Posted inଖେଳ

ଧୋନୀଙ୍କ ପାଇଁ ଏମିତି କିଛି କରି ଦେଖାଇଲେ ବଡ ପ୍ରଶଂସକ

ଚେନ୍ନାଇ,୧୫।୧୦:ଆଇପିଏଲ୍‌ରେ ଚେନ୍ନାଇ ସୁପର କିଙ୍ଗସ(ସିଏସ୍‌କେ)କୁ ପାଓ୍ବାର ହାଉସ୍‌ କୁହାଯାଏ। ଏହି ଟୁର୍ନାମେଣ୍ଟରେ ଦଳ ତିନିଥର ଟାଇଟେଲ୍‌ ଜିତିଛି। ସିଏସ୍‌କେ ପ୍ରତ୍ୟେକଥର ପ୍ଲେ ଅଫରେ ପହଞ୍ଚି। କିନ୍ତୁ ଏଥର ଦଳ ସେତେଟା ଭଲ ପ୍ରଦର୍ଶନ କରିପାରି ନାହିଁ। ୮ଟି ମ୍ୟାଚ ଖେଳି ମାତ୍ର ୩ଟିରେ ବିଜୟ ହାସଲ କରିଛି। କିନ୍ତୁ ସିଏସ୍‌କେର ପ୍ରଶଂସକଙ୍କ ସଂଖ୍ୟା କୌଣସି ହ୍ରାସ ପାଇ ନାହିଁ। ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱରେ ଦଳ ଆଗକୁ ଭଲ ପ୍ରଦର୍ଶନ କରିବ ବୋଲି ଆଶା କରାଯାଉଛି। ଚେନ୍ନାଇ ସୁପର କିଙ୍ଗ୍ସର ସବୁଠାରୁ ବଡ ଶକ୍ତି ହେଉଛି ସେମାନଙ୍କର ବିଶ୍ୱସ୍ତ ପ୍ରଶଂସକ, ଯେଉଁମାନେ ସର୍ବଦା ସେମାନଙ୍କ ପାଖରେ ଛିଡା ହୋଇଛନ୍ତି। ଖେଳାଳିଙ୍କ ମନୋବଳକୁ ସୁଦୃଢ଼ କରିବା ପାଇଁ ସିଏସକେଏ ତାର ଟୁଇଟର୍‌ରେ ପ୍ରଶଂସକଙ୍କ କିଛି ଫଟୋ ଶେୟାର କରିଛନ୍ତି। ଏହି ଫଟୋରେ ତାମିଲନାଡୁର ଅରଙ୍ଗୁରର ବଡ ପ୍ରଶଂସକ ଗୋପୀ କୃଷ୍ଣନ ଏବଂ ତାଙ୍କ ପରିବାରର ଅଛନ୍ତି। ଧୋନୀ ଏବଂ ସିଏସ୍‌କେର ଏହି ସୁପର ଫ୍ୟାନ ତାଙ୍କର ପୁରା ଘରକୁ ହଳଦିଆ ରଙ୍ଗରେ ରଙ୍ଗେଇ ଦେଇଛନ୍ତି। ଏହା ସହିତ ସେ ତାଙ୍କ ଘରର ନାମ ରଖିଛନ୍ତି – ହୋମ୍‌ ଅଫ୍‌ ଧୋନୀ ଫ୍ୟାନ୍‌। ଗୋପୀ କୃଷ୍ଣନ କହିଛନ୍ତି, ମୁଁ ଧୋନୀଙ୍କର ଜଣେ ବଡ଼ ପ୍ରଶଂସକ। ଲୋକମାନେ ତାଙ୍କ ବିଷୟରେ ନକାରାତ୍ମକ ମନ୍ତବ୍ୟ ଦେଉଛନ୍ତି। ବିଶ୍ୱ କ୍ରିକେଟର ଶ୍ରେଷ୍ଠ ଫିନିସର୍‌ ବୋଲି ସେମାନେ ଭୁଲି ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri