ତଥା ସମ୍ପୃକ୍ତ ଚିକେନ୍‌ ସେଣ୍ଟରର ମାଲିକ ବୋଲି ଜଣାପଡ଼ିଛି। ତେବେ ମୁଖ୍ୟ ଅଭିଯୁକ୍ତ ଫେରାର ଅଛନ୍ତି। ତାଙ୍କୁ ଧରିବା ପାଇଁ ଚେଷ୍ଟା ଚାଲିଛି। ଅନ୍ୟପକ୍ଷରେ ଘଟଣାର ତଦନ୍ତ ପାଇଁ ଡିସିପି ପ୍ରତୀକ ସିଂ ଏକ ସ୍ବତନ୍ତ୍ର ଟିମ୍‌ ଗଠନ କରିଛନ୍ତି। ଏହି ଟିମ୍‌ ଘଟଣାସ୍ଥଳ ତଥା ସମ୍ପୃକ୍ତ ଚିକେନ ସେଣ୍ଟରକୁ ଯାଇ ଛାନଭିନ୍‌ କରିଛି। ଏଥିସହ ସ୍ଥାନୀୟ ବାସିନ୍ଦାଙ୍କୁ ପଚରାଉଚରା କରାଯାଇଛି। ବୁଧବାର ନାବାଳିକାଙ୍କ ବୟାନ ରେକର୍ଡ ହୋଇଛି। ଖୁବଶୀଘ୍ର ଅଭିଯୁକ୍ତ ଦ୍ୱୟଙ୍କୁ ଗିରଫ କରାଯିବ ବୋଲି ଥାନାଧିକାରୀ ତାପସ ପ୍ରଧାନ କହିଛନ୍ତି।
ଏହି ସମ୍ବେଦନଶୀଳ ଘଟଣା ଏବେ ସମଗ୍ର ରାଜ୍ୟରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି। ଯାହାକୁ ନେଇ ରାଜ୍ୟ ରାଜନୀତି ମଧ୍ୟ ସରଗରମ ହେବାରେ ଲାଗିଲାଣି। ଭାଜପା ମହିଳା ମୋର୍ଚ୍ଚା ପ୍ରତିନିଧି ଏ ନେଇ ଡିସିପିଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିଥିବା ବେଳେ ତିର୍ତ୍ତୋଲର କଂଗ୍ରେସ ନେତା ହିମାଂଶୁ ମଲ୍ଲିକଙ୍କ ନେତୃତ୍ୱରେ ଏକ ଟିମ୍‌ ଚାଇଲ୍ଡଲାଇନ କର୍ମକର୍ତ୍ତାଙ୍କୁ ବସୁନ୍ଧରା ଆଶ୍ରମରେ ଭେଟି ତଦନ୍ତ ସହ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ସେହିପରି ଏହି ଘଟଣାକୁ ତିର୍ତ୍ତୋଲ ନିର୍ବାଚନମଣ୍ଡଳୀ ଯୁବ କଂଗ୍ରେସ କମିଟି ଦୃଢ ନିନ୍ଦା କରିଛି। ଏହି କାଣ୍ଡ ଘଟାଇଥିବା ଅଭିଯୁକ୍ତଙ୍କୁ କଠୋର ଦଣ୍ଡ ଦେବାକୁ କମିଟି ସଭାପତି ବେଦଦ୍ୟୁତି ପୃଷ୍ଟି ଦାବି କରିଛନ୍ତି। ସେ କହିଛନ୍ତି ଯେ, ଏପରି ଘଟଣା ଜାଣି ନ ପାରିବା କମିଶନରେଟ୍‌ ପୋଲିସର ପାରିବାପଣିଆ ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ସମ୍ପୃକ୍ତ ଯୁବତୀଙ୍କୁ ନ୍ୟାୟ ପ୍ରଦାନ ସହ ତାଙ୍କ ପରିବାରକୁ ସହାୟତା ଯୋଗାଇ ଦେବାକୁ ସେ ଦାବି କରିଛନ୍ତି। ନଚେତ କଂଗ୍ରେସ ରାସ୍ତାକୁ ଓହ୍ଲାଇବ ବୋଲି ପୃଷ୍ଟି କହିଛନ୍ତି। ସୂଚନାଥାଉ କି, ଜଗତସିଂହପୁର ଜିଲା ତିର୍ତ୍ତୋଲ ଥାନା ଅଞ୍ଚଳର ସମ୍ପୃକ୍ତ ନାବାଳିକା ନିଜ ଘରକୁ ଫେରିବା ପାଇଁ କଟକ ଓଏମ୍‌ପି ଛକରେ ବସ୍‌କୁ ଅପେକ୍ଷା କରିଥିଲେ। ଏହି ସମୟରେ ତାଙ୍କୁ ଘରେ ପହଞ୍ଚାଇ ଦେବାକୁ କହି ଜଣେ ଯୁବକ ସାଙ୍ଗରେ ନେଇଥିଲେ। ଗତିରାଉତପାଟଣା ପାଖରେ ଉକ୍ତ ଯୁବକ ଓ ତାଙ୍କ ସହଯୋଗୀ ତାଙ୍କୁ ବଳପୂର୍ବକ ଅପହରଣ କରିନେଇ ଏକ ଚିକେନ ଫାର୍ମରେ ୨୨ଦିନ ରଖି ବଳାତ୍କାର କରିଥିବା ଚାଇଲ୍ଡଲାଇନ ପକ୍ଷରୁ ଚାଉଳିଆଗଞ୍ଜ ଥାନାରେ ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri