ବିଦ୍ୟୁତ୍‌ ଦର ବୃଦ୍ଧିର ପ୍ରତିବାଦ: ୨୨ ପର୍ଯ୍ୟନ୍ତ ୧୫ମିନିଟ୍‌ ଲାଇନ ବନ୍ଦ ରଖିବାକୁ ନିବେଦନ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): କରୋନା ମହାମାରୀ ସମୟରେ ରାଜ୍ୟ ବିଦ୍ୟୁତ୍‌ ନିୟାମକ ଆୟୋଗ ହଠାତ୍‌ ୨୦ ପଇସା ବିଦ୍ୟୁତ୍‌ ଦର ବୃଦ୍ଧି କରିଛନ୍ତି। ଏହାକୁ କଂଗ୍ରେସ, ସିପିଆଇ, ସିପିଆଇ(ଏମ୍‌ଏଲ୍‌), ସମାଜବାଦୀ ପାର୍ଟି ତୀବ୍ର ବିରୋଧ କରିବା ସହ ଅନିଭବ ଆନ୍ଦୋଳନ କରିବ। ଦରବୃଦ୍ଧି ପ୍ରତିବାଦ ସ୍ବରୂପ ୧୬ ତାରିଖରୁ ଆସନ୍ତା ୨୨ ତାରିଖ ସନ୍ଧ୍ୟା ୬ଟା ସମୟରୁ ୧୫ ମିନିଟ୍‌ ପର୍ଯ୍ୟନ୍ତ ଉପଭୋକ୍ତାମାନେ ଘର ଅନ୍ଧାର ରଖିବାକୁ ଗୁରୁବାର ଅନୁଷ୍ଠିତ ବୈଠକରେ ନିଷ୍ପତ୍ତି ନିଆଯାଇଛି। ଏଥି ସହ ଏନେଇ ଜନସାଧାରଣଙ୍କୁ ମଧ୍ୟ ନିବେଦନ କରାଯାଇଛି। ଏହିଦିନ ଆନ୍ଦୋଳନକୁ ସଫଳ କରିବା ନିମନ୍ତେ ସମସ୍ତ ପ୍ରକାର ସହଯୋଗ ଦେବାକୁ ବୈଠକରେ ଅନୁରୋଧ କରାଯାଇଛି।
ଅଭିଯୋଗ କରାଯାଇଥିଲା ଯେ, କରୋନା ପାଇଁ ଛୋଟ ଦୋକାନୀ, କ୍ଷୁଦ୍ର ଓ ଅଣୁ ଉପତ୍ାଦନକାରୀ ସଂସ୍ଥା ସମେତ ସାଧାରଣ ଜନତାଙ୍କ ଉପରେ ବିଦ୍ୟୁତ୍‌ ଦର ଚାପ ପଡ଼ିବ। ବଡ଼ କମ୍ପାନୀ ଉପରେ ହଜାର ହଜାର କୋଟି ଟଙ୍କା ଆଦାୟ ନ ହୋଇ ରହିଛି। ଅଥଚ ଉପଭୋକ୍ତାଙ୍କ ଉପରେ ବୋଝ ଲଦା ଯାଉଛି। ବିତରକ କମ୍ପାନୀଗୁଡିକ ବିତରଣ ଜନିତ କ୍ଷୟକ୍ଷତି ନ କମାଇ ଉପଭୋକ୍ତାଙ୍କ ଉପରେ ଚାପ କେବଳ ନ୍ୟସ୍ତସ୍ବାର୍ଥ କମ୍ପାନୀ ଏବଂ ଅଫିସରଙ୍କ ପାଇଁ ହୋଇଛି ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri