ପ୍ରଶାସନିକସ୍ତରରେ ବଡ଼ଧରଣର ଅଦଳବଦଳ: ବଦଳିଲେ ୯ ଜିଲାପାଳ

ଭୁବନେଶ୍ୱର,୨୨ା୬(ବ୍ୟୁରୋ) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ପ୍ରଶାସନିକସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି। ଏଥିରେ ଉଭୟ ଭାରତୀୟ ପ୍ରଶାସନିକ ସେବା(ଆଇଏଏସ୍‌) ଏବଂ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀ ଅନ୍ତର୍ଭୁକ୍ତ। ରାଜ୍ୟର ୩୨ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍‌ଓ) ପକ୍ଷରୁ ନୂଆ ଦାୟିତ୍ୱ ପ୍ରଦାନ କରାଯାଇଛି। ୯ଟି ଜିଲାରେ ନୂତନ ଜିଲାପାଳଙ୍କୁ ନିଯୁକ୍ତି ମିଳିଛି। ଏହି ଜିଲାଗୁଡିକ ହେଉଛି- କେନ୍ଦ୍ରାପଡା, ବାଲେଶ୍ୱର, କୋରାପୁଟ, ନୂଆପଡା, କଟକ, ବୌଦ୍ଧ, ଖୋର୍ଦ୍ଧା, ଜଗତ୍‌ସିଂହପୁର ଓ ଝାରସୁଗୁଡା।
ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) କମିଶନର ସମର୍ଥ ବର୍ମାଙ୍କୁ କେନ୍ଦ୍ରାପଡା ଜିଲାର ଜିଲାପାଳ କରାଯାଇଛି। କୋରାପୁଟ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କୁ ବାଲେଶ୍ୱର ଜିଲାପାଳ ଭାବେ ବଦଳି କରାଯାଇଛି। ନୂଆପଡା ଜିଲାପାଳ ଥିବା ଡ. ପୋମା ଟୁଡୁଙ୍କୁ କୋରାପୁଟର ନୂତନ ଜିଲାପାଳ ଭାବେ ଅବସ୍ଥାପିତ କରାଯାଇଛି। ସାଧାରଣ ପ୍ରଶାସନ (ଜିଏ) ବିଭାଗରେ କାର୍ଯ୍ୟରତ ପ୍ରଶାସନିକ ଅଧିକାରୀ ମଧୁସ୍ମିତା ସାହୁଙ୍କୁ ନୂଆପଡା ଜିଲାପାଳ ଭାବେ ଦାୟିତ୍ୱ ମିଳିଛି। ଓଏଏସ୍‌ ଅଧିକାରୀ ଲଲାଟେନ୍ଦୁ ମିଶ୍ରଙ୍କୁ ବୌଦ୍ଧର ଜିଲାପାଳ କରାଯାଇଛି। ସେହିପରି ବୌଦ୍ଧ ଜିଲାପାଳ ସୀତାଂଶୁ କୁମାର ରାଉତଙ୍କୁ ଖୋର୍ଦ୍ଧା ଜିଲାପାଳ ଭାବେ ବଦଳି କରାଯାଇଛି। କୃଷି ବିଭାଗର ଅତିରିକ୍ତ ସଚିବ ଥିବା ସଂଗ୍ରାମ କେଶରୀ ମହାପାତ୍ରଙ୍କୁ ଜଗତ୍‌ସିଂହପୁର ଏବଂ ଓଏମ୍‌ବିଏଡିସି ଜେନେରାଲ ମ୍ୟାନେଜର ଥିବା ଜ୍ୟୋତିରଞ୍ଜନ ପ୍ରଧାନଙ୍କୁ ଝାରସୁଗୁଡା ଜିଲାପାଳ ଭାବେ ଦାୟିତ୍ୱ ଦିଆଯାଇଛି। ସେହିପରି ସମବାୟ ବିଭାଗର ଅତିରିକ୍ତ ସଚିବ ଥିବା ଭବାନୀ ଶଙ୍କର ଚଇନିଙ୍କୁ କଟକ ଜିଲାପାଳ ଭାବେ ଅବସ୍ଥାପିତ କରାଯାଇଛି।
ଓଡ଼ିଶା ମେଡିକାଲ କର୍ପୋରେଶନ ନିଗମ ଲିଃର ପରିଚାଳନା ନିର୍ଦ୍ଦେଶକ ଥିବା ଅର୍ଚ୍ଚନା ପଟ୍ଟନାୟକଙ୍କୁ ଓଡ଼ିଶା ଉଠା ଜଳସେଚନ ନିଗମ ପରିଚାଳନା ନିର୍ଦ୍ଦେଶକ ଦାୟିତ୍ୱ ଦିଆଯାଇଛି। ଏହି ଦାୟିତ୍ୱ ସହ ସେ ଜଳସମ୍ପଦ ବିଭାଗର ସ୍ବତନ୍ତ୍ର ସଚିବ ଭାବେ ମଧ୍ୟ କାର୍ଯ୍ୟ କରିବେ। ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ସଚିବ ଯାମିନୀ ଷଡ଼ଙ୍ଗୀଙ୍କୁ ମେଡିକାଲ କର୍ପୋରେଶନର ନୂଆ ଦାୟିତ୍ୱ ମିଳିଛି। ସିଏମ୍‌ଓରେ ଅତିରିକ୍ତ ସଚିବ ଭାବେ କାର୍ଯ୍ୟରତ ନିରଞ୍ଜନ ସାହୁଙ୍କୁ ଉଚ୍ଚଶିକ୍ଷା ନିର୍ଦ୍ଦେଶକ ଦାୟିତ୍ୱ ଦିଆଯାଇଛି। ଏହି ଦାୟିତ୍ୱ ସହ ନିରଞ୍ଜନ ଶ୍ରମ କମିଶନର ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ରାଜସ୍ବ ପର୍ଷଦର ସଚିବ ପ୍ରଶାନ୍ତ କୁମାର ସେନାପତିଙ୍କୁ କଟକସ୍ଥିତ ଇନ୍ସପେକ୍ଟର ଜେନେରାଲ ରେଜିଷ୍ଟ୍ରେଶନକୁ ବଦଳି କରାଯାଇଛି। ଲିଗାଲ ମେଥୋଡୋଲୋଜିର ନିର୍ଦ୍ଦେଶକ ଦାଶରଥି ଶତପଥୀଙ୍କୁ ଓଡ଼ିଶା ବିଧାନସଭାର ସଚିବ ଭାବେ ନିଯୁକ୍ତି ମିଳିଛି। ବୈଷୟିକ ଶିକ୍ଷା ଓ ପ୍ରଶିକ୍ଷଣର ନିର୍ଦ୍ଦେଶକ ଥିବା ନିର୍ମଳ ମିଶ୍ରଙ୍କୁ ପର୍ଯ୍ୟଟନ ନିର୍ଦ୍ଦେଶକ ସହ ଓଟିଡିସିର ଏମ୍‌.ଡି. ଦାୟିତ୍ୱ ଦିଆଯାଇଛି। ଶ୍ରମ କମିଶନର ଥିବା ଅଞ୍ଜନ କୁମାର ମଲ୍ଲିକ ନୂଆ ଅବକାରୀ କମିଶନରଭାବେ ନିଯୁକ୍ତି ପାଇଛନ୍ତି। ପର୍ଯ୍ୟଟନ ନିର୍ଦ୍ଦେଶକ ଥିବା ବିଭୂତି ଭୂଷଣ ପଟ୍ଟନାୟକ ସମବାୟ ସୋସାଇଟିଗୁଡିକର ରେଜିଷ୍ଟ୍ରାର ଭାବେ ନିଯୁକ୍ତି ମିଳିଛି। ଏହି ପଦରେ ପୂର୍ବରୁ କାର୍ଯ୍ୟରତ ଥିବା ତ୍ରିବିକ୍ରମ ପ୍ରଧାନଙ୍କୁ ଅବକାରୀ ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତି ମିଳିଛି। କଟକ ଜିଲାପାଳ ଅରବିନ୍ଦ ଅଗ୍ରୱାଲଙ୍କୁ ସାମାଜିକ କଲ୍ୟାଣ, ମହିଳା ଶିଶୁ ବିକାଶ, ମିଶନ ଶକ୍ତି ର ନିର୍ଦ୍ଦେଶକ ଏବଂ ଓମ୍‌ବାଡକ୍‌ର ସିଇଓ ନିଯୁକ୍ତି ଦିଆଯାଇଛି। ସିଏମ୍‌ସି କମିଶନର ଥିବା ଶରତ ଚନ୍ଦ୍ର ନାୟକଙ୍କୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ସଚିବଭାବେ ଦାୟିତ୍ୱ ଦିଆଯାଇଛି। ଖୋର୍ଦ୍ଧା ଜିଲାପାଳ ଭୁପେନ୍ଦ୍ର ଏସ୍‌ ପୁନିଆ ଓପେପାର ରାଜ୍ୟ ପ୍ରକଳ୍ପ ଅଧିକାରୀ ଭାବେ ନିଯୁକ୍ତି ପାଇଛନ୍ତି। ଜଗତସିଂହପୁର ଜିଲାପାଳ ଗୁହା ପୁନମ ତାପସ କୁମାର ସ୍ବାସ୍ଥ୍ୟ ବିଭାଗର ଯୁଗ୍ମ ସଚିବ ଭାବେ କାର୍ଯ୍ୟ କରିବେ। କେନ୍ଦ୍ରାପଡା ଜିଲାପାଳ ଥିବା ପ୍ରେମଚନ୍ଦ ଚୌଧୁରୀ ବିଏମ୍‌ସି କମିଶନର ଭାବେ ନୂଆ ଦାୟିତ୍ୱ ମିଳିଛି। ରେଘୁ ଜି.ଙ୍କୁ ବୈଷୟିକ ଶିକ୍ଷା ଓ ପ୍ରଶିକ୍ଷଣର ନିର୍ଦ୍ଦେଶକ, ସୁରେନ୍ଦ୍ର କୁମାର ମୀନାଙ୍କୁ ରାଜସ୍ବ ପର୍ଷଦର ସଚିବ, ଅବଦଲ ଅଖତରଙ୍କୁ କଟକସ୍ଥିତ ଡିଆରଡିଏର ପ୍ରକଳ୍ପ ନିର୍ଦ୍ଦେଶକ(ଭାରାପ୍ରାପ୍ତ) ଭାବେ ନୂଆ ଦାୟିତ୍ୱ ଦିଆଯାଇଛି। ବିଏମ୍‌ସିର ଅତିରିକ୍ତ କମିଶନର ଥିବା ଅନନ୍ୟା ଦାସ ସିଏମ୍‌ସି କମିଶନର, ଓପେପା ପ୍ରକଳ୍ପ ନିର୍ଦ୍ଦେଶକ ଥିବା ଜ୍ୟୋତି ପ୍ରକାଶ ଦାସଙ୍କୁ ବୟନଶିଳ୍ପ ନିର୍ଦ୍ଦେଶକ ସହ ବୟନିକାର ପରିଚାଳନା ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। ଉଚ୍ଚଶିକ୍ଷା ଅତିରିକ୍ତ ସଚିବ କୃପାସିନ୍ଧୁ ମିଶ୍ରଙ୍କୁ ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକଭାବେ ଦାୟିତ୍ୱ ମିଳିଛି। ଏହି ପଦରେ ଅବସ୍ଥାପିତ ଥିବା ଲକ୍ଷ୍ମୀଧର ମହାନ୍ତିଙ୍କୁ ଉଚ୍ଚଶିକ୍ଷା ଅତିରିକ୍ତ ସଚିବ ଭାବେ ପଦୋନ୍ନତି ଦିଆଯାଇଛି। ବାଲେଶ୍ୱର ଜିଲାପାଳ ରମେଶ ଚନ୍ଦ୍ର ରାଉତଙ୍କୁ ଇଏସଆଇ ନିର୍ଦ୍ଦେଶକ ଏବଂ ଝାରସୁଗୁଡା ଜିଲାପାଳ ବିଭୂତି ଭୂଷଣ ଦାସଙ୍କୁ ରାଜସ୍ବ ବିଭାଗର ଅତିରିକ୍ତ ସଚିବ ଭାବେ ଦାୟିତ୍ୱ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri